< תהילים 104 >
ברכי נפשי את-יהוה יהוה אלהי גדלת מאד הוד והדר לבשת | 1 |
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
עטה-אור כשלמה נוטה שמים כיריעה | 2 |
ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
המקרה במים עליותיו השם-עבים רכובו המהלך על-כנפי-רוח | 3 |
ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।
עשה מלאכיו רוחות משרתיו אש להט | 4 |
ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର।
יסד-ארץ על-מכוניה בל-תמוט עולם ועד | 5 |
ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।
תהום כלבוש כסיתו על-הרים יעמדו מים | 6 |
ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା।
מן-גערתך ינוסון מן-קול רעמך יחפזון | 7 |
ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ;
יעלו הרים ירדו בקעות-- אל-מקום זה יסדת להם | 8 |
ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ।
גבול-שמת בל-יעברון בל-ישבון לכסות הארץ | 9 |
ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ।
המשלח מעינים בנחלים בין הרים יהלכון | 10 |
ସେ ଉପତ୍ୟକାସମୂହରେ ନିର୍ଝର ବୁହାନ୍ତି; ତାହା ପର୍ବତଗଣ ମଧ୍ୟରେ ଧାଏଁ;
ישקו כל-חיתו שדי ישברו פראים צמאם | 11 |
ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି।
עליהם עוף-השמים ישכון מבין עפאים יתנו-קול | 12 |
ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି।
משקה הרים מעליותיו מפרי מעשיך תשבע הארץ | 13 |
ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।
מצמיח חציר לבהמה ועשב לעבדת האדם להוציא לחם מן-הארץ | 14 |
ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
ויין ישמח לבב-אנוש-- להצהיל פנים משמן ולחם לבב-אנוש יסעד | 15 |
ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।
ישבעו עצי יהוה-- ארזי לבנון אשר נטע | 16 |
ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;
אשר-שם צפרים יקננו חסידה ברושים ביתה | 17 |
ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ।
הרים הגבהים ליעלים סלעים מחסה לשפנים | 18 |
ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ।
עשה ירח למועדים שמש ידע מבואו | 19 |
ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ।
תשת-חשך ויהי לילה-- בו-תרמש כל-חיתו-יער | 20 |
ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନ-ପଶୁ ବାହାରି ଭ୍ରମଣ କରନ୍ତି।
הכפירים שאגים לטרף ולבקש מאל אכלם | 21 |
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।
תזרח השמש יאספון ואל-מעונתם ירבצון | 22 |
ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯାʼନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି।
יצא אדם לפעלו ולעבדתו עדי-ערב | 23 |
ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ।
מה-רבו מעשיך יהוה-- כלם בחכמה עשית מלאה הארץ קנינך | 24 |
ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
זה הים גדול-- ורחב ידים שם-רמש ואין מספר חיות קטנות עם-גדלות | 25 |
ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି।
שם אניות יהלכון לויתן זה-יצרת לשחק-בו | 26 |
ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।
כלם אליך ישברון-- לתת אכלם בעתו | 27 |
ଏସମସ୍ତେ ଉପଯୁକ୍ତ ସମୟରେ ଆପଣା ଆପଣା ଭକ୍ଷ୍ୟ ପାଇବା ନିମନ୍ତେ ତୁମ୍ଭର ଅନୁସରଣ କରନ୍ତି।
תתן להם ילקטון תפתח ידך ישבעון טוב | 28 |
ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି।
תסתיר פניך יבהלון תסף רוחם יגועון ואל-עפרם ישובון | 29 |
ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯାʼନ୍ତି।
תשלח רוחך יבראון ותחדש פני אדמה | 30 |
ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ।
יהי כבוד יהוה לעולם ישמח יהוה במעשיו | 31 |
ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।
המביט לארץ ותרעד יגע בהרים ויעשנו | 32 |
ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
אשירה ליהוה בחיי אזמרה לאלהי בעודי | 33 |
ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
יערב עליו שיחי אנכי אשמח ביהוה | 34 |
ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।
יתמו חטאים מן-הארץ ורשעים עוד אינם-- ברכי נפשי את-יהוה הללו-יה | 35 |
ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।