< שיר השירים 6 >

אנה הלך דודך היפה בנשים אנה פנה דודך ונבקשנו עמך 1
ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ?
דודי ירד לגנו לערגות הבשם--לרעות בגנים וללקט שושנים 2
ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
אני לדודי ודודי לי הרעה בשושנים 3
ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
יפה את רעיתי כתרצה נאוה כירושלם אימה כנדגלות 4
ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
הסבי עיניך מנגדי שהם הרהיבני שערך כעדר העזים שגלשו מן הגלעד 5
ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
שניך כעדר הרחלים שעלו מן הרחצה שכלם מתאימות ושכלה אין בהם 6
ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
כפלח הרמון רקתך מבעד לצמתך 7
ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
ששים המה מלכות ושמנים פילגשים ועלמות אין מספר 8
ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
אחת היא יונתי תמתי--אחת היא לאמה ברה היא ליולדתה ראוה בנות ויאשרוה מלכות ופילגשים ויהללוה 9
ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
מי זאת הנשקפה כמו שחר יפה כלבנה ברה כחמה--אימה כנדגלות 10
ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
אל גנת אגוז ירדתי לראות באבי הנחל לראות הפרחה הגפן הנצו הרמנים 11
ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।
לא ידעתי--נפשי שמתני מרכבות עמי נדיב 12
ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।
שובי שובי השולמית שובי שובי ונחזה בך מה תחזו בשולמית כמחלת המחנים 13
ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?

< שיר השירים 6 >