< ויקרא 24 >

וַיְדַבֵּר יְהֹוָה אֶל־מֹשֶׁה לֵּאמֹֽר׃ 1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
צַו אֶת־בְּנֵי יִשְׂרָאֵל וְיִקְחוּ אֵלֶיךָ שֶׁמֶן זַיִת זָךְ כָּתִית לַמָּאוֹר לְהַעֲלֹת נֵר תָּמִֽיד׃ 2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
מִחוּץ לְפָרֹכֶת הָעֵדֻת בְּאֹהֶל מוֹעֵד יַעֲרֹךְ אֹתוֹ אַהֲרֹן מֵעֶרֶב עַד־בֹּקֶר לִפְנֵי יְהֹוָה תָּמִיד חֻקַּת עוֹלָם לְדֹרֹֽתֵיכֶֽם׃ 3
ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
עַל הַמְּנֹרָה הַטְּהֹרָה יַעֲרֹךְ אֶת־הַנֵּרוֹת לִפְנֵי יְהֹוָה תָּמִֽיד׃ 4
ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
וְלָקַחְתָּ סֹלֶת וְאָפִיתָ אֹתָהּ שְׁתֵּים עֶשְׂרֵה חַלּוֹת שְׁנֵי עֶשְׂרֹנִים יִהְיֶה הַֽחַלָּה הָאֶחָֽת׃ 5
ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
וְשַׂמְתָּ אוֹתָם שְׁתַּיִם מַֽעֲרָכוֹת שֵׁשׁ הַֽמַּעֲרָכֶת עַל הַשֻּׁלְחָן הַטָּהֹר לִפְנֵי יְהֹוָֽה׃ 6
ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।
וְנָתַתָּ עַל־הַֽמַּעֲרֶכֶת לְבֹנָה זַכָּה וְהָיְתָה לַלֶּחֶם לְאַזְכָּרָה אִשֶּׁה לַֽיהֹוָֽה׃ 7
ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
בְּיוֹם הַשַּׁבָּת בְּיוֹם הַשַּׁבָּת יַֽעַרְכֶנּוּ לִפְנֵי יְהֹוָה תָּמִיד מֵאֵת בְּנֵֽי־יִשְׂרָאֵל בְּרִית עוֹלָֽם׃ 8
ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
וְהָֽיְתָה לְאַהֲרֹן וּלְבָנָיו וַאֲכָלֻהוּ בְּמָקוֹם קָדֹשׁ כִּי קֹדֶשׁ קׇֽדָשִׁים הוּא לוֹ מֵאִשֵּׁי יְהֹוָה חׇק־עוֹלָֽם׃ 9
ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
וַיֵּצֵא בֶּן־אִשָּׁה יִשְׂרְאֵלִית וְהוּא בֶּן־אִישׁ מִצְרִי בְּתוֹךְ בְּנֵי יִשְׂרָאֵל וַיִּנָּצוּ בַּֽמַּחֲנֶה בֶּן הַיִּשְׂרְאֵלִית וְאִישׁ הַיִּשְׂרְאֵלִֽי׃ 10
ଏଥିଉତ୍ତାରେ ମିସରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
וַיִּקֹּב בֶּן־הָֽאִשָּׁה הַיִּשְׂרְאֵלִית אֶת־הַשֵּׁם וַיְקַלֵּל וַיָּבִיאוּ אֹתוֹ אֶל־מֹשֶׁה וְשֵׁם אִמּוֹ שְׁלֹמִית בַּת־דִּבְרִי לְמַטֵּה־דָֽן׃ 11
ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
וַיַּנִּיחֻהוּ בַּמִּשְׁמָר לִפְרֹשׁ לָהֶם עַל־פִּי יְהֹוָֽה׃ 12
ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
וַיְדַבֵּר יְהֹוָה אֶל־מֹשֶׁה לֵּאמֹֽר׃ 13
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
הוֹצֵא אֶת־הַֽמְקַלֵּל אֶל־מִחוּץ לַֽמַּחֲנֶה וְסָמְכוּ כׇֽל־הַשֹּׁמְעִים אֶת־יְדֵיהֶם עַל־רֹאשׁוֹ וְרָגְמוּ אֹתוֹ כׇּל־הָעֵדָֽה׃ 14
“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
וְאֶל־בְּנֵי יִשְׂרָאֵל תְּדַבֵּר לֵאמֹר אִישׁ אִישׁ כִּֽי־יְקַלֵּל אֱלֹהָיו וְנָשָׂא חֶטְאֽוֹ׃ 15
ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
וְנֹקֵב שֵׁם־יְהֹוָה מוֹת יוּמָת רָגוֹם יִרְגְּמוּ־בוֹ כׇּל־הָעֵדָה כַּגֵּר כָּֽאֶזְרָח בְּנׇקְבוֹ־שֵׁם יוּמָֽת׃ 16
ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
וְאִישׁ כִּי יַכֶּה כׇּל־נֶפֶשׁ אָדָם מוֹת יוּמָֽת׃ 17
ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
וּמַכֵּה נֶֽפֶשׁ־בְּהֵמָה יְשַׁלְּמֶנָּה נֶפֶשׁ תַּחַת נָֽפֶשׁ׃ 18
ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
וְאִישׁ כִּֽי־יִתֵּן מוּם בַּעֲמִיתוֹ כַּאֲשֶׁר עָשָׂה כֵּן יֵעָשֶׂה לּֽוֹ׃ 19
ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
שֶׁבֶר תַּחַת שֶׁבֶר עַיִן תַּחַת עַיִן שֵׁן תַּחַת שֵׁן כַּאֲשֶׁר יִתֵּן מוּם בָּֽאָדָם כֵּן יִנָּתֶן בּֽוֹ׃ 20
କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
וּמַכֵּה בְהֵמָה יְשַׁלְּמֶנָּה וּמַכֵּה אָדָם יוּמָֽת׃ 21
ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
מִשְׁפַּט אֶחָד יִהְיֶה לָכֶם כַּגֵּר כָּאֶזְרָח יִהְיֶה כִּי אֲנִי יְהֹוָה אֱלֹהֵיכֶֽם׃ 22
ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
וַיְדַבֵּר מֹשֶׁה אֶל־בְּנֵי יִשְׂרָאֵל וַיּוֹצִיאוּ אֶת־הַֽמְקַלֵּל אֶל־מִחוּץ לַֽמַּחֲנֶה וַיִּרְגְּמוּ אֹתוֹ אָבֶן וּבְנֵֽי־יִשְׂרָאֵל עָשׂוּ כַּֽאֲשֶׁר צִוָּה יְהֹוָה אֶת־מֹשֶֽׁה׃ 23
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।

< ויקרא 24 >