< מִשְׁלֵי 19 >
טוב-רש הולך בתמו-- מעקש שפתיו והוא כסיל | 1 |
ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।
גם בלא-דעת נפש לא-טוב ואץ ברגלים חוטא | 2 |
ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
אולת אדם תסלף דרכו ועל-יהוה יזעף לבו | 3 |
ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
הון--יסיף רעים רבים ודל מרעהו יפרד | 4 |
ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
עד שקרים לא ינקה ויפיח כזבים לא ימלט | 5 |
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
רבים יחלו פני-נדיב וכל-הרע לאיש מתן | 6 |
ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
כל אחי-רש שנאהו-- אף כי מרעהו רחקו ממנו מרדף אמרים לא- (לו-) המה | 7 |
ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
קנה-לב אהב נפשו שמר תבונה למצא-טוב | 8 |
ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
עד שקרים לא ינקה ויפיח כזבים יאבד | 9 |
ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
לא-נאוה לכסיל תענוג אף כי-לעבד משל בשרים | 10 |
ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
שכל אדם האריך אפו ותפארתו עבר על-פשע | 11 |
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
נהם ככפיר זעף מלך וכטל על-עשב רצונו | 12 |
ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
הות לאביו בן כסיל ודלף טרד מדיני אשה | 13 |
ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
בית והון נחלת אבות ומיהוה אשה משכלת | 14 |
ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
עצלה תפיל תרדמה ונפש רמיה תרעב | 15 |
ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
שמר מצוה שמר נפשו בוזה דרכיו יומת (ימות) | 16 |
ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
מלוה יהוה חונן דל וגמלו ישלם-לו | 17 |
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
יסר בנך כי-יש תקוה ואל-המיתו אל-תשא נפשך | 18 |
ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
גרל- (גדל-) חמה נשא ענש כי אם-תציל ועוד תוסף | 19 |
ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
שמע עצה וקבל מוסר-- למען תחכם באחריתך | 20 |
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
רבות מחשבות בלב-איש ועצת יהוה היא תקום | 21 |
ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
תאות אדם חסדו וטוב-רש מאיש כזב | 22 |
ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
יראת יהוה לחיים ושבע ילין בל-יפקד רע | 23 |
ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
טמן עצל ידו בצלחת גם-אל-פיהו לא ישיבנה | 24 |
ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
לץ תכה ופתי יערם והוכיח לנבון יבין דעת | 25 |
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନକୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
משדד-אב יבריח אם-- בן מביש ומחפיר | 26 |
ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
חדל-בני לשמע מוסר לשגות מאמרי-דעת | 27 |
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
עד בליעל יליץ משפט ופי רשעים יבלע-און | 28 |
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
נכונו ללצים שפטים ומהלמות לגו כסילים | 29 |
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।