< ישעה 10 >
הוֹי הַחֹֽקְקִים חִקְקֵי־אָוֶן וּֽמְכַתְּבִים עָמָל כִּתֵּֽבוּ׃ | 1 |
ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର!
לְהַטּוֹת מִדִּין דַּלִּים וְלִגְזֹל מִשְׁפַּט עֲנִיֵּי עַמִּי לִֽהְיוֹת אַלְמָנוֹת שְׁלָלָם וְאֶת־יְתוֹמִים יָבֹֽזּוּ׃ | 2 |
ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।
וּמַֽה־תַּעֲשׂוּ לְיוֹם פְּקֻדָּה וּלְשׁוֹאָה מִמֶּרְחָק תָּבוֹא עַל־מִי תָּנוּסוּ לְעֶזְרָה וְאָנָה תַעַזְבוּ כְּבוֹדְכֶֽם׃ | 3 |
ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?
בִּלְתִּי כָרַע תַּחַת אַסִּיר וְתַחַת הֲרוּגִים יִפֹּלוּ בְּכׇל־זֹאת לֹא־שָׁב אַפּוֹ וְעוֹד יָדוֹ נְטוּיָֽה׃ | 4 |
ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
הוֹי אַשּׁוּר שֵׁבֶט אַפִּי וּמַטֶּה־הוּא בְיָדָם זַעְמִֽי׃ | 5 |
ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
בְּגוֹי חָנֵף אֲשַׁלְּחֶנּוּ וְעַל־עַם עֶבְרָתִי אֲצַוֶּנּוּ לִשְׁלֹל שָׁלָל וְלָבֹז בַּז (ולשימו) [וּלְשׂוּמוֹ] מִרְמָס כְּחֹמֶר חוּצֽוֹת׃ | 6 |
ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
וְהוּא לֹא־כֵן יְדַמֶּה וּלְבָבוֹ לֹא־כֵן יַחְשֹׁב כִּי לְהַשְׁמִיד בִּלְבָבוֹ וּלְהַכְרִית גּוֹיִם לֹא מְעָֽט׃ | 7 |
ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
כִּי יֹאמַר הֲלֹא שָׂרַי יַחְדָּו מְלָכִֽים׃ | 8 |
କାରଣ ସେ କହେ, “ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହନ୍ତି?
הֲלֹא כְּכַרְכְּמִישׁ כַּלְנוֹ אִם־לֹא כְאַרְפַּד חֲמָת אִם־לֹא כְדַמֶּשֶׂק שֹֽׁמְרֽוֹן׃ | 9 |
କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ?
כַּֽאֲשֶׁר מָצְאָה יָדִי לְמַמְלְכֹת הָֽאֱלִיל וּפְסִילֵיהֶם מִירוּשָׁלַ͏ִם וּמִשֹּׁמְרֽוֹן׃ | 10 |
ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
הֲלֹא כַּאֲשֶׁר עָשִׂיתִי לְשֹׁמְרוֹן וְלֶאֱלִילֶיהָ כֵּן אֶעֱשֶׂה לִירֽוּשָׁלַ͏ִם וְלַעֲצַבֶּֽיהָ׃ | 11 |
ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେହିପରି କରିବା ନାହିଁ?”
וְהָיָה כִּֽי־יְבַצַּע אֲדֹנָי אֶת־כׇּל־מַֽעֲשֵׂהוּ בְּהַר צִיּוֹן וּבִירוּשָׁלָ͏ִם אֶפְקֹד עַל־פְּרִֽי־גֹדֶל לְבַב מֶלֶךְ־אַשּׁוּר וְעַל־תִּפְאֶרֶת רוּם עֵינָֽיו׃ | 12 |
ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
כִּי אָמַר בְּכֹחַ יָדִי עָשִׂיתִי וּבְחׇכְמָתִי כִּי נְבֻנוֹתִי וְאָסִיר ׀ גְּבוּלֹת עַמִּים (ועתידתיהם) [וַעֲתֽוּדֹתֵיהֶם] שׁוֹשֵׂתִי וְאוֹרִיד כַּאבִּיר יֽוֹשְׁבִֽים׃ | 13 |
କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
וַתִּמְצָא כַקֵּן ׀ יָדִי לְחֵיל הָעַמִּים וְכֶֽאֱסֹף בֵּיצִים עֲזֻבוֹת כׇּל־הָאָרֶץ אֲנִי אָסָפְתִּי וְלֹא הָיָה נֹדֵד כָּנָף וּפֹצֶה פֶה וּמְצַפְצֵֽף׃ | 14 |
ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।”
הֲיִתְפָּאֵר הַגַּרְזֶן עַל הַחֹצֵב בּוֹ אִם־יִתְגַּדֵּל הַמַּשּׂוֹר עַל־מְנִיפוֹ כְּהָנִיף שֵׁבֶט וְאֶת־מְרִימָיו כְּהָרִים מַטֶּה לֹא־עֵֽץ׃ | 15 |
କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?
