< תהילים 127 >
שיר המעלות לשלמה אם-יהוה לא-יבנה בית-- שוא עמלו בוניו בו אם-יהוה לא-ישמר-עיר שוא שקד שומר | 1 |
ଆରୋହଣ ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
שוא לכם משכימי קום מאחרי-שבת-- אכלי לחם העצבים כן יתן לידידו שנא | 2 |
ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
הנה נחלת יהוה בנים שכר פרי הבטן | 3 |
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
כחצים ביד-גבור-- כן בני הנעורים | 4 |
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
אשרי הגבר-- אשר מלא את-אשפתו מהם לא-יבשו-- כי-ידברו את-אויבים בשער | 5 |
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।