< תהילים 130 >
שיר המעלות ממעמקים קראתיך יהוה | 1 |
ଆରୋହଣ ଗୀତ। ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
אדני שמעה בקולי תהיינה אזניך קשבות-- לקול תחנוני | 2 |
ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
אם-עונות תשמר-יה-- אדני מי יעמד | 3 |
ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?
כי-עמך הסליחה-- למען תורא | 4 |
ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
קויתי יהוה קותה נפשי ולדברו הוחלתי | 5 |
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
נפשי לאדני-- משמרים לבקר שמרים לבקר | 6 |
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
יחל ישראל אל-יהוה כי-עם-יהוה החסד והרבה עמו פדות | 7 |
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
והוא יפדה את-ישראל-- מכל עונתיו | 8 |
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।