< תהילים 118 >
הודו ליהוה כי-טוב כי לעולם חסדו | 1 |
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
יאמר-נא ישראל כי לעולם חסדו | 2 |
ଇସ୍ରାଏଲ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
יאמרו-נא בית-אהרן כי לעולם חסדו | 3 |
ହାରୋଣ-ବଂଶ ଏବେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
יאמרו-נא יראי יהוה כי לעולם חסדו | 4 |
ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।
מן-המצר קראתי יה ענני במרחב יה | 5 |
ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
יהוה לי לא אירא מה-יעשה לי אדם | 6 |
ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?
יהוה לי בעזרי ואני אראה בשנאי | 7 |
ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି।
טוב לחסות ביהוה-- מבטח באדם | 8 |
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
טוב לחסות ביהוה-- מבטח בנדיבים | 9 |
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
כל-גוים סבבוני בשם יהוה כי אמילם | 10 |
ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
סבוני גם-סבבוני בשם יהוה כי אמילם | 11 |
ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
סבוני כדבורים-- דעכו כאש קוצים בשם יהוה כי אמילם | 12 |
ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।
דחה דחיתני לנפל ויהוה עזרני | 13 |
ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
עזי וזמרת יה ויהי-לי לישועה | 14 |
ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
קול רנה וישועה--באהלי צדיקים ימין יהוה עשה חיל | 15 |
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
ימין יהוה רוממה ימין יהוה עשה חיל | 16 |
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।
לא-אמות כי-אחיה ואספר מעשי יה | 17 |
ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
יסר יסרני יה ולמות לא נתנני | 18 |
ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି।
פתחו-לי שערי-צדק אבא-בם אודה יה | 19 |
ମୋʼ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଦ୍ୱାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
זה-השער ליהוה צדיקים יבאו בו | 20 |
ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ।
אודך כי עניתני ותהי-לי לישועה | 21 |
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
אבן מאסו הבונים-- היתה לראש פנה | 22 |
ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।
מאת יהוה היתה זאת היא נפלאת בעינינו | 23 |
ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ।
זה-היום עשה יהוה נגילה ונשמחה בו | 24 |
ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
אנא יהוה הושיעה נא אנא יהוה הצליחה נא | 25 |
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
ברוך הבא בשם יהוה ברכנוכם מבית יהוה | 26 |
ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।
אל יהוה--ויאר-לנו אסרו-חג בעבתים--עד קרנות המזבח | 27 |
ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।
אלי אתה ואודך אלהי ארוממך | 28 |
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
הודו ליהוה כי-טוב כי לעולם חסדו | 29 |
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।