< תְהִלִּים 82 >
מִזְמֹ֗ור לְאָ֫סָ֥ף אֱֽלֹהִ֗ים נִצָּ֥ב בַּעֲדַת־אֵ֑ל בְּקֶ֖רֶב אֱלֹהִ֣ים יִשְׁפֹּֽט׃ | 1 |
ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
עַד־מָתַ֥י תִּשְׁפְּטוּ־עָ֑וֶל וּפְנֵ֥י רְ֝שָׁעִ֗ים תִּשְׂאוּ־סֶֽלָה׃ | 2 |
“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? (ସେଲା)
שִׁפְטוּ־דַ֥ל וְיָתֹ֑ום עָנִ֖י וָרָ֣שׁ הַצְדִּֽיקוּ׃ | 3 |
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
פַּלְּטוּ־דַ֥ל וְאֶבְיֹ֑ון מִיַּ֖ד רְשָׁעִ֣ים הַצִּֽילוּ׃ | 4 |
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”
לֹ֤א יָֽדְע֨וּ ׀ וְלֹ֥א יָבִ֗ינוּ בַּחֲשֵׁכָ֥ה יִתְהַלָּ֑כוּ יִ֝מֹּ֗וטוּ כָּל־מֹ֥וסְדֵי אָֽרֶץ׃ | 5 |
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
אֲֽנִי־אָ֭מַרְתִּי אֱלֹהִ֣ים אַתֶּ֑ם וּבְנֵ֖י עֶלְיֹ֣ון כֻּלְּכֶֽם׃ | 6 |
ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
אָ֭כֵן כְּאָדָ֣ם תְּמוּת֑וּן וּכְאַחַ֖ד הַשָּׂרִ֣ים תִּפֹּֽלוּ׃ | 7 |
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
קוּמָ֣ה אֱ֭לֹהִים שָׁפְטָ֣ה הָאָ֑רֶץ כִּֽי־אַתָּ֥ה תִ֝נְחַ֗ל בְּכָל־הַגֹּויִֽם׃ | 8 |
ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।