< ויקרא 7 >
וזאת תורת האשם קדש קדשים הוא | 1 |
“ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।
במקום אשר ישחטו את העלה ישחטו את האשם ואת דמו יזרק על המזבח סביב | 2 |
ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।
ואת כל חלבו יקריב ממנו--את האליה ואת החלב המכסה את הקרב | 3 |
ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା
ואת שתי הכלית ואת החלב אשר עליהן אשר על הכסלים ואת היתרת על הכבד על הכלית יסירנה | 4 |
ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।
והקטיר אתם הכהן המזבחה אשה ליהוה אשם הוא | 5 |
ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
כל זכר בכהנים יאכלנו במקום קדוש יאכל קדש קדשים הוא | 6 |
ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
כחטאת כאשם--תורה אחת להם הכהן אשר יכפר בו לו יהיה | 7 |
ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
והכהן--המקריב את עלת איש עור העלה אשר הקריב לכהן לו יהיה | 8 |
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
וכל מנחה אשר תאפה בתנור וכל נעשה במרחשת ועל מחבת--לכהן המקריב אתה לו תהיה | 9 |
ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
וכל מנחה בלולה בשמן וחרבה--לכל בני אהרן תהיה איש כאחיו | 10 |
ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
וזאת תורת זבח השלמים אשר יקריב ליהוה | 11 |
“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
אם על תודה יקריבנו--והקריב על זבח התודה חלות מצות בלולת בשמן ורקיקי מצות משחים בשמן וסלת מרבכת חלת בלולת בשמן | 12 |
କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
על חלת לחם חמץ יקריב קרבנו על זבח תודת שלמיו | 13 |
ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
והקריב ממנו אחד מכל קרבן תרומה ליהוה לכהן הזרק את דם השלמים--לו יהיה | 14 |
ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
ובשר זבח תודת שלמיו--ביום קרבנו יאכל לא יניח ממנו עד בקר | 15 |
ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
ואם נדר או נדבה זבח קרבנו--ביום הקריבו את זבחו יאכל וממחרת והנותר ממנו יאכל | 16 |
ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
והנותר מבשר הזבח--ביום השלישי באש ישרף | 17 |
ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
ואם האכל יאכל מבשר זבח שלמיו ביום השלישי לא ירצה--המקריב אתו לא יחשב לו פגול יהיה והנפש האכלת ממנו עונה תשא | 18 |
ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
והבשר אשר יגע בכל טמא לא יאכל--באש ישרף והבשר--כל טהור יאכל בשר | 19 |
ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
והנפש אשר תאכל בשר מזבח השלמים אשר ליהוה וטמאתו עליו--ונכרתה הנפש ההוא מעמיה | 20 |
ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
ונפש כי תגע בכל טמא בטמאת אדם או בבהמה טמאה או בכל שקץ טמא ואכל מבשר זבח השלמים אשר ליהוה--ונכרתה הנפש ההוא מעמיה | 21 |
ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
וידבר יהוה אל משה לאמר | 22 |
ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
דבר אל בני ישראל לאמר כל חלב שור וכשב ועז--לא תאכלו | 23 |
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
וחלב נבלה וחלב טרפה יעשה לכל מלאכה ואכל לא תאכלהו | 24 |
ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇପାରେ; ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
כי כל אכל חלב מן הבהמה אשר יקריב ממנה אשה ליהוה--ונכרתה הנפש האכלת מעמיה | 25 |
କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
וכל דם לא תאכלו בכל מושבתיכם לעוף ולבהמה | 26 |
ପୁଣି, ତୁମ୍ଭମାନଙ୍କର କୌଣସି ବାସ ସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
כל נפש אשר תאכל כל דם--ונכרתה הנפש ההוא מעמיה | 27 |
ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
וידבר יהוה אל משה לאמר | 28 |
ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
דבר אל בני ישראל לאמר המקריב את זבח שלמיו ליהוה--יביא את קרבנו ליהוה מזבח שלמיו | 29 |
“ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
ידיו תביאינה את אשי יהוה את החלב על החזה יביאנו--את החזה להניף אתו תנופה לפני יהוה | 30 |
ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
והקטיר הכהן את החלב המזבחה והיה החזה לאהרן ולבניו | 31 |
ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
ואת שוק הימין תתנו תרומה לכהן מזבחי שלמיכם | 32 |
ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
המקריב את דם השלמים ואת החלב--מבני אהרן לו תהיה שוק הימין למנה | 33 |
ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
כי את חזה התנופה ואת שוק התרומה לקחתי מאת בני ישראל מזבחי שלמיהם ואתן אתם לאהרן הכהן ולבניו לחק עולם מאת בני ישראל | 34 |
ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
זאת משחת אהרן ומשחת בניו מאשי יהוה ביום הקריב אתם לכהן ליהוה | 35 |
ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
אשר צוה יהוה לתת להם ביום משחו אתם מאת בני ישראל--חקת עולם לדרתם | 36 |
ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”
זאת התורה לעלה למנחה ולחטאת ולאשם ולמלואים--ולזבח השלמים | 37 |
ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି, ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକ; ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
אשר צוה יהוה את משה בהר סיני ביום צותו את בני ישראל להקריב את קרבניהם ליהוה--במדבר סיני | 38 |
ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।