< תְהִלִּים 34 >
לְדָוִ֗ד בְּשַׁנֹּותֹ֣ו אֶת־טַ֭עְמֹו לִפְנֵ֣י אֲבִימֶ֑לֶךְ וֽ͏ַ֝יְגָרֲשֵׁ֗הוּ וַיֵּלַֽךְ׃ אֲבָרֲכָ֣ה אֶת־יְהוָ֣ה בְּכָל־עֵ֑ת תָּ֝מִ֗יד תְּֽהִלָּתֹ֥ו בְּפִֽי׃ | 1 |
ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
בַּ֭יהוָה תִּתְהַלֵּ֣ל נַפְשִׁ֑י יִשְׁמְע֖וּ עֲנָוִ֣ים וְיִשְׂמָֽחוּ׃ | 2 |
ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
גַּדְּל֣וּ לַיהוָ֣ה אִתִּ֑י וּנְרֹומְמָ֖ה שְׁמֹ֣ו יַחְדָּֽו׃ | 3 |
ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
דָּרַ֣שְׁתִּי אֶת־יְהוָ֣ה וְעָנָ֑נִי וּמִכָּל־מְ֝גוּרֹותַ֗י הִצִּילָֽנִי׃ | 4 |
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
הִבִּ֣יטוּ אֵלָ֣יו וְנָהָ֑רוּ וּ֝פְנֵיהֶ֗ם אַל־יֶחְפָּֽרוּ׃ | 5 |
ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
זֶ֤ה עָנִ֣י קָ֭רָא וַיהוָ֣ה שָׁמֵ֑עַ וּמִכָּל־צָ֝רֹותָ֗יו הֹושִׁיעֹֽו׃ | 6 |
ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
חֹנֶ֤ה מַלְאַךְ־יְהוָ֓ה סָ֘בִ֤יב לִֽירֵאָ֗יו וַֽיְחַלְּצֵֽם׃ | 7 |
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।
טַעֲמ֣וּ וּ֭רְאוּ כִּי־טֹ֣וב יְהוָ֑ה אַֽשְׁרֵ֥י הַ֝גֶּ֗בֶר יֶחֱסֶה־בֹּֽו׃ | 8 |
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
יְר֣אוּ אֶת־יְהוָ֣ה קְדֹשָׁ֑יו כִּי־אֵ֥ין מַ֝חְסֹ֗ור לִירֵאָֽיו׃ | 9 |
ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
כְּ֭פִירִים רָשׁ֣וּ וְרָעֵ֑בוּ וְדֹרְשֵׁ֥י יְ֝הוָ֗ה לֹא־יַחְסְר֥וּ כָל־טֹֽוב׃ | 10 |
ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
לְֽכוּ־בָ֭נִים שִׁמְעוּ־לִ֑י יִֽרְאַ֥ת יְ֝הוָ֗ה אֲלַמֶּדְכֶֽם׃ | 11 |
ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
מִֽי־הָ֭אִישׁ הֶחָפֵ֣ץ חַיִּ֑ים אֹהֵ֥ב יָ֝מִ֗ים לִרְאֹ֥ות טֹֽוב׃ | 12 |
ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
נְצֹ֣ר לְשֹׁונְךָ֣ מֵרָ֑ע וּ֝שְׂפָתֶ֗יךָ מִדַּבֵּ֥ר מִרְמָֽה׃ | 13 |
ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର।
ס֣וּר מֵ֭רָע וַעֲשֵׂה־טֹ֑וב בַּקֵּ֖שׁ שָׁלֹ֣ום וְרָדְפֵֽהוּ׃ | 14 |
ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।
עֵינֵ֣י יְ֭הוָה אֶל־צַדִּיקִ֑ים וְ֝אָזְנָ֗יו אֶל־שַׁוְעָתָֽם׃ | 15 |
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
פְּנֵ֣י יְ֭הוָה בְּעֹ֣שֵׂי רָ֑ע לְהַכְרִ֖ית מֵאֶ֣רֶץ זִכְרָֽם׃ | 16 |
ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
צָעֲק֣וּ וַיהוָ֣ה שָׁמֵ֑עַ וּמִכָּל־צָ֝רֹותָ֗ם הִצִּילָֽם׃ | 17 |
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
קָרֹ֣וב יְ֭הוָה לְנִשְׁבְּרֵי־לֵ֑ב וְֽאֶת־דַּכְּאֵי־ר֥וּחַ יֹושִֽׁיעַ׃ | 18 |
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
רַ֭בֹּות רָעֹ֣ות צַדִּ֑יק וּ֝מִכֻּלָּ֗ם יַצִּילֶ֥נּוּ יְהוָֽה׃ | 19 |
ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
שֹׁמֵ֥ר כָּל־עַצְמֹותָ֑יו אַחַ֥ת מֵ֝הֵ֗נָּה לֹ֣א נִשְׁבָּֽרָה׃ | 20 |
ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
תְּמֹותֵ֣ת רָשָׁ֣ע רָעָ֑ה וְשֹׂנְאֵ֖י צַדִּ֣יק יֶאְשָֽׁמוּ׃ | 21 |
ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
פֹּודֶ֣ה יְ֭הוָה נֶ֣פֶשׁ עֲבָדָ֑יו וְלֹ֥א יֶ֝אְשְׁמ֗וּ כָּֽל־הַחֹסִ֥ים בֹּֽו׃ | 22 |
ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।