< בְּמִדְבַּר 24 >
וַיַּ֣רְא בִּלְעָ֗ם כִּ֣י טֹ֞וב בְּעֵינֵ֤י יְהוָה֙ לְבָרֵ֣ךְ אֶת־יִשְׂרָאֵ֔ל וְלֹא־הָלַ֥ךְ כְּפַֽעַם־בְּפַ֖עַם לִקְרַ֣את נְחָשִׁ֑ים וַיָּ֥שֶׁת אֶל־הַמִּדְבָּ֖ר פָּנָֽיו׃ | 1 |
ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
וַיִּשָּׂ֨א בִלְעָ֜ם אֶת־עֵינָ֗יו וַיַּרְא֙ אֶת־יִשְׂרָאֵ֔ל שֹׁכֵ֖ן לִשְׁבָטָ֑יו וַתְּהִ֥י עָלָ֖יו ר֥וּחַ אֱלֹהִֽים׃ | 2 |
ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
וַיִּשָּׂ֥א מְשָׁלֹ֖ו וַיֹּאמַ֑ר נְאֻ֤ם בִּלְעָם֙ בְּנֹ֣ו בְעֹ֔ר וּנְאֻ֥ם הַגֶּ֖בֶר שְׁתֻ֥ם הָעָֽיִן׃ | 3 |
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
נְאֻ֕ם שֹׁמֵ֖עַ אִמְרֵי־אֵ֑ל אֲשֶׁ֨ר מַחֲזֵ֤ה שַׁדַּי֙ יֶֽחֱזֶ֔ה נֹפֵ֖ל וּגְל֥וּי עֵינָֽיִם׃ | 4 |
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
מַה־טֹּ֥בוּ אֹהָלֶ֖יךָ יַעֲקֹ֑ב מִשְׁכְּנֹתֶ֖יךָ יִשְׂרָאֵֽל׃ | 5 |
ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
כִּנְחָלִ֣ים נִטָּ֔יוּ כְּגַנֹּ֖ת עֲלֵ֣י נָהָ֑ר כַּאֲהָלִים֙ נָטַ֣ע יְהוָ֔ה כַּאֲרָזִ֖ים עֲלֵי־מָֽיִם׃ | 6 |
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।
יִֽזַּל־מַ֙יִם֙ מִדָּ֣לְיָ֔ו וְזַרְעֹ֖ו בְּמַ֣יִם רַבִּ֑ים וְיָרֹ֤ם מֵֽאֲגַג֙ מַלְכֹּ֔ו וְתִנַּשֵּׂ֖א מַלְכֻתֹֽו׃ | 7 |
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।
אֵ֚ל מֹוצִיאֹ֣ו מִמִּצְרַ֔יִם כְּתֹועֲפֹ֥ת רְאֵ֖ם לֹ֑ו יֹאכַ֞ל גֹּויִ֣ם צָרָ֗יו וְעַצְמֹתֵיהֶ֛ם יְגָרֵ֖ם וְחִצָּ֥יו יִמְחָֽץ׃ | 8 |
ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
כָּרַ֨ע שָׁכַ֧ב כַּאֲרִ֛י וּכְלָבִ֖יא מִ֣י יְקִימֶ֑נּוּ מְבָרֲכֶ֣יךָ בָר֔וּךְ וְאֹרְרֶ֖יךָ אָרֽוּר׃ | 9 |
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
וַיִּֽחַר־אַ֤ף בָּלָק֙ אֶל־בִּלְעָ֔ם וַיִּסְפֹּ֖ק אֶת־כַּפָּ֑יו וַיֹּ֨אמֶר בָּלָ֜ק אֶל־בִּלְעָ֗ם לָקֹ֤ב אֹֽיְבַי֙ קְרָאתִ֔יךָ וְהִנֵּה֙ בֵּרַ֣כְתָּ בָרֵ֔ךְ זֶ֖ה שָׁלֹ֥שׁ פְּעָמִֽים׃ | 10 |
ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
וְעַתָּ֖ה בְּרַח־לְךָ֣ אֶל־מְקֹומֶ֑ךָ אָמַ֙רְתִּי֙ כַּבֵּ֣ד אֲכַבֶּדְךָ֔ וְהִנֵּ֛ה מְנָעֲךָ֥ יְהוָ֖ה מִכָּבֹֽוד׃ | 11 |
ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
וַיֹּ֥אמֶר בִּלְעָ֖ם אֶל־בָּלָ֑ק הֲלֹ֗א גַּ֧ם אֶל־מַלְאָכֶ֛יךָ אֲשֶׁר־שָׁלַ֥חְתָּ אֵלַ֖י דִּבַּ֥רְתִּי לֵאמֹֽר׃ | 12 |
ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
