< במדבר 24 >

וַיַּרְא בִּלְעָם כִּי טוֹב בְּעֵינֵי יְהֹוָה לְבָרֵךְ אֶת־יִשְׂרָאֵל וְלֹא־הָלַךְ כְּפַֽעַם־בְּפַעַם לִקְרַאת נְחָשִׁים וַיָּשֶׁת אֶל־הַמִּדְבָּר פָּנָֽיו׃ 1
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍‍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
וַיִּשָּׂא בִלְעָם אֶת־עֵינָיו וַיַּרְא אֶת־יִשְׂרָאֵל שֹׁכֵן לִשְׁבָטָיו וַתְּהִי עָלָיו רוּחַ אֱלֹהִֽים׃ 2
ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
וַיִּשָּׂא מְשָׁלוֹ וַיֹּאמַר נְאֻם בִּלְעָם בְּנוֹ בְעֹר וּנְאֻם הַגֶּבֶר שְׁתֻם הָעָֽיִן׃ 3
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
נְאֻם שֹׁמֵעַ אִמְרֵי־אֵל אֲשֶׁר מַחֲזֵה שַׁדַּי יֶֽחֱזֶה נֹפֵל וּגְלוּי עֵינָֽיִם׃ 4
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
מַה־טֹּבוּ אֹהָלֶיךָ יַעֲקֹב מִשְׁכְּנֹתֶיךָ יִשְׂרָאֵֽל׃ 5
ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
כִּנְחָלִים נִטָּיוּ כְּגַנֹּת עֲלֵי נָהָר כַּאֲהָלִים נָטַע יְהֹוָה כַּאֲרָזִים עֲלֵי־מָֽיִם׃ 6
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
יִֽזַּל־מַיִם מִדָּלְיָו וְזַרְעוֹ בְּמַיִם רַבִּים וְיָרֹם מֵֽאֲגַג מַלְכּוֹ וְתִנַּשֵּׂא מַלְכֻתֽוֹ׃ 7
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
אֵל מוֹצִיאוֹ מִמִּצְרַיִם כְּתוֹעֲפֹת רְאֵם לוֹ יֹאכַל גּוֹיִם צָרָיו וְעַצְמֹתֵיהֶם יְגָרֵם וְחִצָּיו יִמְחָֽץ׃ 8
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
כָּרַע שָׁכַב כַּאֲרִי וּכְלָבִיא מִי יְקִימֶנּוּ מְבָרְכֶיךָ בָרוּךְ וְאֹרְרֶיךָ אָרֽוּר׃ 9
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
וַיִּֽחַר־אַף בָּלָק אֶל־בִּלְעָם וַיִּסְפֹּק אֶת־כַּפָּיו וַיֹּאמֶר בָּלָק אֶל־בִּלְעָם לָקֹב אֹֽיְבַי קְרָאתִיךָ וְהִנֵּה בֵּרַכְתָּ בָרֵךְ זֶה שָׁלֹשׁ פְּעָמִֽים׃ 10
ଏଥିରେ ବିଲୀୟମ୍‍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
וְעַתָּה בְּרַח־לְךָ אֶל־מְקוֹמֶךָ אָמַרְתִּי כַּבֵּד אֲכַבֶּדְךָ וְהִנֵּה מְנָעֲךָ יְהֹוָה מִכָּבֽוֹד׃ 11
ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
וַיֹּאמֶר בִּלְעָם אֶל־בָּלָק הֲלֹא גַּם אֶל־מַלְאָכֶיךָ אֲשֶׁר־שָׁלַחְתָּ אֵלַי דִּבַּרְתִּי לֵאמֹֽר׃ 12
ତହିଁରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
אִם־יִתֶּן־לִי בָלָק מְלֹא בֵיתוֹ כֶּסֶף וְזָהָב לֹא אוּכַל לַעֲבֹר אֶת־פִּי יְהֹוָה לַעֲשׂוֹת טוֹבָה אוֹ רָעָה מִלִּבִּי אֲשֶׁר־יְדַבֵּר יְהֹוָה אֹתוֹ אֲדַבֵּֽר׃ 13
‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
וְעַתָּה הִנְנִי הוֹלֵךְ לְעַמִּי לְכָה אִיעָצְךָ אֲשֶׁר יַעֲשֶׂה הָעָם הַזֶּה לְעַמְּךָ בְּאַחֲרִית הַיָּמִֽים׃ 14
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
וַיִּשָּׂא מְשָׁלוֹ וַיֹּאמַר נְאֻם בִּלְעָם בְּנוֹ בְעֹר וּנְאֻם הַגֶּבֶר שְׁתֻם הָעָֽיִן׃ 15
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍‍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
נְאֻם שֹׁמֵעַ אִמְרֵי־אֵל וְיֹדֵעַ דַּעַת עֶלְיוֹן מַחֲזֵה שַׁדַּי יֶֽחֱזֶה נֹפֵל וּגְלוּי עֵינָֽיִם׃ 16
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
אֶרְאֶנּוּ וְלֹא עַתָּה אֲשׁוּרֶנּוּ וְלֹא קָרוֹב דָּרַךְ כּוֹכָב מִֽיַּעֲקֹב וְקָם שֵׁבֶט מִיִּשְׂרָאֵל וּמָחַץ פַּאֲתֵי מוֹאָב וְקַרְקַר כׇּל־בְּנֵי־שֵֽׁת׃ 17
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
וְהָיָה אֱדוֹם יְרֵשָׁה וְהָיָה יְרֵשָׁה שֵׂעִיר אֹיְבָיו וְיִשְׂרָאֵל עֹשֶׂה חָֽיִל׃ 18
ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
וְיֵרְדְּ מִֽיַּעֲקֹב וְהֶֽאֱבִיד שָׂרִיד מֵעִֽיר׃ 19
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
וַיַּרְא אֶת־עֲמָלֵק וַיִּשָּׂא מְשָׁלוֹ וַיֹּאמַר רֵאשִׁית גּוֹיִם עֲמָלֵק וְאַחֲרִיתוֹ עֲדֵי אֹבֵֽד׃ 20
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
וַיַּרְא אֶת־הַקֵּינִי וַיִּשָּׂא מְשָׁלוֹ וַיֹּאמַר אֵיתָן מֽוֹשָׁבֶךָ וְשִׂים בַּסֶּלַע קִנֶּֽךָ׃ 21
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
כִּי אִם־יִהְיֶה לְבָעֵֽר קָיִן עַד־מָה אַשּׁוּר תִּשְׁבֶּֽךָּ׃ 22
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
וַיִּשָּׂא מְשָׁלוֹ וַיֹּאמַר אוֹי מִי יִחְיֶה מִשֻּׂמוֹ אֵֽל׃ 23
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
וְצִים מִיַּד כִּתִּים וְעִנּוּ אַשּׁוּר וְעִנּוּ־עֵבֶר וְגַם־הוּא עֲדֵי אֹבֵֽד׃ 24
ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
וַיָּקׇם בִּלְעָם וַיֵּלֶךְ וַיָּשׇׁב לִמְקֹמוֹ וְגַם־בָּלָק הָלַךְ לְדַרְכּֽוֹ׃ 25
ଏଉତ୍ତାରେ ବିଲୀୟମ୍‍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।

< במדבר 24 >