< תהילים 65 >
למנצח מזמור לדוד שיר ב לך דמיה תהלה אלהים בציון ולך ישלם-נדר | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ। ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
שמע תפלה-- עדיך כל-בשר יבאו | 2 |
ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
דברי עונת גברו מני פשעינו אתה תכפרם | 3 |
ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
אשרי תבחר ותקרב-- ישכן חצריך נשבעה בטוב ביתך קדש היכלך | 4 |
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
נוראות בצדק תעננו-- אלהי ישענו מבטח כל-קצוי-ארץ וים רחקים | 5 |
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
מכין הרים בכחו נאזר בגבורה | 6 |
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
משביח שאון ימים--שאון גליהם והמון לאמים | 7 |
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
וייראו ישבי קצות--מאותתיך מוצאי בקר וערב תרנין | 8 |
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।
פקדת הארץ ותשקקה רבת תעשרנה-- פלג אלהים מלא מים תכין דגנם כי-כן תכינה | 9 |
ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
תלמיה רוה נחת גדודה ברביבים תמגגנה צמחה תברך | 10 |
ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
עטרת שנת טובתך ומעגליך ירעפון דשן | 11 |
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
ירעפו נאות מדבר וגיל גבעות תחגרנה | 12 |
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
לבשו כרים הצאן-- ועמקים יעטפו-בר יתרועעו אף-ישירו | 13 |
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।