< תהילים 23 >
מזמור לדוד יהוה רעי לא אחסר | 1 |
ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
בנאות דשא ירביצני על-מי מנחות ינהלני | 2 |
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
נפשי ישובב ינחני במעגלי-צדק למען שמו | 3 |
ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
גם כי-אלך בגיא צלמות לא-אירא רע-- כי-אתה עמדי שבטך ומשענתך המה ינחמני | 4 |
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
תערך לפני שלחן-- נגד צררי דשנת בשמן ראשי כוסי רויה | 5 |
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
אך טוב וחסד ירדפוני-- כל-ימי חיי ושבתי בבית-יהוה לארך ימים | 6 |
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।