< תהילים 116 >
אהבתי כי-ישמע יהוה-- את-קולי תחנוני | 1 |
ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋʼ ରବ ଓ ବିନତି ଶୁଣିଅଛନ୍ତି।
כי-הטה אזנו לי ובימי אקרא | 2 |
ସେ ମୋʼ ପ୍ରତି କର୍ଣ୍ଣପାତ କରିଅଛନ୍ତି, ଏଥିପାଇଁ ମୁଁ ବଞ୍ଚିଥିବା ଯାଏ, ତାହାଙ୍କ ନିକଟରେ ପ୍ରାର୍ଥନା କରିବି।
אפפוני חבלי-מות--ומצרי שאול מצאוני צרה ויגון אמצא (Sheol ) | 3 |
ମୃତ୍ୟୁର ରଜ୍ଜୁ ମୋତେ ଘେରିଲା, ପାତାଳର ଯନ୍ତ୍ରଣା ମୋତେ ଧରିଲା; ମୁଁ ସଙ୍କଟ ଓ ଦୁଃଖରେ ପଡ଼ିଲି। (Sheol )
ובשם-יהוה אקרא אנה יהוה מלטה נפשי | 4 |
ସେତେବେଳେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି; “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୋʼ ପ୍ରାଣକୁ ଉଦ୍ଧାର କର।”
חנון יהוה וצדיק ואלהינו מרחם | 5 |
ସଦାପ୍ରଭୁ କୃପାବାନ ଓ ଧର୍ମମୟ; ହଁ, ଆମ୍ଭମାନଙ୍କ ପରମେଶ୍ୱର ସ୍ନେହଶୀଳ ଅଟନ୍ତି।
שמר פתאים יהוה דלתי ולי יהושיע | 6 |
ସଦାପ୍ରଭୁ ସରଳ ଲୋକଙ୍କୁ ରକ୍ଷା କରନ୍ତି; ମୁଁ ଦୀନହୀନ ହେଲେ ହେଁ ସେ ମୋର ପରିତ୍ରାଣ କଲେ।
שובי נפשי למנוחיכי כי-יהוה גמל עליכי | 7 |
ହେ ମୋହର ପ୍ରାଣ, ଆପଣା ବିଶ୍ରାମ-ସ୍ଥାନକୁ ନେଉଟି ଯାଅ; କାରଣ ସଦାପ୍ରଭୁ ତୁମ୍ଭର ପ୍ରଚୁର ମଙ୍ଗଳ କରିଅଛନ୍ତି।
כי חלצת נפשי ממות את-עיני מן-דמעה את-רגלי מדחי | 8 |
ତୁମ୍ଭେ ମୃତ୍ୟୁୁରୁ ମୋହର ପ୍ରାଣ ଓ ଲୋତକରୁ ମୋହର ଚକ୍ଷୁ ଓ ଝୁଣ୍ଟିପଡ଼ିବାରୁ ମୋହର ଚରଣ ଉଦ୍ଧାର କରିଅଛ।
אתהלך לפני יהוה-- בארצות החיים | 9 |
ମୁଁ ସଦାପ୍ରଭୁଙ୍କ ସାକ୍ଷାତରେ ଜୀବିତମାନଙ୍କ ଦେଶରେ ଗମନାଗମନ କରିବି।
האמנתי כי אדבר אני עניתי מאד | 10 |
ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,”
אני אמרתי בחפזי כל-האדם כזב | 11 |
ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”
מה-אשיב ליהוה-- כל-תגמולוהי עלי | 12 |
ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?
כוס-ישועות אשא ובשם יהוה אקרא | 13 |
ମୁଁ ପରିତ୍ରାଣର ପାତ୍ର ଗ୍ରହଣ କରିବି ଓ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
נדרי ליהוה אשלם נגדה-נא לכל-עמו | 14 |
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
יקר בעיני יהוה-- המותה לחסידיו | 15 |
ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।
אנה יהוה כי-אני עבדך אני-עבדך בן-אמתך פתחת למוסרי | 16 |
ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
לך-אזבח זבח תודה ובשם יהוה אקרא | 17 |
ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
נדרי ליהוה אשלם נגדה-נא לכל-עמו | 18 |
ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
בחצרות בית יהוה-- בתוככי ירושלם הללו-יה | 19 |
ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।