< תהילים 75 >
למנצח אל-תשחת מזמור לאסף שיר ב הודינו לך אלהים--הודינו וקרוב שמך ספרו נפלאותיך | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
כי אקח מועד אני מישרים אשפט | 2 |
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
נמגים ארץ וכל-ישביה אנכי תכנתי עמודיה סלה | 3 |
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। (ସେଲା)
אמרתי להוללים אל-תהלו ולרשעים אל-תרימו קרן | 4 |
ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
אל-תרימו למרום קרנכם תדברו בצואר עתק | 5 |
ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
כי לא ממוצא וממערב ולא ממדבר הרים | 6 |
କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
כי-אלהים שפט זה ישפיל וזה ירים | 7 |
ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
כי כוס ביד-יהוה ויין חמר מלא מסך-- ויגר מזה אך-שמריה ימצו ישתו כל רשעי-ארץ | 8 |
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
ואני אגיד לעלם אזמרה לאלהי יעקב | 9 |
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
וכל-קרני רשעים אגדע תרוממנה קרנות צדיק | 10 |
ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।