< ישעה 35 >
יְשֻׂשׂוּם מִדְבָּר וְצִיָּה וְתָגֵל עֲרָבָה וְתִפְרַח כַּחֲבַצָּֽלֶת׃ | 1 |
ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
פָּרֹחַ תִּפְרַח וְתָגֵל אַף גִּילַת וְרַנֵּן כְּבוֹד הַלְּבָנוֹן נִתַּן־לָהּ הֲדַר הַכַּרְמֶל וְהַשָּׁרוֹן הֵמָּה יִרְאוּ כְבוֹד־יְהֹוָה הֲדַר אֱלֹהֵֽינוּ׃ | 2 |
ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
חַזְּקוּ יָדַיִם רָפוֹת וּבִרְכַּיִם כֹּשְׁלוֹת אַמֵּֽצוּ׃ | 3 |
ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।
אִמְרוּ לְנִמְהֲרֵי־לֵב חִזְקוּ אַל־תִּירָאוּ הִנֵּה אֱלֹֽהֵיכֶם נָקָם יָבוֹא גְּמוּל אֱלֹהִים הוּא יָבוֹא וְיֹשַׁעֲכֶֽם׃ | 4 |
ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”
אָז תִּפָּקַחְנָה עֵינֵי עִוְרִים וְאׇזְנֵי חֵרְשִׁים תִּפָּתַֽחְנָה׃ | 5 |
ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
אָז יְדַלֵּג כָּֽאַיָּל פִּסֵּחַ וְתָרֹן לְשׁוֹן אִלֵּם כִּֽי־נִבְקְעוּ בַמִּדְבָּר מַיִם וּנְחָלִים בָּעֲרָבָֽה׃ | 6 |
ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
וְהָיָה הַשָּׁרָב לַאֲגַם וְצִמָּאוֹן לְמַבּוּעֵי מָיִם בִּנְוֵה תַנִּים רִבְצָהּ חָצִיר לְקָנֶה וָגֹֽמֶא׃ | 7 |
ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
וְהָיָה־שָׁם מַסְלוּל וָדֶרֶךְ וְדֶרֶךְ הַקֹּדֶשׁ יִקָּרֵא לָהּ לֹא־יַעַבְרֶנּוּ טָמֵא וְהוּא־לָמוֹ הֹלֵךְ דֶּרֶךְ וֶאֱוִילִים לֹא יִתְעֽוּ׃ | 8 |
ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
לֹא־יִהְיֶה שָׁם אַרְיֵה וּפְרִיץ חַיּוֹת בַּֽל־יַעֲלֶנָּה לֹא תִמָּצֵא שָׁם וְהָלְכוּ גְּאוּלִֽים׃ | 9 |
ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
וּפְדוּיֵי יְהֹוָה יְשֻׁבוּן וּבָאוּ צִיּוֹן בְּרִנָּה וְשִׂמְחַת עוֹלָם עַל־רֹאשָׁם שָׂשׂוֹן וְשִׂמְחָה יַשִּׂיגוּ וְנָסוּ יָגוֹן וַאֲנָחָֽה׃ | 10 |
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।