< תהילים 142 >
משכיל לדוד בהיותו במערה תפלה ב קולי אל-יהוה אזעק קולי אל-יהוה אתחנן | 1 |
ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
אשפך לפניו שיחי צרתי לפניו אגיד | 2 |
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
בהתעטף עלי רוחי-- ואתה ידעת נתיבתי בארח-זו אהלך-- טמנו פח לי | 3 |
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
הביט ימין וראה-- ואין-לי מכיר אבד מנוס ממני אין דורש לנפשי | 4 |
ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
זעקתי אליך יהוה אמרתי אתה מחסי חלקי בארץ החיים | 5 |
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
הקשיבה אל-רנתי-- כי-דלותי-מאד הצילני מרדפי-- כי אמצו ממני | 6 |
ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
הוציאה ממסגר נפשי-- להודות את-שמך בי יכתרו צדיקים-- כי תגמל עלי | 7 |
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।