< ישעה 23 >

מַשָּׂא צֹר הֵילִילוּ ׀ אֳנִיּוֹת תַּרְשִׁישׁ כִּֽי־שֻׁדַּד מִבַּיִת מִבּוֹא מֵאֶרֶץ כִּתִּים נִגְלָה־לָֽמוֹ׃ 1
ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
דֹּמּוּ יֹשְׁבֵי אִי סֹחֵר צִידוֹן עֹבֵר יָם מִלְאֽוּךְ׃ 2
ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।
וּבְמַיִם רַבִּים זֶרַע שִׁחֹר קְצִיר יְאוֹר תְּבוּאָתָהּ וַתְּהִי סְחַר גּוֹיִֽם׃ 3
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।
בּוֹשִׁי צִידוֹן כִּֽי־אָמַר יָם מָעוֹז הַיָּם לֵאמֹר לֹא־חַלְתִּי וְלֹֽא־יָלַדְתִּי וְלֹא גִדַּלְתִּי בַּחוּרִים רוֹמַמְתִּי בְתוּלֽוֹת׃ 4
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”
כַּאֲשֶׁר־שֵׁמַע לְמִצְרָיִם יָחִילוּ כְּשֵׁמַע צֹֽר׃ 5
ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
עִבְרוּ תַּרְשִׁישָׁה הֵילִילוּ יֹשְׁבֵי אִֽי׃ 6
ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
הֲזֹאת לָכֶם עַלִּיזָה מִֽימֵי־קֶדֶם קַדְמָתָהּ יֹבִלוּהָ רַגְלֶיהָ מֵרָחוֹק לָגֽוּר׃ 7
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
מִי יָעַץ זֹאת עַל־צֹר הַמַּעֲטִירָה אֲשֶׁר סֹחֲרֶיהָ שָׂרִים כִּנְעָנֶיהָ נִכְבַּדֵּי־אָֽרֶץ׃ 8
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
יְהֹוָה צְבָאוֹת יְעָצָהּ לְחַלֵּל גְּאוֹן כׇּל־צְבִי לְהָקֵל כׇּל־נִכְבַּדֵּי־אָֽרֶץ׃ 9
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
עִבְרִי אַרְצֵךְ כַּיְאֹר בַּת־תַּרְשִׁישׁ אֵין מֵזַח עֽוֹד׃ 10
ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
יָדוֹ נָטָה עַל־הַיָּם הִרְגִּיז מַמְלָכוֹת יְהֹוָה צִוָּה אֶל־כְּנַעַן לַשְׁמִד מָעֻזְנֶֽיהָ׃ 11
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।
וַיֹּאמֶר לֹא־תוֹסִיפִי עוֹד לַעְלוֹז הַֽמְעֻשָּׁקָה בְּתוּלַת בַּת־צִידוֹן (כתיים) [כִּתִּים] קוּמִי עֲבֹרִי גַּם־שָׁם לֹא־יָנוּחַֽ לָֽךְ׃ 12
ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
הֵן ׀ אֶרֶץ כַּשְׂדִּים זֶה הָעָם לֹא הָיָה אַשּׁוּר יְסָדָהּ לְצִיִּים הֵקִימוּ (בחיניו) [בַחוּנָיו] עֽוֹרְרוּ אַרְמְנוֹתֶיהָ שָׂמָהּ לְמַפֵּלָֽה׃ 13
କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
הֵילִילוּ אֳנִיּוֹת תַּרְשִׁישׁ כִּי שֻׁדַּד מָעֻזְּכֶֽן׃ 14
ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
וְהָיָה בַּיּוֹם הַהוּא וְנִשְׁכַּחַת צֹר שִׁבְעִים שָׁנָה כִּימֵי מֶלֶךְ אֶחָד מִקֵּץ שִׁבְעִים שָׁנָה יִהְיֶה לְצֹר כְּשִׁירַת הַזּוֹנָֽה׃ 15
ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
קְחִי כִנּוֹר סֹבִּי עִיר זוֹנָה נִשְׁכָּחָה הֵיטִיבִי נַגֵּן הַרְבִּי־שִׁיר לְמַעַן תִּזָּכֵֽרִי׃ 16
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।
וְהָיָה מִקֵּץ ׀ שִׁבְעִים שָׁנָה יִפְקֹד יְהֹוָה אֶת־צֹר וְשָׁבָה לְאֶתְנַנָּהֿ וְזָנְתָה אֶת־כׇּל־מַמְלְכוֹת הָאָרֶץ עַל־פְּנֵי הָאֲדָמָֽה׃ 17
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟାବୃତ୍ତି କରିବ।
וְהָיָה סַחְרָהּ וְאֶתְנַנָּהּ קֹדֶשׁ לַֽיהֹוָה לֹא יֵאָצֵר וְלֹא יֵחָסֵן כִּי לַיֹּשְׁבִים לִפְנֵי יְהֹוָה יִהְיֶה סַחְרָהּ לֶֽאֱכֹל לְשׇׂבְעָה וְלִמְכַסֶּה עָתִֽיק׃ 18
ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।

< ישעה 23 >