< שופטים 2 >
וַיַּעַל מַלְאַךְ־יְהֹוָה מִן־הַגִּלְגָּל אֶל־הַבֹּכִים וַיֹּאמֶר אַעֲלֶה אֶתְכֶם מִמִּצְרַיִם וָאָבִיא אֶתְכֶם אֶל־הָאָרֶץ אֲשֶׁר נִשְׁבַּעְתִּי לַאֲבֹתֵיכֶם וָאֹמַר לֹֽא־אָפֵר בְּרִיתִי אִתְּכֶם לְעוֹלָֽם׃ | 1 |
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
וְאַתֶּם לֹֽא־תִכְרְתוּ בְרִית לְיֽוֹשְׁבֵי הָאָרֶץ הַזֹּאת מִזְבְּחוֹתֵיהֶם תִּתֹּצוּן וְלֹא־שְׁמַעְתֶּם בְּקוֹלִי מַה־זֹּאת עֲשִׂיתֶֽם׃ | 2 |
ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?
וְגַם אָמַרְתִּי לֹא־אֲגָרֵשׁ אוֹתָם מִפְּנֵיכֶם וְהָיוּ לָכֶם לְצִדִּים וֵאלֹהֵיהֶם יִהְיוּ לָכֶם לְמוֹקֵֽשׁ׃ | 3 |
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”
וַיְהִי כְּדַבֵּר מַלְאַךְ יְהֹוָה אֶת־הַדְּבָרִים הָאֵלֶּה אֶֽל־כׇּל־בְּנֵי יִשְׂרָאֵל וַיִּשְׂאוּ הָעָם אֶת־קוֹלָם וַיִּבְכּֽוּ׃ | 4 |
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
וַֽיִּקְרְאוּ שֵֽׁם־הַמָּקוֹם הַהוּא בֹּכִים וַיִּזְבְּחוּ־שָׁם לַיהֹוָֽה׃ | 5 |
ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
וַיְשַׁלַּח יְהוֹשֻׁעַ אֶת־הָעָם וַיֵּלְכוּ בְנֵי־יִשְׂרָאֵל אִישׁ לְנַחֲלָתוֹ לָרֶשֶׁת אֶת־הָאָֽרֶץ׃ | 6 |
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
וַיַּעַבְדוּ הָעָם אֶת־יְהֹוָה כֹּל יְמֵי יְהוֹשֻׁעַ וְכֹל ׀ יְמֵי הַזְּקֵנִים אֲשֶׁר הֶאֱרִיכוּ יָמִים אַחֲרֵי יְהוֹשׁוּעַ אֲשֶׁר רָאוּ אֵת כׇּל־מַעֲשֵׂה יְהֹוָה הַגָּדוֹל אֲשֶׁר עָשָׂה לְיִשְׂרָאֵֽל׃ | 7 |
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
וַיָּמׇת יְהוֹשֻׁעַ בִּן־נוּן עֶבֶד יְהֹוָה בֶּן־מֵאָה וָעֶשֶׂר שָׁנִֽים׃ | 8 |
ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
וַיִּקְבְּרוּ אוֹתוֹ בִּגְבוּל נַחֲלָתוֹ בְּתִמְנַת־חֶרֶס בְּהַר אֶפְרָיִם מִצְּפוֹן לְהַר־גָּֽעַשׁ׃ | 9 |
ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
וְגַם כׇּל־הַדּוֹר הַהוּא נֶאֶסְפוּ אֶל־אֲבוֹתָיו וַיָּקׇם דּוֹר אַחֵר אַחֲרֵיהֶם אֲשֶׁר לֹא־יָֽדְעוּ אֶת־יְהֹוָה וְגַם אֶת־הַֽמַּעֲשֶׂה אֲשֶׁר עָשָׂה לְיִשְׂרָאֵֽל׃ | 10 |
ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
וַיַּעֲשׂוּ בְנֵי־יִשְׂרָאֵל אֶת־הָרַע בְּעֵינֵי יְהֹוָה וַיַּעַבְדוּ אֶת־הַבְּעָלִֽים׃ | 11 |
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।
וַיַּעַזְבוּ אֶת־יְהֹוָה ׀ אֱלֹהֵי אֲבוֹתָם הַמּוֹצִיא אוֹתָם מֵאֶרֶץ מִצְרַיִם וַיֵּלְכוּ אַחֲרֵי ׀ אֱלֹהִים אֲחֵרִים מֵאֱלֹהֵי הָֽעַמִּים אֲשֶׁר סְבִיבוֹתֵיהֶם וַיִּֽשְׁתַּחֲווּ לָהֶם וַיַּכְעִסוּ אֶת־יְהֹוָֽה׃ | 12 |
