< שופטים 12 >

ויצעק איש אפרים ויעבר צפונה ויאמרו ליפתח מדוע עברת להלחם בבני עמון ולנו לא קראת ללכת עמך--ביתך נשרף עליך באש 1
ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
ויאמר יפתח אליהם איש ריב הייתי אני ועמי ובני עמון מאד ואזעק אתכם ולא הושעתם אותי מידם 2
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
ואראה כי אינך מושיע ואשימה נפשי בכפי ואעברה אל בני עמון ויתנם יהוה בידי ולמה עליתם אלי היום הזה--להלחם בי 3
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”
ויקבץ יפתח את כל אנשי גלעד וילחם את אפרים ויכו אנשי גלעד את אפרים כי אמרו פליטי אפרים אתם--גלעד בתוך אפרים בתוך מנשה 4
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”
וילכד גלעד את מעברות הירדן לאפרים והיה כי יאמרו פליטי אפרים אעברה ויאמרו לו אנשי גלעד האפרתי אתה ויאמר לא 5
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”
ויאמרו לו אמר נא שבלת ויאמר סבלת ולא יכין לדבר כן ויאחזו אותו וישחטוהו אל מעברות הירדן ויפל בעת ההיא מאפרים ארבעים ושנים אלף 6
ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍‍” ତହିଁରେ ସେ କହିଲା, “ସିବ୍ବୋଲେତ୍‍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
וישפט יפתח את ישראל שש שנים וימת יפתח הגלעדי ויקבר בערי גלעד 7
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
וישפט אחריו את ישראל אבצן מבית לחם 8
ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।
ויהי לו שלשים בנים ושלשים בנות שלח החוצה ושלשים בנות הביא לבניו מן החוץ וישפט את ישראל שבע שנים 9
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।
וימת אבצן ויקבר בבית לחם 10
ଏଥିଉତ୍ତାରେ ଇବ୍‍ସନ୍‍ ମଲେ ଓ ବେଥଲିହିମରେ କବର ପାଇଲେ।
וישפט אחריו את ישראל אילון הזבולני וישפט את ישראל עשר שנים 11
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍‍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ।
וימת אילון הזבולני ויקבר באילון בארץ זבולן 12
ଏଥିଉତ୍ତାରେ ସବୂଲୂନୀୟ ଏଲୋନ୍‍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନ୍‍ରେ କବର ପାଇଲେ।
וישפט אחריו את ישראל עבדון בן הלל הפרעתוני 13
ତାହା ଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ଇସ୍ରାଏଲର ବିଚାର କଲେ।
ויהי לו ארבעים בנים ושלשים בני בנים רכבים על שבעים עירם וישפט את ישראל שמנה שנים 14
ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।
וימת עבדון בן הלל הפרעתוני ויקבר בפרעתון בארץ אפרים בהר העמלקי 15
ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

< שופטים 12 >