< ויקרא 13 >

וידבר יהוה אל משה ואל אהרן לאמר 1
ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
אדם כי יהיה בעור בשרו שאת או ספחת או בהרת והיה בעור בשרו לנגע צרעת--והובא אל אהרן הכהן או אל אחד מבניו הכהנים 2
“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
וראה הכהן את הנגע בעור הבשר ושער בנגע הפך לבן ומראה הנגע עמק מעור בשרו--נגע צרעת הוא וראהו הכהן וטמא אתו 3
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
ואם בהרת לבנה הוא בעור בשרו ועמק אין מראה מן העור ושערה לא הפך לבן--והסגיר הכהן את הנגע שבעת ימים 4
ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
וראהו הכהן ביום השביעי והנה הנגע עמד בעיניו לא פשה הנגע בעור--והסגירו הכהן שבעת ימים שנית 5
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
וראה הכהן אתו ביום השביעי שנית והנה כהה הנגע ולא פשה הנגע בעור--וטהרו הכהן מספחת הוא וכבס בגדיו וטהר 6
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
ואם פשה תפשה המספחת בעור אחרי הראתו אל הכהן לטהרתו ונראה שנית אל הכהן 7
ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
וראה הכהן והנה פשתה המספחת בעור--וטמאו הכהן צרעת הוא 8
ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
נגע צרעת כי תהיה באדם והובא אל הכהן 9
କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
וראה הכהן והנה שאת לבנה בעור והיא הפכה שער לבן ומחית בשר חי בשאת 10
ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
צרעת נושנת הוא בעור בשרו וטמאו הכהן לא יסגרנו כי טמא הוא 11
ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
ואם פרוח תפרח הצרעת בעור וכסתה הצרעת את כל עור הנגע מראשו ועד רגליו--לכל מראה עיני הכהן 12
ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
וראה הכהן והנה כסתה הצרעת את כל בשרו--וטהר את הנגע כלו הפך לבן טהור הוא 13
ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
וביום הראות בו בשר חי יטמא 14
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
וראה הכהן את הבשר החי וטמאו הבשר החי טמא הוא צרעת הוא 15
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
או כי ישוב הבשר החי ונהפך ללבן ובא אל הכהן 16
ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
וראהו הכהן והנה נהפך הנגע ללבן--וטהר הכהן את הנגע טהור הוא 17
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
ובשר כי יהיה בו בערו שחין ונרפא 18
ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
והיה במקום השחין שאת לבנה או בהרת לבנה אדמדמת ונראה אל הכהן 19
ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
וראה הכהן והנה מראה שפל מן העור ושערה הפך לבן--וטמאו הכהן נגע צרעת הוא בשחין פרחה 20
ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।
ואם יראנה הכהן והנה אין בה שער לבן ושפלה איננה מן העור והיא כהה--והסגירו הכהן שבעת ימים 21
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
ואם פשה תפשה בעור--וטמא הכהן אתו נגע הוא 22
ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।
ואם תחתיה תעמד הבהרת לא פשתה--צרבת השחין הוא וטהרו הכהן 23
ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
או בשר כי יהיה בערו מכות אש והיתה מחית המכוה בהרת לבנה אדמדמת--או לבנה 24
କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
וראה אתה הכהן והנה נהפך שער לבן בבהרת ומראה עמק מן העור--צרעת הוא במכוה פרחה וטמא אתו הכהן נגע צרעת הוא 25
ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
ואם יראנה הכהן והנה אין בבהרת שער לבן ושפלה איננה מן העור והוא כהה--והסגירו הכהן שבעת ימים 26
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
וראהו הכהן ביום השביעי אם פשה תפשה בעור--וטמא הכהן אתו נגע צרעת הוא 27
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।
ואם תחתיה תעמד הבהרת לא פשתה בעור והוא כהה--שאת המכוה הוא וטהרו הכהן--כי צרבת המכוה הוא 28
ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
ואיש או אשה כי יהיה בו נגע בראש או בזקן 29
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;
וראה הכהן את הנגע והנה מראהו עמק מן העור ובו שער צהב דק--וטמא אתו הכהן נתק הוא צרעת הראש או הזקן הוא 30
ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
