< מִשְׁלֵי 26 >

כשלג בקיץ--וכמטר בקציר כן לא-נאוה לכסיל כבוד 1
ଯେପରି ଗ୍ରୀଷ୍ମକାଳରେ ହିମ ଓ ଫସଲ ସମୟରେ ବୃଷ୍ଟି, ସେପରି ମୂର୍ଖକୁ ସମ୍ମାନ ଅନୁପଯୁକ୍ତ।
כצפור לנוד כדרור לעוף-- כן קללת חנם לא (לו) תבא 2
ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।
שוט לסוס מתג לחמור ושבט לגו כסילים 3
ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।
אל-תען כסיל כאולתו פן-תשוה-לו גם-אתה 4
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ ନାହିଁ, ଦେଲେ ତୁମ୍ଭେ ମଧ୍ୟ ତାହାର ସମାନ ହେବ।
ענה כסיל כאולתו פן-יהיה חכם בעיניו 5
ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।
מקצה רגלים חמס שתה-- שלח דברים ביד-כסיל 6
ମୂର୍ଖ ହାତରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ।
דליו שקים מפסח ומשל בפי כסילים 7
ନେଙ୍ଗଡ଼ାର ଚରଣ ଯେପରି ନଡ଼ନଡ଼, ଅଜ୍ଞାନର ମୁଖରେ ସେପରି ହିତୋପଦେଶ ବାକ୍ୟ।
כצרור אבן במרגמה-- כן-נותן לכסיל כבוד 8
ଯେପରି ପ୍ରସ୍ତରରାଶିରେ ମଣିର ଥଳୀ, ସେପରି ସେ, ଯେ ମୂର୍ଖକୁ ସମ୍ମାନ ଦିଏ।
חוח עלה ביד-שכור ומשל בפי כסילים 9
ମତ୍ତ ଲୋକର ହସ୍ତରେ ଉଠାଯିବା କଣ୍ଟକ ଯେପରି, ମୂର୍ଖମାନଙ୍କ ମୁଖରେ ହିତୋପଦେଶ ବାକ୍ୟ ସେପରି।
רב מחולל-כל ושכר כסיל ושכר עברים 10
ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସେପରି ସେହି ଲୋକ, ଯେ ମୂର୍ଖକୁ ବେତନ ଦିଏ ଓ ଯେ ପଥିକକୁ ବେତନ ଦିଏ।
ככלב שב על-קאו-- כסיל שונה באולתו 11
ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।
ראית--איש חכם בעיניו תקוה לכסיל ממנו 12
ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।
אמר עצל שחל בדרך ארי בין הרחבות 13
ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
הדלת תסוב על-צירה ועצל על-מטתו 14
ଯେପରି କବ୍‍ଜାରେ କବାଟ ବୁଲେ, ସେପରି ଅଳସୁଆ ଆପଣା ଶଯ୍ୟାରେ ଥାଇ କରେ।
טמן עצל ידו בצלחת נלאה להשיבה אל-פיו 15
ଅଳସୁଆ ଥାଳୀରେ ହାତ ବୁଡ଼ାଇ ଆଉ ଥରେ ତାହା ମୁଖକୁ ନେବାକୁ ଥକିଯାଏ।
חכם עצל בעיניו-- משבעה משיבי טעם 16
ସାତ ଜଣ ସୁବିଚାରସିଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟିରେ ଜ୍ଞାନବାନ।
מחזיק באזני-כלב-- עבר מתעבר על-ריב לא-לו 17
ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
כמתלהלה הירה זקים-- חצים ומות 18
ଅଗ୍ନିବାଣ, ତୀର ଓ ମୃତ୍ୟୁୁ ନିକ୍ଷେପକାରୀ ବାତୁଳ ଯେପରି;
כן-איש רמה את-רעהו ואמר הלא-משחק אני 19
ଆପଣା ପ୍ରତିବାସୀକୁ ଯେଉଁ ଲୋକ ଭୁଲାଇ କହେ, “ମୁଁ କʼଣ କୌତୁକ କରୁ ନାହିଁ?” ସେ ସେପରି।
באפס עצים תכבה-אש ובאין נרגן ישתק מדון 20
କାଷ୍ଠ ଶେଷ ହେଲେ ଅଗ୍ନି ଲିଭିଯାଏ, କର୍ଣ୍ଣେଜପ ନ ଥିଲେ କଳି ନିବୃତ୍ତ ହୁଏ।
פחם לגחלים ועצים לאש ואיש מדונים (מדינים) לחרחר-ריב 21
ଯେପରି ଜ୍ୱଳନ୍ତା ଅଙ୍ଗାରକୁ ଅଙ୍ଗାର ଓ ଅଗ୍ନିକୁ କାଷ୍ଠ, ସେପରି ବିବାଦ ବଢ଼ାଇବାକୁ କଳିହୁଡ଼ା ଲୋକ।
דברי נרגן כמתלהמים והם ירדו חדרי-בטן 22
କର୍ଣ୍ଣେଜପର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
כסף סיגים מצפה על-חרש-- שפתים דלקים ולב-רע 23
ଅନୁରାଗୀ ଓଷ୍ଠ ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ।
בשפתו ינכר שונא ובקרבו ישית מרמה 24
ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।
כי-יחנן קולו אל-תאמן-בו כי שבע תועבות בלבו 25
ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।
תכסה שנאה במשאון תגלה רעתו בקהל 26
ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।
כרה-שחת בה יפול וגולל אבן אליו תשוב 27
ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
לשון-שקר ישנא דכיו ופה חלק יעשה מדחה 28
ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।

< מִשְׁלֵי 26 >