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।
וַיַּעַזְבוּ אֶת־יְהֹוָה וַיַּעַבְדוּ לַבַּעַל וְלָעַשְׁתָּרֽוֹת׃ | 13 |
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍ଦେବ ଓ ଅଷ୍ଟାରୋତ୍ ଦେବୀଗଣର ସେବା କଲେ।
וַיִּֽחַר־אַף יְהֹוָה בְּיִשְׂרָאֵל וַֽיִּתְּנֵם בְּיַד־שֹׁסִים וַיָּשֹׁסּוּ אוֹתָם וַֽיִּמְכְּרֵם בְּיַד אֽוֹיְבֵיהֶם מִסָּבִיב וְלֹא־יָכְלוּ עוֹד לַעֲמֹד לִפְנֵי אוֹיְבֵיהֶֽם׃ | 14 |
ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
בְּכֹל ׀ אֲשֶׁר יָצְאוּ יַד־יְהֹוָה הָֽיְתָה־בָּם לְרָעָה כַּֽאֲשֶׁר דִּבֶּר יְהֹוָה וְכַאֲשֶׁר נִשְׁבַּע יְהֹוָה לָהֶם וַיֵּצֶר לָהֶם מְאֹֽד׃ | 15 |
ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।
וַיָּקֶם יְהֹוָה שֹׁפְטִים וַיּוֹשִׁיעוּם מִיַּד שֹׁסֵיהֶֽם׃ | 16 |
ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
וְגַם אֶל־שֹֽׁפְטֵיהֶם לֹא שָׁמֵעוּ כִּי זָנוּ אַֽחֲרֵי אֱלֹהִים אֲחֵרִים וַיִּֽשְׁתַּחֲווּ לָהֶם סָרוּ מַהֵר מִן־הַדֶּרֶךְ אֲשֶׁר הָלְכוּ אֲבוֹתָם לִשְׁמֹעַ מִצְוֺת־יְהֹוָה לֹא־עָשׂוּ כֵֽן׃ | 17 |
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।
וְכִי־הֵקִים יְהֹוָה ׀ לָהֶם שֹׁפְטִים וְהָיָה יְהֹוָה עִם־הַשֹּׁפֵט וְהֽוֹשִׁיעָם מִיַּד אֹֽיְבֵיהֶם כֹּל יְמֵי הַשּׁוֹפֵט כִּֽי־יִנָּחֵם יְהֹוָה מִנַּֽאֲקָתָם מִפְּנֵי לֹחֲצֵיהֶם וְדֹחֲקֵיהֶֽם׃ | 18 |
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
וְהָיָה ׀ בְּמוֹת הַשּׁוֹפֵט יָשֻׁבוּ וְהִשְׁחִיתוּ מֵֽאֲבוֹתָם לָלֶכֶת אַֽחֲרֵי אֱלֹהִים אֲחֵרִים לְעׇבְדָם וּלְהִשְׁתַּחֲוֺת לָהֶם לֹא הִפִּילוּ מִמַּעַלְלֵיהֶם וּמִדַּרְכָּם הַקָּשָֽׁה׃ | 19 |
ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
וַיִּֽחַר־אַף יְהֹוָה בְּיִשְׂרָאֵל וַיֹּאמֶר יַעַן אֲשֶׁר עָבְרוּ הַגּוֹי הַזֶּה אֶת־בְּרִיתִי אֲשֶׁר צִוִּיתִי אֶת־אֲבוֹתָם וְלֹא שָׁמְעוּ לְקוֹלִֽי׃ | 20 |
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
גַּם־אֲנִי לֹא אוֹסִיף לְהוֹרִישׁ אִישׁ מִפְּנֵיהֶם מִן־הַגּוֹיִם אֲשֶׁר־עָזַב יְהוֹשֻׁעַ וַיָּמֹֽת׃ | 21 |
ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
לְמַעַן נַסּוֹת בָּם אֶת־יִשְׂרָאֵל הֲשֹׁמְרִים הֵם אֶת־דֶּרֶךְ יְהֹוָה לָלֶכֶת בָּם כַּאֲשֶׁר שָׁמְרוּ אֲבוֹתָם אִם־לֹֽא׃ | 22 |
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”
וַיַּנַּח יְהֹוָה אֶת־הַגּוֹיִם הָאֵלֶּה לְבִלְתִּי הוֹרִישָׁם מַהֵר וְלֹא נְתָנָם בְּיַד־יְהוֹשֻֽׁעַ׃ | 23 |
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।