< יהושע 13 >

ויהושע זקן בא בימים ויאמר יהוה אליו אתה זקנתה באת בימים והארץ נשארה הרבה מאד לרשתה 1
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
זאת הארץ הנשארת כל גלילות הפלשתים וכל הגשורי 2
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
מן השיחור אשר על פני מצרים ועד גבול עקרון צפונה--לכנעני תחשב חמשת סרני פלשתים העזתי והאשדודי האשקלוני הגתי והעקרוני והעוים 3
ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
מתימן כל ארץ הכנעני ומערה אשר לצידנים--עד אפקה עד גבול האמרי 4
ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
והארץ הגבלי וכל הלבנון מזרח השמש מבעל גד תחת הר חרמון--עד לבוא חמת 5
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
כל ישבי ההר מן הלבנון עד משרפת מים כל צידנים--אנכי אורישם מפני בני ישראל רק הפלה לישראל בנחלה כאשר צויתיך 6
ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
ועתה חלק את הארץ הזאת בנחלה--לתשעת השבטים וחצי השבט המנשה 7
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”
עמו הראובני והגדי לקחו נחלתם--אשר נתן להם משה בעבר הירדן מזרחה כאשר נתן להם משה עבד יהוה 8
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
מערוער אשר על שפת נחל ארנון והעיר אשר בתוך הנחל וכל המישר מידבא--עד דיבון 9
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
וכל ערי סיחון מלך האמרי אשר מלך בחשבון--עד גבול בני עמון 10
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
והגלעד וגבול הגשורי והמעכתי וכל הר חרמון וכל הבשן--עד סלכה 11
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
כל ממלכות עוג בבשן אשר מלך בעשתרות ובאדרעי הוא נשאר מיתר הרפאים ויכם משה וירשם 12
ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
ולא הורישו בני ישראל את הגשורי ואת המעכתי וישב גשור ומעכת בקרב ישראל עד היום הזה 13
ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
רק לשבט הלוי לא נתן נחלה אשי יהוה אלהי ישראל הוא נחלתו כאשר דבר לו 14
କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
ויתן משה למטה בני ראובן למשפחתם 15
ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
ויהי להם הגבול מערוער אשר על שפת נחל ארנון והעיר אשר בתוך הנחל וכל המישר--על מידבא 16
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
חשבון וכל עריה אשר במישר דיבן ובמות בעל ובית בעל מעון 17
ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
ויהצה וקדמת ומפעת 18
ଯହସ ଓ କଦେମୋତ୍‍ ଓ ମେଫାତ୍‍
וקריתים ושבמה וצרת השחר בהר העמק 19
ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
ובית פעור ואשדות הפסגה ובית הישמות 20
ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।
וכל ערי המישר וכל ממלכות סיחון מלך האמרי אשר מלך בחשבון אשר הכה משה אתו ואת נשיאי מדין את אוי ואת רקם ואת צור ואת חור ואת רבע נסיכי סיחון ישבי הארץ 21
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
ואת בלעם בן בעור הקוסם--הרגו בני ישראל בחרב אל חלליהם 22
ଇସ୍ରାଏଲ-ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
ויהי גבול בני ראובן--הירדן וגבול זאת נחלת בני ראובן למשפחותם הערים וחצריהן 23
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
ויתן משה למטה גד לבני גד למשפחתם 24
ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନକୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
ויהי להם הגבול--יעזר וכל ערי הגלעד וחצי ארץ בני עמון עד ערוער אשר על פני רבה 25
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
ומחשבון עד רמת המצפה ובטנים וממחנים עד גבול לדבר 26
ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
ובעמק בית הרם ובית נמרה וסכות וצפון יתר ממלכות סיחון מלך חשבון הירדן וגבל--עד קצה ים כנרת עבר הירדן מזרחה 27
ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
זאת נחלת בני גד למשפחתם הערים וחצריהם 28
ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
ויתן משה לחצי שבט מנשה ויהי לחצי מטה בני מנשה--למשפחותם 29
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
ויהי גבולם ממחנים כל הבשן כל ממלכות עוג מלך הבשן וכל חות יאיר אשר בבשן--ששים עיר 30
ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
וחצי הגלעד ועשתרות ואדרעי ערי ממלכות עוג בבשן לבני מכיר בן מנשה לחצי בני מכיר למשפחותם 31
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
אלה אשר נחל משה בערבות מואב מעבר לירדן יריחו מזרחה 32
ଯର୍ଦ୍ଦନ-ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ-ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରିଦେଲେ।
ולשבט הלוי--לא נתן משה נחלה יהוה אלהי ישראל הוא נחלתם כאשר דבר להם 33
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି।

< יהושע 13 >