< שמואל א 26 >
וַיָּבֹאוּ הַזִּפִים אֶל־שָׁאוּל הַגִּבְעָתָה לֵאמֹר הֲלוֹא דָוִד מִסְתַּתֵּר בְּגִבְעַת הַחֲכִילָה עַל פְּנֵי הַיְשִׁימֹֽן׃ | 1 |
ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”
וַיָּקׇם שָׁאוּל וַיֵּרֶד אֶל־מִדְבַּר־זִיף וְאִתּוֹ שְׁלֹשֶׁת־אֲלָפִים אִישׁ בְּחוּרֵי יִשְׂרָאֵל לְבַקֵּשׁ אֶת־דָּוִד בְּמִדְבַּר־זִֽיף׃ | 2 |
ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।
וַיִּחַן שָׁאוּל בְּגִבְעַת הַחֲכִילָה אֲשֶׁר עַל־פְּנֵי הַיְשִׁימֹן עַל־הַדָּרֶךְ וְדָוִד יֹשֵׁב בַּמִּדְבָּר וַיַּרְא כִּי בָא שָׁאוּל אַחֲרָיו הַמִּדְבָּֽרָה׃ | 3 |
ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।
וַיִּשְׁלַח דָּוִד מְרַגְּלִים וַיֵּדַע כִּי־בָא שָׁאוּל אֶל־נָכֽוֹן׃ | 4 |
ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।
וַיָּקׇם דָּוִד וַיָּבֹא אֶֽל־הַמָּקוֹם אֲשֶׁר חָנָה־שָׁם שָׁאוּל וַיַּרְא דָּוִד אֶת־הַמָּקוֹם אֲשֶׁר שָׁכַב־שָׁם שָׁאוּל וְאַבְנֵר בֶּן־נֵר שַׂר־צְבָאוֹ וְשָׁאוּל שֹׁכֵב בַּמַּעְגָּל וְהָעָם חֹנִים סְבִיבֹתָֽו׃ | 5 |
ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍ର ପୁତ୍ର ଅବ୍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।
וַיַּעַן דָּוִד וַיֹּאמֶר ׀ אֶל־אֲחִימֶלֶךְ הַחִתִּי וְאֶל־אֲבִישַׁי בֶּן־צְרוּיָה אֲחִי יוֹאָב לֵאמֹר מִֽי־יֵרֵד אִתִּי אֶל־שָׁאוּל אֶל־הַֽמַּחֲנֶה וַיֹּאמֶר אֲבִישַׁי אֲנִי אֵרֵד עִמָּֽךְ׃ | 6 |
ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”
וַיָּבֹא דָוִד וַאֲבִישַׁי ׀ אֶל־הָעָם לַיְלָה וְהִנֵּה שָׁאוּל שֹׁכֵב יָשֵׁן בַּמַּעְגָּל וַחֲנִיתוֹ מְעוּכָֽה־בָאָרֶץ מְרַֽאֲשֹׁתָו וְאַבְנֵר וְהָעָם שֹֽׁכְבִים סְבִיבֹתָֽו׃ | 7 |
ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।
וַיֹּאמֶר אֲבִישַׁי אֶל־דָּוִד סִגַּר אֱלֹהִים הַיּוֹם אֶת־אוֹיִבְךָ בְּיָדֶךָ וְעַתָּה אַכֶּנּוּ נָא בַּחֲנִית וּבָאָרֶץ פַּעַם אַחַת וְלֹא אֶשְׁנֶה לֽוֹ׃ | 8 |
ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, “ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।”
וַיֹּאמֶר דָּוִד אֶל־אֲבִישַׁי אַל־תַּשְׁחִיתֵהוּ כִּי מִי שָׁלַח יָדוֹ בִּמְשִׁיחַ יְהֹוָה וְנִקָּֽה׃ | 9 |
ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”
וַיֹּאמֶר דָּוִד חַי־יְהֹוָה כִּי אִם־יְהֹוָה יִגֳּפֶנּוּ אֽוֹ־יוֹמוֹ יָבוֹא וָמֵת אוֹ בַמִּלְחָמָה יֵרֵד וְנִסְפָּֽה׃ | 10 |
ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।
חָלִילָה לִּי מֵיְהֹוָה מִשְּׁלֹחַ יָדִי בִּמְשִׁיחַ יְהֹוָה וְעַתָּה קַח־נָא אֶֽת־הַחֲנִית אֲשֶׁר מְרַאֲשֹׁתָו וְאֶת־צַפַּחַת הַמַּיִם וְנֵלְכָה־לָּֽנוּ׃ | 11 |
ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”
וַיִּקַּח דָּוִד אֶֽת־הַחֲנִית וְאֶת־צַפַּחַת הַמַּיִם מֵרַאֲשֹׁתֵי שָׁאוּל וַיֵּלְכוּ לָהֶם וְאֵין רֹאֶה וְאֵין יוֹדֵעַ וְאֵין מֵקִיץ כִּי כֻלָּם יְשֵׁנִים כִּי תַּרְדֵּמַת יְהֹוָה נָפְלָה עֲלֵיהֶֽם׃ | 12 |
ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।
וַיַּעֲבֹר דָּוִד הָעֵבֶר וַיַּעֲמֹד עַל־רֹאשׁ־הָהָר מֵרָחֹק רַב הַמָּקוֹם בֵּינֵיהֶֽם׃ | 13 |
ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।
וַיִּקְרָא דָוִד אֶל־הָעָם וְאֶל־אַבְנֵר בֶּן־נֵר לֵאמֹר הֲלוֹא תַעֲנֶה אַבְנֵר וַיַּעַן אַבְנֵר וַיֹּאמֶר מִי אַתָּה קָרָאתָ אֶל־הַמֶּֽלֶךְ׃ | 14 |
ଆଉ ଦାଉଦ ଲୋକମାନଙ୍କୁ ଓ ନେର୍ର ପୁତ୍ର ଅବ୍ନରକୁ ଡାକି କହିଲେ, “ହେ ଅବ୍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”
וַיֹּאמֶר דָּוִד אֶל־אַבְנֵר הֲלוֹא־אִישׁ אַתָּה וּמִי כָמוֹךָ בְּיִשְׂרָאֵל וְלָמָּה לֹא שָׁמַרְתָּ אֶל־אֲדֹנֶיךָ הַמֶּלֶךְ כִּי־בָא אַחַד הָעָם לְהַשְׁחִית אֶת־הַמֶּלֶךְ אֲדֹנֶֽיךָ׃ | 15 |
ଏଥିରେ ଦାଉଦ ଅବ୍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।
לֹא־טוֹב הַדָּבָר הַזֶּה אֲשֶׁר עָשִׂיתָ חַי־יְהֹוָה כִּי בְנֵי־מָוֶת אַתֶּם אֲשֶׁר לֹֽא־שְׁמַרְתֶּם עַל־אֲדֹנֵיכֶם עַל־מְשִׁיחַ יְהֹוָה וְעַתָּה ׀ רְאֵה אֵֽי־חֲנִית הַמֶּלֶךְ וְאֶת־צַפַּחַת הַמַּיִם אֲשֶׁר מְרַאֲשֹׁתָֽו׃ | 16 |
ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”
וַיַּכֵּר שָׁאוּל אֶת־קוֹל דָּוִד וַיֹּאמֶר הֲקֽוֹלְךָ זֶה בְּנִי דָוִד וַיֹּאמֶר דָּוִד קוֹלִי אֲדֹנִי הַמֶּֽלֶךְ׃ | 17 |
ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”
וַיֹּאמֶר לָמָּה זֶּה אֲדֹנִי רֹדֵף אַחֲרֵי עַבְדּוֹ כִּי מֶה עָשִׂיתִי וּמַה־בְּיָדִי רָעָֽה׃ | 18 |
ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?
וְעַתָּה יִֽשְׁמַֽע־נָא אֲדֹנִי הַמֶּלֶךְ אֵת דִּבְרֵי עַבְדּוֹ אִם־יְהֹוָה הֱסִֽיתְךָ בִי יָרַח מִנְחָה וְאִם ׀ בְּנֵי הָאָדָם אֲרוּרִים הֵם לִפְנֵי יְהֹוָה כִּֽי־גֵרְשׁוּנִי הַיּוֹם מֵהִסְתַּפֵּחַ בְּנַחֲלַת יְהֹוָה לֵאמֹר לֵךְ עֲבֹד אֱלֹהִים אֲחֵרִֽים׃ | 19 |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’
וְעַתָּה אַל־יִפֹּל דָּמִי אַרְצָה מִנֶּגֶד פְּנֵי יְהֹוָה כִּֽי־יָצָא מֶלֶךְ יִשְׂרָאֵל לְבַקֵּשׁ אֶת־פַּרְעֹשׁ אֶחָד כַּאֲשֶׁר יִרְדֹּף הַקֹּרֵא בֶּהָרִֽים׃ | 20 |
ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ। କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।”
וַיֹּאמֶר שָׁאוּל חָטָאתִי שׁוּב בְּנִֽי־דָוִד כִּי לֹֽא־אָרַע לְךָ עוֹד תַּחַת אֲשֶׁר יָקְרָה נַפְשִׁי בְּעֵינֶיךָ הַיּוֹם הַזֶּה הִנֵּה הִסְכַּלְתִּי וָאֶשְׁגֶּה הַרְבֵּה מְאֹֽד׃ | 21 |
ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”
וַיַּעַן דָּוִד וַיֹּאמֶר הִנֵּה (החנית) [חֲנִית] הַמֶּלֶךְ וְיַעֲבֹר אֶחָד מֵהַנְּעָרִים וְיִקָּחֶֽהָ׃ | 22 |
ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।
וַֽיהֹוָה יָשִׁיב לָאִישׁ אֶת־צִדְקָתוֹ וְאֶת־אֱמֻנָתוֹ אֲשֶׁר נְתָנְךָ יְהֹוָה ׀ הַיּוֹם בְּיָד וְלֹא אָבִיתִי לִשְׁלֹחַ יָדִי בִּמְשִׁיחַ יְהֹוָֽה׃ | 23 |
ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।
וְהִנֵּה כַּאֲשֶׁר גָּדְלָה נַפְשְׁךָ הַיּוֹם הַזֶּה בְּעֵינָי כֵּן תִּגְדַּל נַפְשִׁי בְּעֵינֵי יְהֹוָה וְיַצִּלֵנִי מִכׇּל־צָרָֽה׃ | 24 |
ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”
וַיֹּאמֶר שָׁאוּל אֶל־דָּוִד בָּרוּךְ אַתָּה בְּנִי דָוִד גַּם עָשֹׂה תַעֲשֶׂה וְגַם יָכֹל תּוּכָל וַיֵּלֶךְ דָּוִד לְדַרְכּוֹ וְשָׁאוּל שָׁב לִמְקוֹמֽוֹ׃ | 25 |
ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।