< עֶזְרָא 3 >
וַיִּגַּע֙ הַחֹ֣דֶשׁ הַשְּׁבִיעִ֔י וּבְנֵ֥י יִשְׂרָאֵ֖ל בֶּעָרִ֑ים ס וַיֵּאָסְפ֥וּ הָעָ֛ם כְּאִ֥ישׁ אֶחָ֖ד אֶל־יְרוּשָׁלָֽ͏ִם׃ ס | 1 |
ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।
וַיָּקָם֩ יֵשׁ֨וּעַ בֶּן־יֹֽוצָדָ֜ק וְאֶחָ֣יו הַכֹּהֲנִ֗ים וּזְרֻבָּבֶ֤ל בֶּן־שְׁאַלְתִּיאֵל֙ וְאֶחָ֔יו וַיִּבְנ֕וּ אֶת־מִזְבַּ֖ח אֱלֹהֵ֣י יִשְׂרָאֵ֑ל לְהַעֲלֹ֤ות עָלָיו֙ עֹלֹ֔ות כַּכָּת֕וּב בְּתֹורַ֖ת מֹשֶׁ֥ה אִישׁ־הָאֱלֹהִֽים׃ | 2 |
ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
וַיָּכִ֤ינוּ הַמִּזְבֵּ֙חַ֙ עַל־מְכֹ֣ונֹתָ֔יו כִּ֚י בְּאֵימָ֣ה עֲלֵיהֶ֔ם מֵעַמֵּ֖י הָאֲרָצֹ֑ות וַיַּעַל (וַיַּעֲל֨וּ) עָלָ֤יו עֹלֹות֙ לַֽיהוָ֔ה עֹלֹ֖ות לַבֹּ֥קֶר וְלָעָֽרֶב׃ | 3 |
ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।
וֽ͏ַיַּעֲשׂ֛וּ אֶת־חַ֥ג הַסֻּכֹּ֖ות כַּכָּת֑וּב וְעֹלַ֨ת יֹ֤ום בְּיֹום֙ בְּמִסְפָּ֔ר כְּמִשְׁפַּ֖ט דְּבַר־יֹ֥ום בְּיֹומֹֽו׃ | 4 |
ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
וְאַחֲרֵיכֵ֞ן עֹלַ֤ת תָּמִיד֙ וְלֶ֣חֳדָשִׁ֔ים וּלְכָל־מֹועֲדֵ֥י יְהוָ֖ה הַמְקֻדָּשִׁ֑ים וּלְכֹ֛ל מִתְנַדֵּ֥ב נְדָבָ֖ה לַיהוָֽה׃ | 5 |
ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।
מִיֹּ֤ום אֶחָד֙ לַחֹ֣דֶשׁ הַשְּׁבִיעִ֔י הֵחֵ֕לּוּ לְהַעֲלֹ֥ות עֹלֹ֖ות לַיהוָ֑ה וְהֵיכַ֥ל יְהוָ֖ה לֹ֥א יֻסָּֽד׃ | 6 |
ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।
וַיִּ֨תְּנוּ־כֶ֔סֶף לַחֹצְבִ֖ים וְלֶחָרָשִׁ֑ים וּמַאֲכָ֨ל וּמִשְׁתֶּ֜ה וָשֶׁ֗מֶן לַצִּֽדֹנִים֙ וְלַצֹּרִ֔ים לְהָבִיא֩ עֲצֵ֨י אֲרָזִ֤ים מִן־הַלְּבָנֹון֙ אֶל־יָ֣ם יָפֹ֔וא כְּרִשְׁיֹ֛ון כֹּ֥ורֶשׁ מֶֽלֶךְ־פָּרַ֖ס עֲלֵיהֶֽם׃ פ | 7 |
ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।
