< יְשַׁעְיָהוּ 53 >
מִ֥י הֶאֱמִ֖ין לִשְׁמֻעָתֵ֑נוּ וּזְרֹ֥ועַ יְהוָ֖ה עַל־מִ֥י נִגְלָֽתָה׃ | 1 |
ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
וַיַּ֨עַל כַּיֹּונֵ֜ק לְפָנָ֗יו וְכַשֹּׁ֙רֶשׁ֙ מֵאֶ֣רֶץ צִיָּ֔ה לֹא־תֹ֥אַר לֹ֖ו וְלֹ֣א הָדָ֑ר וְנִרְאֵ֥הוּ וְלֹֽא־מַרְאֶ֖ה וְנֶחְמְדֵֽהוּ׃ | 2 |
କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
נִבְזֶה֙ וַחֲדַ֣ל אִישִׁ֔ים אִ֥ישׁ מַכְאֹבֹ֖ות וִיד֣וּעַ חֹ֑לִי וּכְמַסְתֵּ֤ר פָּנִים֙ מִמֶּ֔נּוּ נִבְזֶ֖ה וְלֹ֥א חֲשַׁבְנֻֽהוּ׃ | 3 |
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
אָכֵ֤ן חֳלָיֵ֙נוּ֙ ה֣וּא נָשָׂ֔א וּמַכְאֹבֵ֖ינוּ סְבָלָ֑ם וַאֲנַ֣חְנוּ חֲשַׁבְנֻ֔הוּ נָג֛וּעַ מֻכֵּ֥ה אֱלֹהִ֖ים וּמְעֻנֶּֽה׃ | 4 |
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି। ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
וְהוּא֙ מְחֹלָ֣ל מִפְּשָׁעֵ֔נוּ מְדֻכָּ֖א מֵעֲוֹנֹתֵ֑ינוּ מוּסַ֤ר שְׁלֹומֵ֙נוּ֙ עָלָ֔יו וּבַחֲבֻרָתֹ֖ו נִרְפָּא־לָֽנוּ׃ | 5 |
ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ।
כֻּלָּ֙נוּ֙ כַּצֹּ֣אן תָּעִ֔ינוּ אִ֥ישׁ לְדַרְכֹּ֖ו פָּנִ֑ינוּ וַֽיהוָה֙ הִפְגִּ֣יעַ בֹּ֔ו אֵ֖ת עֲוֹ֥ן כֻּלָּֽנוּ׃ | 6 |
ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।
נִגַּ֨שׂ וְה֣וּא נַעֲנֶה֮ וְלֹ֣א יִפְתַּח־פִּיו֒ כַּשֶּׂה֙ לַטֶּ֣בַח יוּבָ֔ל וּכְרָחֵ֕ל לִפְנֵ֥י גֹזְזֶ֖יהָ נֶאֱלָ֑מָה וְלֹ֥א יִפְתַּ֖ח פִּֽיו׃ | 7 |
ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।
מֵעֹ֤צֶר וּמִמִּשְׁפָּט֙ לֻקָּ֔ח וְאֶת־דֹּורֹ֖ו מִ֣י יְשֹׂוחֵ֑חַ כִּ֤י נִגְזַר֙ מֵאֶ֣רֶץ חַיִּ֔ים מִפֶּ֥שַׁע עַמִּ֖י נֶ֥גַע לָֽמֹו׃ | 8 |
ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।
וַיִּתֵּ֤ן אֶת־רְשָׁעִים֙ קִבְרֹ֔ו וְאֶת־עָשִׁ֖יר בְּמֹתָ֑יו עַ֚ל לֹא־חָמָ֣ס עָשָׂ֔ה וְלֹ֥א מִרְמָ֖ה בְּפִֽיו׃ | 9 |
ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁୁରେ ସେ ଧନବାନର ସଙ୍ଗୀ ହେଲେ।
וַיהוָ֞ה חָפֵ֤ץ דַּכְּאֹו֙ הֶֽחֱלִ֔י אִם־תָּשִׂ֤ים אָשָׁם֙ נַפְשֹׁ֔ו יִרְאֶ֥ה זֶ֖רַע יַאֲרִ֣יךְ יָמִ֑ים וְחֵ֥פֶץ יְהוָ֖ה בְּיָדֹ֥ו יִצְלָֽח׃ | 10 |
ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
מֵעֲמַ֤ל נַפְשֹׁו֙ יִרְאֶ֣ה יִשְׂבָּ֔ע בְּדַעְתֹּ֗ו יַצְדִּ֥יק צַדִּ֛יק עַבְדִּ֖י לָֽרַבִּ֑ים וַעֲוֹנֹתָ֖ם ה֥וּא יִסְבֹּֽל׃ | 11 |
ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
לָכֵ֞ן אֲחַלֶּק־לֹ֣ו בָרַבִּ֗ים וְאֶת־עֲצוּמִים֮ יְחַלֵּ֣ק שָׁלָל֒ תַּ֗חַת אֲשֶׁ֨ר הֶעֱרָ֤ה לַמָּ֙וֶת֙ נַפְשֹׁ֔ו וְאֶת־פֹּשְׁעִ֖ים נִמְנָ֑ה וְהוּא֙ חֵטְא־רַבִּ֣ים נָשָׂ֔א וְלַפֹּשְׁעִ֖ים יַפְגִּֽיעַ׃ ס | 12 |
ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।