< תהילים 111 >
הללו-יה אודה יהוה בכל-לבב בסוד ישרים ועדה | 1 |
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
גדלים מעשי יהוה דרושים לכל-חפציהם | 2 |
ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
הוד-והדר פעלו וצדקתו עמדת לעד | 3 |
ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।
זכר עשה לנפלאותיו חנון ורחום יהוה | 4 |
ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
טרף נתן ליראיו יזכר לעולם בריתו | 5 |
ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।
כח מעשיו הגיד לעמו-- לתת להם נחלת גוים | 6 |
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।
מעשי ידיו אמת ומשפט נאמנים כל-פקודיו | 7 |
ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ।
סמוכים לעד לעולם עשוים באמת וישר | 8 |
ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
פדות שלח לעמו-- צוה-לעולם בריתו קדוש ונורא שמו | 9 |
ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।
ראשית חכמה יראת יהוה-- שכל טוב לכל-עשיהם תהלתו עמדת לעד | 10 |
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।