< תְהִלִּים 52 >
לַמְנַצֵּ֗חַ מַשְׂכִּ֥יל לְדָוִֽד׃ בְּבֹ֤וא ׀ דֹּואֵ֣ג הָאֲדֹמִי֮ וַיַּגֵּ֪ד לְשָׁ֫א֥וּל וַיֹּ֥אמֶר לֹ֑ו בָּ֥א דָ֝וִ֗ד אֶל־בֵּ֥ית אֲחִימֶֽלֶךְ׃ מַה־תִּתְהַלֵּ֣ל בְּ֭רָעָה הַגִּבֹּ֑ור חֶ֥סֶד אֵ֝֗ל כָּל־הַיֹּֽום׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକ୍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
הַ֭וֹּות תַּחְשֹׁ֣ב לְשֹׁונֶ֑ךָ כְּתַ֥עַר מְ֝לֻטָּ֗שׁ עֹשֵׂ֥ה רְמִיָּֽה׃ | 2 |
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
אָהַ֣בְתָּ רָּ֣ע מִטֹּ֑וב שֶׁ֓קֶר ׀ מִדַּבֵּ֖ר צֶ֣דֶק סֶֽלָה׃ | 3 |
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। (ସେଲା)
אָהַ֥בְתָּ כָֽל־דִּבְרֵי־בָ֗לַע לְשֹׁ֣ון מִרְמָֽה׃ | 4 |
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
גַּם־אֵל֮ יִתָּצְךָ֪ לָ֫נֶ֥צַח יַחְתְּךָ֣ וְיִסָּחֲךָ֣ מֵאֹ֑הֶל וְשֵֽׁרֶשְׁךָ֙ מֵאֶ֖רֶץ חַיִּ֣ים סֶֽלָה׃ | 5 |
ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। (ସେଲା)
וְיִרְא֖וּ צַדִּיקִ֥ים וְיִירָ֗אוּ וְעָלָ֥יו יִשְׂחָֽקוּ׃ | 6 |
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
הִנֵּ֤ה הַגֶּ֗בֶר לֹ֤א יָשִׂ֥ים אֱלֹהִ֗ים מָֽע֫וּזֹּ֥ו וַ֭יִּבְטַח בְּרֹ֣ב עָשְׁרֹ֑ו יָ֝עֹ֗ז בְּהַוָּתֹֽו׃ | 7 |
“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
וַאֲנִ֤י ׀ כְּזַ֣יִת רַ֭עֲנָן בְּבֵ֣ית אֱלֹהִ֑ים בָּטַ֥חְתִּי בְחֶֽסֶד־אֱ֝לֹהִ֗ים עֹולָ֥ם וָעֶֽד׃ | 8 |
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
אֹודְךָ֣ לְ֭עֹולָם כִּ֣י עָשִׂ֑יתָ וַאֲקַוֶּ֖ה שִׁמְךָ֥ כִֽי־טֹ֝֗וב נֶ֣גֶד חֲסִידֶֽיךָ׃ | 9 |
ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।