< יהושע 21 >
ויגשו ראשי אבות הלוים אל אלעזר הכהן ואל יהושע בן נון ואל ראשי אבות המטות לבני ישראל | 1 |
ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;
וידברו אליהם בשלה בארץ כנען לאמר יהוה צוה ביד משה לתת לנו ערים לשבת ומגרשיהן לבהמתנו | 2 |
ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”
ויתנו בני ישראל ללוים מנחלתם אל פי יהוה את הערים האלה ואת מגרשיהן | 3 |
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗରସମୂହ ଓ ତହିଁର ତଳିଭୂମି ଦେଲେ।
ויצא הגורל למשפחת הקהתי ויהי לבני אהרן הכהן מן הלוים ממטה יהודה וממטה השמעני וממטה בנימן בגורל--ערים שלש עשרה | 4 |
ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।
ולבני קהת הנותרים ממשפחת מטה אפרים וממטה דן ומחצי מטה מנשה בגורל--ערים עשר | 5 |
ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।
ולבני גרשון ממשפחות מטה יששכר וממטה אשר וממטה נפתלי ומחצי מטה מנשה בבשן בגורל--ערים שלש עשרה | 6 |
ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।
לבני מררי למשפחתם ממטה ראובן וממטה גד וממטה זבולן--ערים שתים עשרה | 7 |
ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।
ויתנו בני ישראל ללוים את הערים האלה ואת מגרשיהן כאשר צוה יהוה ביד משה בגורל | 8 |
ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।
ויתנו ממטה בני יהודה וממטה בני שמעון--את הערים האלה אשר יקרא אתהן בשם | 9 |
ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।
ויהי לבני אהרן ממשפחות הקהתי מבני לוי כי להם היה הגורל ראישנה | 10 |
ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।
ויתנו להם את קרית ארבע אבי הענוק היא חברון--בהר יהודה ואת מגרשה סביבתיה | 11 |
ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।
ואת שדה העיר ואת חצריה נתנו לכלב בן יפנה באחזתו | 12 |
ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।
ולבני אהרן הכהן נתנו את עיר מקלט הרצח--את חברון ואת מגרשה ואת לבנה ואת מגרשה | 13 |
ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,
ואת יתר ואת מגרשה ואת אשתמע ואת מגרשה | 14 |
ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,
ואת חלן ואת מגרשה ואת דבר ואת מגרשה | 15 |
ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,
ואת עין ואת מגרשה ואת יטה ואת מגרשה את בית שמש ואת מגרשה ערים תשע--מאת שני השבטים האלה | 16 |
ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
וממטה בנימין את גבעון ואת מגרשה את גבע ואת מגרשה | 17 |
ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,
את ענתות ואת מגרשה ואת עלמון ואת מגרשה ערים ארבע | 18 |
ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।
כל ערי בני אהרן הכהנים--שלש עשרה ערים ומגרשיהן | 19 |
ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।
ולמשפחות בני קהת הלוים הנותרים מבני קהת ויהי ערי גורלם ממטה אפרים | 20 |
ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।
ויתנו להם את עיר מקלט הרצח את שכם ואת מגרשה--בהר אפרים ואת גזר ואת מגרשה | 21 |
ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,
ואת קבצים ואת מגרשה ואת בית חורן ואת מגרשה ערים ארבע | 22 |
କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
וממטה דן--את אלתקא ואת מגרשה את גבתון ואת מגרשה | 23 |
ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,
את אילון ואת מגרשה את גת רמון ואת מגרשה ערים ארבע | 24 |
ଅୟାଲୋନ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
וממחצית מטה מנשה--את תענך ואת מגרשה ואת גת רמון ואת מגרשה ערים שתים | 25 |
ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
כל ערים עשר ומגרשיהן למשפחות בני קהת הנותרים | 26 |
କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।
ולבני גרשון ממשפחת הלוים--מחצי מטה מנשה את עיר מקלט הרצח את גלון (גולן) בבשן ואת מגרשה ואת בעשתרה ואת מגרשה ערים שתים | 27 |
ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।
וממטה יששכר את קשיון ואת מגרשה את דברת ואת מגרשה | 28 |
ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,
את ירמות ואת מגרשה את עין גנים ואת מגרשה ערים ארבע | 29 |
ଯର୍ମୂତ୍ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
וממטה אשר את משאל ואת מגרשה את עבדון ואת מגרשה | 30 |
ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,
את חלקת ואת מגרשה ואת רחב ואת מגרשה ערים ארבע | 31 |
ହିଲକତ୍ ଓ ତହିଁ ତଳିଭୂମି, ରହୋବ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
וממטה נפתלי את עיר מקלט הרצח את קדש בגליל ואת מגרשה ואת חמת דאר ואת מגרשה ואת קרתן ואת מגרשה ערים שלש | 32 |
ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।
כל ערי הגרשני למשפחתם--שלש עשרה עיר ומגרשיהן | 33 |
ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।
ולמשפחות בני מררי הלוים הנותרים--מאת מטה זבולן את יקנעם ואת מגרשה את קרתה ואת מגרשה | 34 |
ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,
את דמנה ואת מגרשה את נהלל ואת מגרשה ערים ארבע | 35 |
ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
וממטה גד את עיר מקלט הרצח את רמת בגלעד ואת מגרשה ואת מחנים ואת מגרשה | 36 |
ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,
את חשבון ואת מגרשה את יעזר ואת מגרשה כל ערים ארבע | 37 |
କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
כל הערים לבני מררי למשפחתם הנותרים ממשפחות הלוים ויהי גורלם--ערים שתים עשרה | 38 |
ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,
כל ערי הלוים בתוך אחזת בני ישראל--ערים ארבעים ושמנה ומגרשיהן | 39 |
ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।
תהיינה הערים האלה--עיר עיר ומגרשיה סביבתיה כן לכל הערים האלה | 40 |
ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।
ויתן יהוה לישראל את כל הארץ אשר נשבע לתת לאבותם וירשוה וישבו בה | 41 |
ଇସ୍ରାଏଲ-ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।
וינח יהוה להם מסביב ככל אשר נשבע לאבותם ולא עמד איש בפניהם מכל איביהם--את כל איביהם נתן יהוה בידם | 42 |
ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
לא נפל דבר--מכל הדבר הטוב אשר דבר יהוה אל בית ישראל הכל בא | 43 |
ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଯେ ଯେ ଦେଶ ଦେବାକୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେ ସମସ୍ତ ଦେଶ ସେ ସେମାନଙ୍କୁ ଦେଲେ; ପୁଣି ସେମାନେ ତାହା ଅଧିକାର କରି ତହିଁ ମଧ୍ୟରେ ବାସ କଲେ।
ଆଉ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ କୃତ ଆପଣା ସମସ୍ତ ଶପଥ ଅନୁସାରେ ଚାରିଆଡ଼େ ସେମାନଙ୍କୁ ବିଶ୍ରାମ ଦେଲେ; ପୁଣି ସେମାନଙ୍କ ଶତ୍ରୁମାନଙ୍କ ମଧ୍ୟରୁ କେହି ସେମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିଲା ନାହିଁ; ସଦାପ୍ରଭୁ ସେମାନଙ୍କ ସମସ୍ତ ଶତ୍ରୁଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।