וכי יראה הכהן את נגע הנתק והנה אין מראהו עמק מן העור ושער שחר אין בו--והסגיר הכהן את נגע הנתק שבעת ימים 31
ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
וראה הכהן את הנגע ביום השביעי והנה לא פשה הנתק ולא היה בו שער צהב ומראה הנתק אין עמק מן העור 32
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
והתגלח--ואת הנתק לא יגלח והסגיר הכהן את הנתק שבעת ימים שנית 33
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
וראה הכהן את הנתק ביום השביעי והנה לא פשה הנתק בעור ומראהו איננו עמק מן העור--וטהר אתו הכהן וכבס בגדיו וטהר 34
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
ואם פשה יפשה הנתק בעור אחרי טהרתו 35
ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
וראהו הכהן והנה פשה הנתק בעור--לא יבקר הכהן לשער הצהב טמא הוא 36
ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।
ואם בעיניו עמד הנתק ושער שחר צמח בו נרפא הנתק--טהור הוא וטהרו הכהן 37
ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
ואיש או אשה כי יהיה בעור בשרם בהרת--בהרת לבנת 38
ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍‍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
וראה הכהן והנה בעור בשרם בהרת--כהות לבנת בהק הוא פרח בעור טהור הוא 39
ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
ואיש כי ימרט ראשו--קרח הוא טהור הוא 40
ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
ואם מפאת פניו ימרט ראשו--גבח הוא טהור הוא 41
ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
וכי יהיה בקרחת או בגבחת נגע לבן אדמדם--צרעת פרחת הוא בקרחתו או בגבחתו 42
ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
וראה אתו הכהן והנה שאת הנגע לבנה אדמדמת בקרחתו או בגבחתו--כמראה צרעת עור בשר 43
ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;
איש צרוע הוא טמא הוא טמא יטמאנו הכהן בראשו נגעו 44
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।
והצרוע אשר בו הנגע בגדיו יהיו פרמים וראשו יהיה פרוע ועל שפם יעטה וטמא טמא יקרא 45
ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
כל ימי אשר הנגע בו יטמא--טמא הוא בדד ישב מחוץ למחנה מושבו 46
ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
והבגד כי יהיה בו נגע צרעת בבגד צמר או בבגד פשתים 47
ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
או בשתי או בערב לפשתים ולצמר או בעור או בכל מלאכת עור 48
ଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
והיה הנגע ירקרק או אדמדם בבגד או בעור או בשתי או בערב או בכל כלי עור--נגע צרעת הוא והראה את הכהן 49
ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
וראה הכהן את הנגע והסגיר את הנגע שבעת ימים 50
ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
וראה את הנגע ביום השביעי כי פשה הנגע בבגד או בשתי או בערב או בעור לכל אשר יעשה העור למלאכה--צרעת ממארת הנגע טמא הוא 51
ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
ושרף את הבגד או את השתי או את הערב בצמר או בפשתים או את כל כלי העור אשר יהיה בו הנגע כי צרעת ממארת הוא באש תשרף 52
ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
ואם יראה הכהן והנה לא פשה הנגע בבגד או בשתי או בערב או בכל כלי עור 53
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
וצוה הכהן וכבסו את אשר בו הנגע והסגירו שבעת ימים שנית 54
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;
וראה הכהן אחרי הכבס את הנגע והנה לא הפך הנגע את עינו והנגע לא פשה--טמא הוא באש תשרפנו פחתת הוא בקרחתו או בגבחתו 55
ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
ואם ראה הכהן והנה כהה הנגע אחרי הכבס אתו--וקרע אתו מן הבגד או מן העור או מן השתי או מן הערב 56
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
ואם תראה עוד בבגד או בשתי או בערב או בכל כלי עור--פרחת הוא באש תשרפנו את אשר בו הנגע 57
ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
והבגד או השתי או הערב או כל כלי העור אשר תכבס וסר מהם הנגע--וכבס שנית וטהר 58
ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”
זאת תורת נגע צרעת בגד הצמר או הפשתים או השתי או הערב או כל כלי עור--לטהרו או לטמאו 59
ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।

< ויקרא 13 >