< 2 מְלָכִים 5 >
וְ֠נַעֲמָן שַׂר־צְבָ֨א מֶֽלֶךְ־אֲרָ֜ם הָיָ֣ה אִישׁ֩ גָּדֹ֨ול לִפְנֵ֤י אֲדֹנָיו֙ וּנְשֻׂ֣א פָנִ֔ים כִּֽי־בֹ֛ו נָֽתַן־יְהוָ֥ה תְּשׁוּעָ֖ה לַאֲרָ֑ם וְהָאִ֗ישׁ הָיָ֛ה גִּבֹּ֥ור חַ֖יִל מְצֹרָֽע׃ | 1 |
ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
וַאֲרָם֙ יָצְא֣וּ גְדוּדִ֔ים וַיִּשְׁבּ֛וּ מֵאֶ֥רֶץ יִשְׂרָאֵ֖ל נַעֲרָ֣ה קְטַנָּ֑ה וַתְּהִ֕י לִפְנֵ֖י אֵ֥שֶׁת נַעֲמָֽן׃ | 2 |
ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।
וַתֹּ֙אמֶר֙ אֶל־גְּבִרְתָּ֔הּ אַחֲלֵ֣י אֲדֹנִ֔י לִפְנֵ֥י הַנָּבִ֖יא אֲשֶׁ֣ר בְּשֹׁמְרֹ֑ון אָ֛ז יֶאֱסֹ֥ף אֹתֹ֖ו מִצָּרַעְתֹּֽו׃ | 3 |
ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
וַיָּבֹ֕א וַיַּגֵּ֥ד לַאדֹנָ֖יו לֵאמֹ֑ר כָּזֹ֤את וְכָזֹאת֙ דִּבְּרָ֣ה הַֽנַּעֲרָ֔ה אֲשֶׁ֖ר מֵאֶ֥רֶץ יִשְׂרָאֵֽל׃ | 4 |
ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
וַיֹּ֤אמֶר מֶֽלֶךְ־אֲרָם֙ לֶךְ־בֹּ֔א וְאֶשְׁלְחָ֥ה סֵ֖פֶר אֶל־מֶ֣לֶךְ יִשְׂרָאֵ֑ל וַיֵּלֶךְ֩ וַיִּקַּ֨ח בְּיָדֹ֜ו עֶ֣שֶׂר כִּכְּרֵי־כֶ֗סֶף וְשֵׁ֤שֶׁת אֲלָפִים֙ זָהָ֔ב וְעֶ֖שֶׂר חֲלִיפֹ֥ות בְּגָדִֽים׃ | 5 |
ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
וַיָּבֵ֣א הַסֵּ֔פֶר אֶל־מֶ֥לֶךְ יִשְׂרָאֵ֖ל לֵאמֹ֑ר וְעַתָּ֗ה כְּבֹ֨וא הַסֵּ֤פֶר הַזֶּה֙ אֵלֶ֔יךָ הִנֵּ֨ה שָׁלַ֤חְתִּי אֵלֶ֙יךָ֙ אֶת־נַעֲמָ֣ן עַבְדִּ֔י וַאֲסַפְתֹּ֖ו מִצָּרַעְתֹּֽו׃ | 6 |
ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
וַיְהִ֡י כִּקְרֹא֩ מֶֽלֶךְ־יִשְׂרָאֵ֨ל אֶת־הַסֵּ֜פֶר וַיִּקְרַ֣ע בְּגָדָ֗יו וַיֹּ֙אמֶר֙ הַאֱלֹהִ֥ים אָ֙נִי֙ לְהָמִ֣ית וּֽלְהַחֲיֹ֔ות כִּֽי־זֶה֙ שֹׁלֵ֣חַ אֵלַ֔י לֶאֱסֹ֥ף אִ֖ישׁ מִצָּֽרַעְתֹּ֑ו כִּ֤י אַךְ־דְּעֽוּ־נָא֙ וּרְא֔וּ כִּֽי־מִתְאַנֶּ֥ה ה֖וּא לִֽי׃ | 7 |
ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
וַיְהִ֞י כִּשְׁמֹ֣עַ ׀ אֱלִישָׁ֣ע אִישׁ־הָאֱלֹהִ֗ים כִּֽי־קָרַ֤ע מֶֽלֶךְ־יִשְׂרָאֵל֙ אֶת־בְּגָדָ֔יו וַיִּשְׁלַח֙ אֶל־הַמֶּ֣לֶךְ לֵאמֹ֔ר לָ֥מָּה קָרַ֖עְתָּ בְּגָדֶ֑יךָ יָבֹֽא־נָ֣א אֵלַ֔י וְיֵדַ֕ע כִּ֛י יֵ֥שׁ נָבִ֖יא בְּיִשְׂרָאֵֽל׃ | 8 |
ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।”
וַיָּבֹ֥א נַעֲמָ֖ן בְּסוּסֹו (בְּסוּסָ֣יו) וּבְרִכְבֹּ֑ו וַיַּעֲמֹ֥ד פֶּֽתַח־הַבַּ֖יִת לֶאֱלִישָֽׁע׃ | 9 |
ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