וּבַשָּׁנָ֣ה הַשֵּׁנִ֗ית לְבֹואָ֞ם אֶל־בֵּ֤ית הָֽאֱלֹהִים֙ לִיר֣וּשָׁלַ֔͏ִם בַּחֹ֖דֶשׁ הַשֵּׁנִ֑י הֵחֵ֡לּוּ זְרֻבָּבֶ֣ל בֶּן־שְׁ֠אַלְתִּיאֵל וְיֵשׁ֨וּעַ בֶּן־יֹֽוצָדָ֜ק וּשְׁאָ֥ר אֲחֵיהֶ֣ם ׀ הַכֹּהֲנִ֣ים וְהַלְוִיִּ֗ם וְכָל־הַבָּאִים֙ מֵהַשְּׁבִ֣י יְרֽוּשָׁלַ֔͏ִם וַיַּעֲמִ֣ידוּ אֶת־הַלְוִיִּ֗ם מִבֶּ֨ן עֶשְׂרִ֤ים שָׁנָה֙ וָמַ֔עְלָה לְנַצֵּ֖חַ עַל־מְלֶ֥אכֶת בֵּית־יְהוָֽה׃ פ | 8 |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
וַיַּעֲמֹ֣ד יֵשׁ֡וּעַ בָּנָ֣יו וְ֠אֶחָיו קַדְמִיאֵ֨ל וּבָנָ֤יו בְּנֵֽי־יְהוּדָה֙ כְּאֶחָ֔ד לְנַצֵּ֛חַ עַל־עֹשֵׂ֥ה הַמְּלָאכָ֖ה בְּבֵ֣ית הָאֱלֹהִ֑ים ס בְּנֵי֙ חֵֽנָדָ֔ד בְּנֵיהֶ֥ם וַאֲחֵיהֶ֖ם הַלְוִיִּֽם׃ | 9 |
ସେତେବେଳେ ଯେଶୂୟ ତାହାର ପୁତ୍ର ଓ ଭ୍ରାତୃଗଣ, କଦ୍ମୀୟେଲ ଓ ତାହାର ପୁତ୍ରଗଣ, ଯିହୁଦାର ପୁତ୍ରଗଣ, ପରମେଶ୍ୱରଙ୍କ ଗୃହରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣର ଭାର ପ୍ରାପ୍ତ ହେବା ନିମନ୍ତେ ଏକତ୍ର ଠିଆ ହେଲେ; ହେନାଦଦର ପୁତ୍ରଗଣ, ସେମାନଙ୍କ ପୁତ୍ର ଓ ଭ୍ରାତୃଗଣ (ତଦ୍ରୂପ କଲେ), ଏମାନେ ଲେବୀୟ ଲୋକ।
וְיִסְּד֥וּ הַבֹּנִ֖ים אֶת־הֵיכַ֣ל יְהוָ֑ה וַיַּעֲמִידוּ֩ הַכֹּהֲנִ֨ים מְלֻבָּשִׁ֜ים בַּחֲצֹֽצְרֹ֗ות וְהַלְוִיִּ֤ם בְּנֵֽי־אָסָף֙ בַּֽמְצִלְתַּ֔יִם לְהַלֵּל֙ אֶת־יְהוָ֔ה עַל־יְדֵ֖י דָּוִ֥יד מֶֽלֶךְ־יִשְׂרָאֵֽל׃ | 10 |
ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
וֽ͏ַ֠יַּעֲנוּ בְּהַלֵּ֨ל וּבְהֹודֹ֤ת לַֽיהוָה֙ כִּ֣י טֹ֔וב כִּֽי־לְעֹולָ֥ם חַסְדֹּ֖ו עַל־יִשְׂרָאֵ֑ל וְכָל־הָעָ֡ם הֵרִיעוּ֩ תְרוּעָה֙ גְדֹולָ֤ה בְהַלֵּל֙ לַֽיהוָ֔ה עַ֖ל הוּסַ֥ד בֵּית־יְהוָֽה׃ ס | 11 |
ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
וְרַבִּ֡ים מֵהַכֹּהֲנִ֣ים וְהַלְוִיִּם֩ וְרָאשֵׁ֨י הָאָבֹ֜ות הַזְּקֵנִ֗ים אֲשֶׁ֨ר רָא֜וּ אֶת־הַבַּ֤יִת הָֽרִאשֹׁון֙ בְּיָסְדֹ֔ו זֶ֤ה הַבַּ֙יִת֙ בְּעֵ֣ינֵיהֶ֔ם בֹּכִ֖ים בְּקֹ֣ול גָּדֹ֑ול וְרַבִּ֛ים בִּתְרוּעָ֥ה בְשִׂמְחָ֖ה לְהָרִ֥ים קֹֽול׃ | 12 |
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;
וְאֵ֣ין הָעָ֗ם מַכִּירִים֙ קֹ֚ול תְּרוּעַ֣ת הַשִּׂמְחָ֔ה לְקֹ֖ול בְּכִ֣י הָעָ֑ם כִּ֣י הָעָ֗ם מְרִיעִים֙ תְּרוּעָ֣ה גְדֹולָ֔ה וְהַקֹּ֥ול נִשְׁמַ֖ע עַד־לְמֵרָחֹֽוק׃ פ | 13 |
ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।