< במדבר 6 >

וידבר יהוה אל משה לאמר 1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
דבר אל בני ישראל ואמרת אלהם איש או אשה כי יפלא לנדר נדר נזיר--להזיר ליהוה 2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,
מיין ושכר יזיר חמץ יין וחמץ שכר לא ישתה וכל משרת ענבים לא ישתה וענבים לחים ויבשים לא יאכל 3
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
כל ימי נזרו מכל אשר יעשה מגפן היין מחרצנים ועד זג--לא יאכל 4
ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
כל ימי נדר נזרו תער לא יעבר על ראשו עד מלאת הימם אשר יזיר ליהוה קדש יהיה--גדל פרע שער ראשו 5
ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
כל ימי הזירו ליהוה על נפש מת לא יבא 6
ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।
לאביו ולאמו לאחיו ולאחתו--לא יטמא להם במתם כי נזר אלהיו על ראשו 7
ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
כל ימי נזרו קדש הוא ליהוה 8
ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
וכי ימות מת עליו בפתע פתאם וטמא ראש נזרו--וגלח ראשו ביום טהרתו ביום השביעי יגלחנו 9
ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
וביום השמיני יבא שתי תרים או שני בני יונה אל הכהן--אל פתח אהל מועד 10
ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
ועשה הכהן אחד לחטאת ואחד לעלה וכפר עליו מאשר חטא על הנפש וקדש את ראשו ביום ההוא 11
ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।
והזיר ליהוה את ימי נזרו והביא כבש בן שנתו לאשם והימים הראשנים יפלו כי טמא נזרו 12
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।
וזאת תורת הנזיר ביום מלאת ימי נזרו יביא אתו אל פתח אהל מועד 13
ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
והקריב את קרבנו ליהוה כבש בן שנתו תמים אחד לעלה וכבשה אחת בת שנתה תמימה לחטאת ואיל אחד תמים לשלמים 14
ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ
וסל מצות סלת חלת בלולת בשמן ורקיקי מצות משחים בשמן ומנחתם ונסכיהם 15
ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
והקריב הכהן לפני יהוה ועשה את חטאתו ואת עלתו 16
ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।
ואת האיל יעשה זבח שלמים ליהוה על סל המצות ועשה הכהן את מנחתו ואת נסכו 17
ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
וגלח הנזיר פתח אהל מועד--את ראש נזרו ולקח את שער ראש נזרו ונתן על האש אשר תחת זבח השלמים 18
ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
ולקח הכהן את הזרע בשלה מן האיל וחלת מצה אחת מן הסל ורקיק מצה אחד ונתן על כפי הנזיר אחר התגלחו את נזרו 19
ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।
והניף אותם הכהן תנופה לפני יהוה--קדש הוא לכהן על חזה התנופה ועל שוק התרומה ואחר ישתה הנזיר יין 20
ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।
זאת תורת הנזיר אשר ידר קרבנו ליהוה על נזרו מלבד אשר תשיג ידו כפי נדרו אשר ידר--כן יעשה על תורת נזרו 21
ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।”
וידבר יהוה אל משה לאמר 22
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
דבר אל אהרן ואל בניו לאמר כה תברכו את בני ישראל אמור להם 23
“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
יברכך יהוה וישמרך 24
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
יאר יהוה פניו אליך ויחנך 25
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ישא יהוה פניו אליך וישם לך שלום 26
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”
ושמו את שמי על בני ישראל ואני אברכם 27
ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।

< במדבר 6 >