< תְהִלִּים 123 >

שִׁ֗יר הַֽמַּ֫עֲלֹ֥ות אֵ֭לֶיךָ נָשָׂ֣אתִי אֶת־עֵינַ֑י הַ֝יֹּשְׁבִ֗י בַּשָּׁמָֽיִם׃ 1
ଆରୋହଣ ଗୀତ। ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।
הִנֵּ֨ה כְעֵינֵ֪י עֲבָדִ֡ים אֶל־יַ֤ד אֲ‍ֽדֹונֵיהֶ֗ם כְּעֵינֵ֣י שִׁפְחָה֮ אֶל־יַ֪ד גְּבִ֫רְתָּ֥הּ כֵּ֣ן עֵ֭ינֵינוּ אֶל־יְהוָ֣ה אֱלֹהֵ֑ינוּ עַ֝֗ד שֶׁיְּחָנֵּֽנוּ׃ 2
ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
חָנֵּ֣נוּ יְהוָ֣ה חָנֵּ֑נוּ כִּֽי־רַ֝֗ב שָׂבַ֥עְנוּ בֽוּז׃ 3
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
רַבַּת֮ שָֽׂבְעָה־לָּ֪הּ נַ֫פְשֵׁ֥נוּ הַלַּ֥עַג הַשַּׁאֲנַנִּ֑ים הַ֝בּ֗וּז לִגְאֵ֥יֹונִֽים׃ 4
ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।

< תְהִלִּים 123 >