וַיִּשְׁלַ֥ח אֵלָ֛יו אֱלִישָׁ֖ע מַלְאָ֣ךְ לֵאמֹ֑ר הָלֹ֗וךְ וְרָחַצְתָּ֤ שֶֽׁבַע־פְּעָמִים֙ בַּיַּרְדֵּ֔ן וְיָשֹׁ֧ב בְּשָׂרְךָ֛ לְךָ֖ וּטְהָֽר׃ | 10 |
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
וַיִּקְצֹ֥ף נַעֲמָ֖ן וַיֵּלַ֑ךְ וַיֹּאמֶר֩ הִנֵּ֨ה אָמַ֜רְתִּי אֵלַ֣י ׀ יֵצֵ֣א יָצֹ֗וא וְעָמַד֙ וְקָרָא֙ בְּשֵׁם־יְהוָ֣ה אֱלֹהָ֔יו וְהֵנִ֥יף יָדֹ֛ו אֶל־הַמָּקֹ֖ום וְאָסַ֥ף הַמְּצֹרָֽע׃ | 11 |
ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
הֲלֹ֡א טֹוב֩ אֲבָנָה (אֲמָנָ֨ה) וּפַרְפַּ֜ר נַהֲרֹ֣ות דַּמֶּ֗שֶׂק מִכֹּל֙ מֵימֵ֣י יִשְׂרָאֵ֔ל הֲלֹֽא־אֶרְחַ֥ץ בָּהֶ֖ם וְטָהָ֑רְתִּי וַיִּ֖פֶן וַיֵּ֥לֶךְ בְּחֵמָֽה׃ | 12 |
ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
וַיִּגְּשׁ֣וּ עֲבָדָיו֮ וַיְדַבְּר֣וּ אֵלָיו֒ וַיֹּאמְר֗וּ אָבִי֙ דָּבָ֣ר גָּדֹ֗ול הַנָּבִ֛יא דִּבֶּ֥ר אֵלֶ֖יךָ הֲלֹ֣וא תַעֲשֶׂ֑ה וְאַ֛ף כִּֽי־אָמַ֥ר אֵלֶ֖יךָ רְחַ֥ץ וּטְהָֽר׃ | 13 |
ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
וַיֵּ֗רֶד וַיִּטְבֹּ֤ל בַּיַּרְדֵּן֙ שֶׁ֣בַע פְּעָמִ֔ים כִּדְבַ֖ר אִ֣ישׁ הָאֱלֹהִ֑ים וַיָּ֣שָׁב בְּשָׂרֹ֗ו כִּבְשַׂ֛ר נַ֥עַר קָטֹ֖ן וַיִּטְהָֽר׃ | 14 |
ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
וַיָּשָׁב֩ אֶל־אִ֨ישׁ הָאֱלֹהִ֜ים ה֣וּא וְכָֽל־מַחֲנֵ֗הוּ וַיָּבֹא֮ וַיַּעֲמֹ֣ד לְפָנָיו֒ וַיֹּ֗אמֶר הִנֵּה־נָ֤א יָדַ֙עְתִּי֙ כִּ֣י אֵ֤ין אֱלֹהִים֙ בְּכָל־הָאָ֔רֶץ כִּ֖י אִם־בְּיִשְׂרָאֵ֑ל וְעַתָּ֛ה קַח־נָ֥א בְרָכָ֖ה מֵאֵ֥ת עַבְדֶּֽךָ׃ | 15 |
ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
וַיֹּ֕אמֶר חַי־יְהוָ֛ה אֲשֶׁר־עָמַ֥דְתִּי לְפָנָ֖יו אִם־אֶקָּ֑ח וַיִּפְצַר־בֹּ֥ו לָקַ֖חַת וַיְמָאֵֽן׃ | 16 |
ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
וַיֹּאמֶר֮ נַעֲמָן֒ וָלֹ֕א יֻתַּן־נָ֣א לְעַבְדְּךָ֔ מַשָּׂ֥א צֶֽמֶד־פְּרָדִ֖ים אֲדָמָ֑ה כִּ֡י לֹֽוא־יַעֲשֶׂה֩ עֹ֨וד עַבְדְּךָ֜ עֹלָ֤ה וָזֶ֙בַח֙ לֵאלֹהִ֣ים אֲחֵרִ֔ים כִּ֖י אִם־לַיהוָֽה׃ | 17 |
ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
לַדָּבָ֣ר הַזֶּ֔ה יִסְלַ֥ח יְהוָ֖ה לְעַבְדֶּ֑ךָ בְּבֹ֣וא אֲדֹנִ֣י בֵית־רִמֹּון֩ לְהִשְׁתַּחֲוֹ֨ת שָׁ֜מָּה וְה֣וּא ׀ נִשְׁעָ֣ן עַל־יָדִ֗י וְהִֽשְׁתַּחֲוֵ֙יתִי֙ בֵּ֣ית רִמֹּ֔ן בְּהִשְׁתַּחֲוָיָ֙תִי֙ בֵּ֣ית רִמֹּ֔ן יִסְלַח־נָא יְהוָ֥ה לְעַבְדְּךָ֖ בַּדָּבָ֥ר הַזֶּֽה׃ | 18 |
ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
וַיֹּ֥אמֶר לֹ֖ו לֵ֣ךְ לְשָׁלֹ֑ום וַיֵּ֥לֶךְ מֵאִתֹּ֖ו כִּבְרַת־אָֽרֶץ׃ ס | 19 |
ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
וַיֹּ֣אמֶר גֵּיחֲזִ֗י נַעַר֮ אֱלִישָׁ֣ע אִישׁ־הָאֱלֹהִים֒ הִנֵּ֣ה ׀ חָשַׂ֣ךְ אֲדֹנִ֗י אֶֽת־נַעֲמָ֤ן הָֽאֲרַמִּי֙ הַזֶּ֔ה מִקַּ֥חַת מִיָּדֹ֖ו אֵ֣ת אֲשֶׁר־הֵבִ֑יא חַי־יְהוָה֙ כִּֽי־אִם־רַ֣צְתִּי אַחֲרָ֔יו וְלָקַחְתִּ֥י מֵאִתֹּ֖ו מְאֽוּמָה׃ | 20 |
ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
וַיִּרְדֹּ֥ף גֵּיחֲזִ֖י אַחֲרֵ֣י נַֽעֲמָ֑ן וַיִּרְאֶ֤ה נַֽעֲמָן֙ רָ֣ץ אַחֲרָ֔יו וַיִּפֹּ֞ל מֵעַ֧ל הַמֶּרְכָּבָ֛ה לִקְרָאתֹ֖ו וַיֹּ֥אמֶר הֲשָׁלֹֽום׃ | 21 |
ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”
וַיֹּ֣אמֶר ׀ שָׁלֹ֗ום אֲדֹנִי֮ שְׁלָחַ֣נִי לֵאמֹר֒ הִנֵּ֣ה עַתָּ֡ה זֶ֠ה בָּ֣אוּ אֵלַ֧י שְׁנֵֽי־נְעָרִ֛ים מֵהַ֥ר אֶפְרַ֖יִם מִבְּנֵ֣י הַנְּבִיאִ֑ים תְּנָה־נָּ֤א לָהֶם֙ כִּכַּר־כֶּ֔סֶף וּשְׁתֵּ֖י חֲלִפֹ֥ות בְּגָדִֽים׃ | 22 |
ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
וַיֹּ֣אמֶר נַעֲמָ֔ן הֹואֵ֖ל קַ֣ח כִּכָּרָ֑יִם וַיִּפְרָץ־בֹּ֗ו וַיָּצַר֩ כִּכְּרַ֨יִם כֶּ֜סֶף בִּשְׁנֵ֣י חֲרִטִ֗ים וּשְׁתֵּי֙ חֲלִפֹ֣ות בְּגָדִ֔ים וַיִּתֵּן֙ אֶל־שְׁנֵ֣י נְעָרָ֔יו וַיִּשְׂא֖וּ לְפָנָֽיו׃ | 23 |
ଏଥିରେ ନାମାନ୍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
וַיָּבֹא֙ אֶל־הָעֹ֔פֶל וַיִּקַּ֥ח מִיָּדָ֖ם וַיִּפְקֹ֣ד בַּבָּ֑יִת וַיְשַׁלַּ֥ח אֶת־הָאֲנָשִׁ֖ים וַיֵּלֵֽכוּ׃ | 24 |
ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
וְהוּא־בָא֙ וַיַּעֲמֹ֣ד אֶל־אֲדֹנָ֔יו וַיֹּ֤אמֶר אֵלָיו֙ אֱלִישָׁ֔ע מֵאָן (מֵאַ֖יִן) גֵּחֲזִ֑י וַיֹּ֕אמֶר לֹֽא־הָלַ֥ךְ עַבְדְּךָ֖ אָ֥נֶה וָאָֽנָה׃ | 25 |
ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
וַיֹּ֤אמֶר אֵלָיו֙ לֹא־לִבִּ֣י הָלַ֔ךְ כַּאֲשֶׁ֧ר הָֽפַךְ־אִ֛ישׁ מֵעַ֥ל מֶרְכַּבְתֹּ֖ו לִקְרָאתֶ֑ךָ הַעֵ֞ת לָקַ֤חַת אֶת־הַכֶּ֙סֶף֙ וְלָקַ֣חַת בְּגָדִ֔ים וְזֵיתִ֤ים וּכְרָמִים֙ וְצֹ֣אן וּבָקָ֔ר וַעֲבָדִ֖ים וּשְׁפָחֹֽות׃ | 26 |
ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
וְצָרַ֤עַת נַֽעֲמָן֙ תִּֽדְבַּק־בְּךָ֔ וּֽבְזַרְעֲךָ לְעֹולָ֑ם וַיֵּצֵ֥א מִלְּפָנָ֖יו מְצֹרָ֥ע כַּשָּֽׁלֶג׃ ס | 27 |
ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।