< תהילים 122 >
שִׁיר הַֽמַּעֲלוֹת לְדָוִד שָׂמַחְתִּי בְּאֹמְרִים לִי בֵּית יְהֹוָה נֵלֵֽךְ׃ | 1 |
ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
עֹמְדוֹת הָיוּ רַגְלֵינוּ בִּשְׁעָרַיִךְ יְרוּשָׁלָֽ͏ִם׃ | 2 |
ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
יְרוּשָׁלַ͏ִם הַבְּנוּיָה כְּעִיר שֶׁחֻבְּרָה־לָּהּ יַחְדָּֽו׃ | 3 |
ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
שֶׁשָּׁם עָלוּ שְׁבָטִים שִׁבְטֵי־יָהּ עֵדוּת לְיִשְׂרָאֵל לְהֹדוֹת לְשֵׁם יְהֹוָֽה׃ | 4 |
ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
כִּי שָׁמָּה ׀ יָשְׁבוּ כִסְאוֹת לְמִשְׁפָּט כִּסְאוֹת לְבֵית דָּוִֽד׃ | 5 |
କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
שַׁאֲלוּ שְׁלוֹם יְרוּשָׁלָ͏ִם יִשְׁלָיוּ אֹהֲבָֽיִךְ׃ | 6 |
ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
יְהִי־שָׁלוֹם בְּחֵילֵךְ שַׁלְוָה בְּאַרְמְנוֹתָֽיִךְ׃ | 7 |
ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
לְמַעַן אַחַי וְרֵעָי אֲדַבְּרָה־נָּא שָׁלוֹם בָּֽךְ׃ | 8 |
ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।
לְמַעַן בֵּית־יְהֹוָה אֱלֹהֵינוּ אֲבַקְשָׁה טוֹב לָֽךְ׃ | 9 |
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।