< יְשַׁעְיָהוּ 15 >

מַשָּׂ֖א מֹואָ֑ב כִּ֠י בְּלֵ֞יל שֻׁדַּ֨ד עָ֤ר מֹואָב֙ נִדְמָ֔ה כִּ֗י בְּלֵ֛יל שֻׁדַּ֥ד קִיר־מֹואָ֖ב נִדְמָֽה׃ 1
ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
עָלָ֨ה הַבַּ֧יִת וְדִיבֹ֛ן הַבָּמֹ֖ות לְבֶ֑כִי עַל־נְבֹ֞ו וְעַ֤ל מֵֽידְבָא֙ מֹואָ֣ב יְיֵלִ֔יל בְּכָל־רֹאשָׁ֣יו קָרְחָ֔ה כָּל־זָקָ֖ן גְּרוּעָֽה׃ 2
ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
בְּחוּצֹתָ֖יו חָ֣גְרוּ שָׂ֑ק עַ֣ל גַּגֹּותֶ֧יהָ וּבִרְחֹבֹתֶ֛יהָ כֻּלֹּ֥ה יְיֵלִ֖יל יֹרֵ֥ד בַּבֶּֽכִי׃ 3
ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
וַתִּזְעַ֤ק חֶשְׁבֹּון֙ וְאֶלְעָלֵ֔ה עַד־יַ֖הַץ נִשְׁמַ֣ע קֹולָ֑ם עַל־כֵּ֗ן חֲלֻצֵ֤י מֹואָב֙ יָרִ֔יעוּ נַפְשֹׁ֖ו יָ֥רְעָה לֹּֽו׃ 4
ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
לִבִּי֙ לְמֹואָ֣ב יִזְעָ֔ק בְּרִיחֶ֕הָ עַד־צֹ֖עַר עֶגְלַ֣ת שְׁלִשִׁיָּ֑ה כִּ֣י ׀ מַעֲלֵ֣ה הַלּוּחִ֗ית בִּבְכִי֙ יַֽעֲלֶה־בֹּ֔ו כִּ֚י דֶּ֣רֶךְ חֹורֹנַ֔יִם זַעֲקַת־שֶׁ֖בֶר יְעֹעֵֽרוּ׃ 5
ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
כִּֽי־מֵ֥י נִמְרִ֖ים מְשַׁמֹּ֣ות יִֽהְי֑וּ כִּֽי־יָבֵ֤שׁ חָצִיר֙ כָּ֣לָה דֶ֔שֶׁא יֶ֖רֶק לֹ֥א הָיָֽה׃ 6
କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
עַל־כֵּ֖ן יִתְרָ֣ה עָשָׂ֑ה וּפְקֻדָּתָ֔ם עַ֛ל נַ֥חַל הָעֲרָבִ֖ים יִשָּׂאֽוּם׃ 7
ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।
כִּֽי־הִקִּ֥יפָה הַזְּעָקָ֖ה אֶת־גְּב֣וּל מֹואָ֑ב עַד־אֶגְלַ֙יִם֙ יִלְלָתָ֔הּ וּבְאֵ֥ר אֵילִ֖ים יִלְלָתָֽהּ׃ 8
କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
כִּ֣י מֵ֤י דִימֹון֙ מָ֣לְאוּ דָ֔ם כִּֽי־אָשִׁ֥ית עַל־דִּימֹ֖ון נֹוסָפֹ֑ות לִפְלֵיטַ֤ת מֹואָב֙ אַרְיֵ֔ה וְלִשְׁאֵרִ֖ית אֲדָמָֽה׃ 9
କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।

< יְשַׁעְיָהוּ 15 >