< תהילים 59 >
למנצח אל-תשחת לדוד מכתם בשלח שאול וישמרו את-הבית להמיתו ב הצילני מאיבי אלהי ממתקוממי תשגבני | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
הצילני מפעלי און ומאנשי דמים הושיעני | 2 |
ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
כי הנה ארבו לנפשי-- יגורו עלי עזים לא-פשעי ולא-חטאתי יהוה | 3 |
କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
בלי-עון ירצון ויכוננו עורה לקראתי וראה | 4 |
ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
ואתה יהוה-אלהים צבאות אלהי ישראל-- הקיצה לפקד כל-הגוים אל-תחן כל-בגדי און סלה | 5 |
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। (ସେଲା)
ישובו לערב יהמו ככלב ויסובבו עיר | 6 |
ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
הנה יביעון בפיהם--חרבות בשפתותיהם כי-מי שמע | 7 |
ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”
ואתה יהוה תשחק-למו תלעג לכל-גוים | 8 |
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
עזו אליך אשמרה כי-אלהים משגבי | 9 |
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
אלהי חסדו (חסדי) יקדמני אלהים יראני בשררי | 10 |
ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
אל-תהרגם פן ישכחו עמי--הניעמו בחילך והורידמו מגננו אדני | 11 |
ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
חטאת-פימו דבר-שפתימו וילכדו בגאונם ומאלה ומכחש יספרו | 12 |
ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
כלה בחמה כלה ואינמו וידעו--כי-אלהים משל ביעקב לאפסי הארץ סלה | 13 |
ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। (ସେଲା)
וישבו לערב יהמו ככלב ויסובבו עיר | 14 |
ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
המה ינועון (יניעון) לאכל-- אם-לא ישבעו וילינו | 15 |
ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।
ואני אשיר עזך-- וארנן לבקר חסדך כי-היית משגב לי ומנוס ביום צר-לי | 16 |
ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
עזי אליך אזמרה כי-אלהים משגבי אלהי חסדי | 17 |
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।