< איוב 32 >

וישבתו שלשת האנשים האלה-- מענות את-איוב כי הוא צדיק בעיניו 1
ଏହିରୂପେ ଆୟୁବ ନିଜ ଦୃଷ୍ଟିରେ ଧାର୍ମିକ ହେବାରୁ ଏହି ତିନି ଜଣ ଉତ୍ତର ଦେବାରୁ କ୍ଷାନ୍ତ ହେଲେ।
ויחר אף אליהוא בן-ברכאל הבוזי-- ממשפחת-רם באיוב חרה אפו-- על-צדקו נפשו מאלהים 2
ତହିଁରେ ରାମ୍‍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।
ובשלשת רעיו חרה אפו על אשר לא-מצאו מענה-- וירשיעו את-איוב 3
ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।
ואליהו--חכה את-איוב בדברים כי זקנים-המה ממנו לימים 4
ସେମାନେ ଇଲୀହୂଠାରୁ ପ୍ରାଚୀନ ଥିବାରୁ ଇଲୀହୂ ଆୟୁବକୁ କଥା କହିବା ପାଇଁ ଅପେକ୍ଷା କରିଥିଲା।
וירא אליהוא--כי אין מענה בפי שלשת האנשים ויחר אפו 5
ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
ויען אליהוא בן ברכאל הבוזי-- ויאמר צעיר אני לימים ואתם ישישים על-כן זחלתי ואירא מחות דעי אתכם 6
ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, “ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ।
אמרתי ימים ידברו ורב שנים ידיעו חכמה 7
ମୁଁ କହିଲି, ‘ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ।’
אכן רוח-היא באנוש ונשמת שדי תבינם 8
ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
לא-רבים יחכמו וזקנים יבינו משפט 9
ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ, ଅବା ପ୍ରାଚୀନମାନେ ଯେ ବିଚାର ବୁଝନ୍ତି, ତାହା ନୁହେଁ।
לכן אמרתי שמעה-לי אחוה דעי אף-אני 10
ଏଥିପାଇଁ ମୁଁ କହିଲି, ‘ମୋʼ କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି।’
הן הוחלתי לדבריכם--אזין עד-תבונתיכם עד-תחקרון מלין 11
ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି।
ועדיכם אתבונן והנה אין לאיוב מוכיח--עונה אמריו מכם 12
ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।
פן-תאמרו מצאנו חכמה אל ידפנו לא-איש 13
ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;
ולא-ערך אלי מלין ובאמריכם לא אשיבנו 14
କାରଣ ସେ ମୋʼ ବିରୁଦ୍ଧରେ କଥା କହି ନାହିଁ, କିଅବା ମୁଁ ତୁମ୍ଭମାନଙ୍କ କଥାରେ ତାହାକୁ ଉତ୍ତର ଦେବି ନାହିଁ।
חתו לא-ענו עוד העתיקו מהם מלים 15
ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ, ସେମାନଙ୍କର କୌଣସି କଥା କହିବାକୁ ନାହିଁ।
והוחלתי כי-לא ידברו כי עמדו לא-ענו עוד 16
ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?
אענה אף-אני חלקי אחוה דעי אף-אני 17
ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି।
כי מלתי מלים הציקתני רוח בטני 18
କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।
הנה-בטני--כיין לא-יפתח כאבות חדשים יבקע 19
ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।
אדברה וירוח-לי אפתח שפתי ואענה 20
ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।
אל-נא אשא פני-איש ואל-אדם לא אכנה 21
ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।
כי לא ידעתי אכנה כמעט ישאני עשני 22
କାରଣ ମୁଁ ଚାଟୁବାଦ କରି ଜାଣେ ନାହିଁ; କଲେ ମୋହର ସୃଷ୍ଟିକର୍ତ୍ତା ଶୀଘ୍ର ମୋତେ ସଂହାର କରିବେ।

< איוב 32 >