< איוב 26 >
וַיַּעַן אִיּוֹב וַיֹּאמַֽר׃ | 1 |
ତହିଁରେ ଆୟୁବ ଉତ୍ତର କରି କହିଲା,
מֶה־עָזַרְתָּ לְלֹא־כֹחַ הוֹשַׁעְתָּ זְרוֹעַ לֹא־עֹֽז׃ | 2 |
“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
מַה־יָּעַצְתָּ לְלֹא חׇכְמָה וְתֻשִׁיָּה לָרֹב הוֹדָֽעְתָּ׃ | 3 |
ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
אֶת־מִי הִגַּדְתָּ מִלִּין וְנִשְׁמַת־מִי יָצְאָה מִמֶּֽךָּ׃ | 4 |
ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
הָרְפָאִים יְחוֹלָלוּ מִתַּחַת מַיִם וְשֹׁכְנֵיהֶֽם׃ | 5 |
“ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
עָרוֹם שְׁאוֹל נֶגְדּוֹ וְאֵין כְּסוּת לָאֲבַדּֽוֹן׃ (Sheol ) | 6 |
ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ। (Sheol )
נֹטֶה צָפוֹן עַל־תֹּהוּ תֹּלֶה אֶרֶץ עַל־בְּלִי־מָֽה׃ | 7 |
ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
צֹרֵֽר־מַיִם בְּעָבָיו וְלֹֽא־נִבְקַע עָנָן תַּחְתָּֽם׃ | 8 |
ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
מְאַחֵז פְּנֵֽי־כִסֵּה פַּרְשֵׁז עָלָיו עֲנָנֽוֹ׃ | 9 |
ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
חֹֽק־חָג עַל־פְּנֵי־מָיִם עַד־תַּכְלִית אוֹר עִם־חֹֽשֶׁךְ׃ | 10 |
ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
עַמּוּדֵי שָׁמַיִם יְרוֹפָפוּ וְיִתְמְהוּ מִגַּעֲרָתֽוֹ׃ | 11 |
ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।
בְּכֹחוֹ רָגַע הַיָּם (ובתובנתו) [וּבִתְבוּנָתוֹ] מָחַץ רָֽהַב׃ | 12 |
ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
בְּרוּחוֹ שָׁמַיִם שִׁפְרָה חֹלְלָה יָדוֹ נָחָשׁ בָּרִֽחַ׃ | 13 |
ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
הֶן־אֵלֶּה ׀ קְצוֹת דְּרָכָו וּמַה־שֵּׁמֶץ דָּבָר נִשְׁמַע־בּוֹ וְרַעַם גְּבוּרֹתָו מִי יִתְבּוֹנָֽן׃ | 14 |
ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”