לָכֵן יְשַׁלַּח הָֽאָדוֹן יְהֹוָה צְבָאוֹת בְּמִשְׁמַנָּיו רָזוֹן וְתַחַת כְּבֹדוֹ יֵקַד יְקֹד כִּיקוֹד אֵֽשׁ׃ | 16 |
ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
וְהָיָה אֽוֹר־יִשְׂרָאֵל לְאֵשׁ וּקְדוֹשׁוֹ לְלֶהָבָה וּבָעֲרָה וְאָכְלָה שִׁיתוֹ וּשְׁמִירוֹ בְּיוֹם אֶחָֽד׃ | 17 |
ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
וּכְבוֹד יַעְרוֹ וְכַרְמִלּוֹ מִנֶּפֶשׁ וְעַד־בָּשָׂר יְכַלֶּה וְהָיָה כִּמְסֹס נֹסֵֽס׃ | 18 |
ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
וּשְׁאָר עֵץ יַעְרוֹ מִסְפָּר יִהְיוּ וְנַעַר יִכְתְּבֵֽם׃ | 19 |
ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
וְהָיָה ׀ בַּיּוֹם הַהוּא לֹא־יוֹסִיף עוֹד שְׁאָר יִשְׂרָאֵל וּפְלֵיטַת בֵּֽית־יַעֲקֹב לְהִשָּׁעֵן עַל־מַכֵּהוּ וְנִשְׁעַן עַל־יְהֹוָה קְדוֹשׁ יִשְׂרָאֵל בֶּאֱמֶֽת׃ | 20 |
ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
שְׁאָר יָשׁוּב שְׁאָר יַעֲקֹב אֶל־אֵל גִּבּֽוֹר׃ | 21 |
ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
כִּי אִם־יִהְיֶה עַמְּךָ יִשְׂרָאֵל כְּחוֹל הַיָּם שְׁאָר יָשׁוּב בּוֹ כִּלָּיוֹן חָרוּץ שׁוֹטֵף צְדָקָֽה׃ | 22 |
କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
כִּי כָלָה וְנֶחֱרָצָה אֲדֹנָי יֱהֹוִה צְבָאוֹת עֹשֶׂה בְּקֶרֶב כׇּל־הָאָֽרֶץ׃ | 23 |
ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
לָכֵן כֹּֽה־אָמַר אֲדֹנָי יֱהֹוִה צְבָאוֹת אַל־תִּירָא עַמִּי יֹשֵׁב צִיּוֹן מֵאַשּׁוּר בַּשֵּׁבֶט יַכֶּכָּה וּמַטֵּהוּ יִשָּֽׂא־עָלֶיךָ בְּדֶרֶךְ מִצְרָֽיִם׃ | 24 |
ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
כִּי־עוֹד מְעַט מִזְעָר וְכָלָה זַעַם וְאַפִּי עַל־תַּבְלִיתָֽם׃ | 25 |
କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
וְעוֹרֵר עָלָיו יְהֹוָה צְבָאוֹת שׁוֹט כְּמַכַּת מִדְיָן בְּצוּר עוֹרֵב וּמַטֵּהוּ עַל־הַיָּם וּנְשָׂאוֹ בְּדֶרֶךְ מִצְרָֽיִם׃ | 26 |
ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
וְהָיָה ׀ בַּיּוֹם הַהוּא יָסוּר סֻבֳּלוֹ מֵעַל שִׁכְמֶךָ וְעֻלּוֹ מֵעַל צַוָּארֶךָ וְחֻבַּל עֹל מִפְּנֵי־שָֽׁמֶן׃ | 27 |
ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।”
בָּא עַל־עַיַּת עָבַר בְּמִגְרוֹן לְמִכְמָשׂ יַפְקִיד כֵּלָֽיו׃ | 28 |
ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
עָֽבְרוּ מַעְבָּרָה גֶּבַע מָלוֹן לָנוּ חָֽרְדָה הָרָמָה גִּבְעַת שָׁאוּל נָֽסָה׃ | 29 |
ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
צַֽהֲלִי קוֹלֵךְ בַּת־גַּלִּים הַקְשִׁיבִי לַיְשָׁה עֲנִיָּה עֲנָתֽוֹת׃ | 30 |
ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍,
נָֽדְדָה מַדְמֵנָה יֹשְׁבֵי הַגֵּבִים הֵעִֽיזוּ׃ | 31 |
ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
עוֹד הַיּוֹם בְּנֹב לַעֲמֹד יְנֹפֵף יָדוֹ הַר (בית) [בַּת־]צִיּוֹן גִּבְעַת יְרֽוּשָׁלָֽ͏ִם׃ | 32 |
ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
הִנֵּה הָאָדוֹן יְהֹוָה צְבָאוֹת מְסָעֵף פֻּארָה בְּמַעֲרָצָה וְרָמֵי הַקּוֹמָה גְּדוּעִים וְהַגְּבֹהִים יִשְׁפָּֽלוּ׃ | 33 |
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।
וְנִקַּף סִֽבְכֵי הַיַּעַר בַּבַּרְזֶל וְהַלְּבָנוֹן בְּאַדִּיר יִפּֽוֹל׃ | 34 |
ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ।