< איוב 38 >

ויען-יהוה את-איוב מנהסערה (מן הסערה) ויאמר 1
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
מי זה מחשיך עצה במלין-- בלי-דעת 2
“ଏ କିଏ ଯେ, ଜ୍ଞାନରହିତ କଥା ଦ୍ୱାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?
אזר-נא כגבר חלציך ואשאלך והודיעני 3
ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
איפה היית ביסדי-ארץ הגד אם-ידעת בינה 4
ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
מי-שם ממדיה כי תדע או מי-נטה עליה קו 5
ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
על-מה אדניה הטבעו או מי-ירה אבן פנתה 6
କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
ברן-יחד כוכבי בקר ויריעו כל-בני אלהים 7
ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?
ויסך בדלתים ים בגיחו מרחם יצא 8
ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
בשומי ענן לבשו וערפל חתלתו 9
ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
ואשבר עליו חקי ואשים בריח ודלתים 10
ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
ואמר--עד-פה תבוא ולא תסיף ופא-ישית בגאון גליך 11
‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
המימיך צוית בקר ידעתה שחר (ידעת השחר) מקמו 12
ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
לאחז בכנפות הארץ וינערו רשעים ממנה 13
ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ?
תתהפך כחמר חותם ויתיצבו כמו לבוש 14
ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;
וימנע מרשעים אורם וזרוע רמה תשבר 15
ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ।
הבאת עד-נבכי-ים ובחקר תהום התהלכת 16
ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
הנגלו לך שערי-מות ושערי צלמות תראה 17
ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?
התבננת עד-רחבי-ארץ הגד אם-ידעת כלה 18
ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।
אי-זה הדרך ישכן-אור וחשך אי-זה מקמו 19
ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ?
כי תקחנו אל-גבולו וכי-תבין נתיבות ביתו 20
ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
ידעת כי-אז תולד ומספר ימיך רבים 21
ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
הבאת אל-אצרות שלג ואוצרות ברד תראה 22
ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
אשר-חשכתי לעת-צר ליום קרב ומלחמה 23
ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
אי-זה הדרך יחלק אור יפץ קדים עלי-ארץ 24
କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?
מי-פלג לשטף תעלה ודרך לחזיז קלות 25
ଜଳପ୍ଳାବନ ନିମନ୍ତେ ପ୍ରଣାଳୀ ଓ ମେଘଗର୍ଜ୍ଜନର ବିଜୁଳି ନିମନ୍ତେ ପଥ କାଟି
להמטיר על-ארץ לא-איש-- מדבר לא-אדם בו 26
କିଏ ପୃଥିବୀର ନିର୍ଜନ ସ୍ଥାନରେ ଓ ନରଶୂନ୍ୟ ପ୍ରାନ୍ତରରେ ବର୍ଷାଇବାକୁ,
להשביע שאה ומשאה ולהצמיח מצא דשא 27
ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
היש-למטר אב או מי-הוליד אגלי-טל 28
ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?
מבטן מי יצא הקרח וכפר שמים מי ילדו 29
କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
כאבן מים יתחבאו ופני תהום יתלכדו 30
ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
התקשר מעדנות כימה או-משכות כסיל תפתח 31
ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
התציא מזרות בעתו ועיש על-בניה תנחם 32
ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
הידעת חקות שמים אם-תשים משטרו בארץ 33
ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?
התרים לעב קולך ושפעת-מים תכסך 34
ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
התשלח ברקים וילכו ויאמרו לך הננו 35
ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?
מי-שת בטחות חכמה או מי-נתן לשכוי בינה 36
କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି?
מי-יספר שחקים בחכמה ונבלי שמים מי ישכיב 37
କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?
בצקת עפר למוצק ורגבים ידבקו 38
ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?
התצוד ללביא טרף וחית כפירים תמלא 39
ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
כי-ישחו במעונות ישבו בסכה למו-ארב 40
ତୁମ୍ଭେ କି ସେମାନଙ୍କ କ୍ଷୁଧା ନିବାରଣ କରିପାର?
מי יכין לערב צידו כי-ילדו אל-אל ישועו יתעו לבלי-אכל 41
ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?

< איוב 38 >