< שופטים 10 >

ויקם אחרי אבימלך להושיע את ישראל תולע בן פואה בן דודו--איש יששכר והוא ישב בשמיר בהר אפרים 1
ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।
וישפט את ישראל עשרים ושלש שנה וימת ויקבר בשמיר 2
ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।
ויקם אחריו יאיר הגלעדי וישפט את ישראל עשרים ושתים שנה 3
ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।
ויהי לו שלשים בנים רכבים על שלשים עירים ושלשים עירים להם להם יקראו חות יאיר עד היום הזה אשר בארץ הגלעד 4
ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।
וימת יאיר ויקבר בקמון 5
ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
ויסיפו בני ישראל לעשות הרע בעיני יהוה ויעבדו את הבעלים ואת העשתרות ואת אלהי ארם ואת אלהי צידון ואת אלהי מואב ואת אלהי בני עמון ואת אלהי פלשתים ויעזבו את יהוה ולא עבדוהו 6
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍‍ ଦେବତାଗଣର ଓ ଅଷ୍ଟାରୋତ୍‍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ।
ויחר אף יהוה בישראל וימכרם ביד פלשתים וביד בני עמון 7
ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।
וירעצו וירצצו את בני ישראל בשנה ההיא שמנה עשרה שנה את כל בני ישראל אשר בעבר הירדן--בארץ האמרי אשר בגלעד 8
ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
ויעברו בני עמון את הירדן להלחם גם ביהודה ובבנימין ובבית אפרים ותצר לישראל מאד 9
ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
ויזעקו בני ישראל אל יהוה לאמר חטאנו לך--וכי עזבנו את אלהינו ונעבד את הבעלים 10
ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।”
ויאמר יהוה אל בני ישראל הלא ממצרים ומן האמרי ומן בני עמון ומן פלשתים 11
ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?
וצידונים ועמלק ומעון לחצו אתכם ותצעקו אלי ואושיעה אתכם מידם 12
ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
ואתם עזבתם אותי ותעבדו אלהים אחרים לכן לא אוסיף להושיע אתכם 13
ତଥାପି ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ ଓ ଅନ୍ୟ ଦେବଗଣର ସେବା କରିଅଛ; ଏହେତୁ ଆମ୍ଭେ ଆଉ ତୁମ୍ଭମାନଙ୍କୁ ଉଦ୍ଧାର କରିବା ନାହିଁ।
לכו וזעקו אל האלהים אשר בחרתם בם המה יושיעו לכם בעת צרתכם 14
ତୁମ୍ଭେମାନେ ଯେଉଁ ଦେବଗଣକୁ ମନୋନୀତ କରିଅଛ, ସେମାନଙ୍କ ନିକଟକୁ ଯାଇ କ୍ରନ୍ଦନ କର; ତୁମ୍ଭମାନଙ୍କ ସଙ୍କଟ ସମୟରେ ସେମାନେ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତୁ।”
ויאמרו בני ישראל אל יהוה חטאנו--עשה אתה לנו ככל הטוב בעיניך אך הצילנו נא היום הזה 15
ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।”
ויסירו את אלהי הנכר מקרבם ויעבדו את יהוה ותקצר נפשו בעמל ישראל 16
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
ויצעקו בני עמון ויחנו בגלעד ויאספו בני ישראל ויחנו במצפה 17
ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।
ויאמרו העם שרי גלעד איש אל רעהו מי האיש אשר יחל להלחם בבני עמון--יהיה לראש לכל ישבי גלעד 18
ତହିଁରେ ଗିଲୀୟଦୀୟ ଲୋକମାନେ, ଅର୍ଥାତ୍‍, ଅଧିପତିମାନେ ଏକକୁ ଆରେକ କହିଲେ, “ଅମ୍ମୋନ-ସନ୍ତାନମାନଙ୍କ ସଙ୍ଗରେ କିଏ ଯୁଦ୍ଧ ଆରମ୍ଭ କରିବ? ସେ ଗିଲୀୟଦ ନିବାସୀ ସମସ୍ତ ଲୋକଙ୍କର ମସ୍ତକ ସ୍ୱରୂପ ହେବ।”

< שופטים 10 >