< תהילים 11 >
למנצח לדוד ביהוה חסיתי--איך תאמרו לנפשי נודו (נודי) הרכם צפור | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”
כי הנה הרשעים ידרכון קשת כוננו חצם על-יתר-- לירות במו-אפל לישרי-לב | 2 |
କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି।
כי השתות יהרסון-- צדיק מה-פעל | 3 |
ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ?
יהוה בהיכל קדשו-- יהוה בשמים כסאו עיניו יחזו-- עפעפיו יבחנו בני אדם | 4 |
ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।
יהוה צדיק יבחן ורשע ואהב חמס--שנאה נפשו | 5 |
ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।
ימטר על-רשעים פחים אש וגפרית ורוח זלעפות--מנת כוסם | 6 |
ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
כי-צדיק יהוה צדקות אהב ישר יחזו פנימו | 7 |
କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।