< תהילים 91 >

ישב בסתר עליון בצל שדי יתלונן 1
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
אמר--ליהוה מחסי ומצודתי אלהי אבטח-בו 2
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
כי הוא יצילך מפח יקוש מדבר הוות 3
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
באברתו יסך לך--ותחת-כנפיו תחסה צנה וסחרה אמתו 4
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
לא-תירא מפחד לילה מחץ יעוף יומם 5
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
מדבר באפל יהלך מקטב ישוד צהרים 6
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
יפל מצדך אלף--ורבבה מימינך אליך לא יגש 7
ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
רק בעיניך תביט ושלמת רשעים תראה 8
ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
כי-אתה יהוה מחסי עליון שמת מעונך 9
କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
לא-תאנה אליך רעה ונגע לא-יקרב באהלך 10
ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
כי מלאכיו יצוה-לך לשמרך בכל-דרכיך 11
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
על-כפים ישאונך פן-תגף באבן רגלך 12
ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
על-שחל ופתן תדרך תרמס כפיר ותנין 13
ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
כי בי חשק ואפלטהו אשגבהו כי-ידע שמי 14
ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
יקראני ואענהו--עמו-אנכי בצרה אחלצהו ואכבדהו 15
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
ארך ימים אשביעהו ואראהו בישועתי 16
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।

< תהילים 91 >