אִם־יִתֶּן־לִ֨י בָלָ֜ק מְלֹ֣א בֵיתֹו֮ כֶּ֣סֶף וְזָהָב֒ לֹ֣א אוּכַ֗ל לַעֲבֹר֙ אֶת־פִּ֣י יְהוָ֔ה לַעֲשֹׂ֥ות טֹובָ֛ה אֹ֥ו רָעָ֖ה מִלִּבִּ֑י אֲשֶׁר־יְדַבֵּ֥ר יְהוָ֖ה אֹתֹ֥ו אֲדַבֵּֽר׃ | 13 |
‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
וְעַתָּ֕ה הִנְנִ֥י הֹולֵ֖ךְ לְעַמִּ֑י לְכָה֙ אִיעָ֣צְךָ֔ אֲשֶׁ֨ר יַעֲשֶׂ֜ה הָעָ֥ם הַזֶּ֛ה לְעַמְּךָ֖ בְּאַחֲרִ֥ית הַיָּמִֽים׃ | 14 |
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
וַיִּשָּׂ֥א מְשָׁלֹ֖ו וַיֹּאמַ֑ר נְאֻ֤ם בִּלְעָם֙ בְּנֹ֣ו בְעֹ֔ר וּנְאֻ֥ם הַגֶּ֖בֶר שְׁתֻ֥ם הָעָֽיִן׃ | 15 |
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
נְאֻ֗ם שֹׁמֵ֙עַ֙ אִמְרֵי־אֵ֔ל וְיֹדֵ֖עַ דַּ֣עַת עֶלְיֹ֑ון מַחֲזֵ֤ה שַׁדַּי֙ יֽ͏ֶחֱזֶ֔ה נֹפֵ֖ל וּגְל֥וּי עֵינָֽיִם׃ | 16 |
ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବୋପରିସ୍ଥଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
אֶרְאֶ֙נּוּ֙ וְלֹ֣א עַתָּ֔ה אֲשׁוּרֶ֖נּוּ וְלֹ֣א קָרֹ֑וב דָּרַ֨ךְ כֹּוכָ֜ב מִֽיַּעֲקֹ֗ב וְקָ֥ם שֵׁ֙בֶט֙ מִיִּשְׂרָאֵ֔ל וּמָחַץ֙ פַּאֲתֵ֣י מֹואָ֔ב וְקַרְקַ֖ר כָּל־בְּנֵי־שֵֽׁת׃ | 17 |
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
וְהָיָ֨ה אֱדֹ֜ום יְרֵשָׁ֗ה וְהָיָ֧ה יְרֵשָׁ֛ה שֵׂעִ֖יר אֹיְבָ֑יו וְיִשְׂרָאֵ֖ל עֹ֥שֶׂה חָֽיִל׃ | 18 |
ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
וְיֵ֖רְדְּ מִֽיַּעֲקֹ֑ב וְהֽ͏ֶאֱבִ֥יד שָׂרִ֖יד מֵעִֽיר׃ | 19 |
ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”
וַיַּרְא֙ אֶת־עֲמָלֵ֔ק וַיִּשָּׂ֥א מְשָׁלֹ֖ו וַיֹּאמַ֑ר רֵאשִׁ֤ית גֹּויִם֙ עֲמָלֵ֔ק וְאַחֲרִיתֹ֖ו עֲדֵ֥י אֹבֵֽד׃ | 20 |
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”
וַיַּרְא֙ אֶת־הַקֵּינִ֔י וַיִּשָּׂ֥א מְשָׁלֹ֖ו וַיֹּאמַ֑ר אֵיתָן֙ מֹֽושָׁבֶ֔ךָ וְשִׂ֥ים בַּסֶּ֖לַע קִנֶּֽךָ׃ | 21 |
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
כִּ֥י אִם־יִהְיֶ֖ה לְבָ֣עֵֽר קָ֑יִן עַד־מָ֖ה אַשּׁ֥וּר תִּשְׁבֶּֽךָּ׃ | 22 |
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
וַיִּשָּׂ֥א מְשָׁלֹ֖ו וַיֹּאמַ֑ר אֹ֕וי מִ֥י יִחְיֶ֖ה מִשֻּׂמֹ֥ו אֵֽל׃ | 23 |
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
וְצִים֙ מִיַּ֣ד כִּתִּ֔ים וְעִנּ֥וּ אַשּׁ֖וּר וְעִנּוּ־עֵ֑בֶר וְגַם־ה֖וּא עֲדֵ֥י אֹבֵֽד׃ | 24 |
ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
וַיָּ֣קָם בִּלְעָ֔ם וַיֵּ֖לֶךְ וַיָּ֣שָׁב לִמְקֹמֹ֑ו וְגַם־בָּלָ֖ק הָלַ֥ךְ לְדַרְכֹּֽו׃ פ | 25 |
ଏଉତ୍ତାରେ ବିଲୀୟମ୍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।