< עָמוֹס 8 >

כֹּ֥ה הִרְאַ֖נִי אֲדֹנָ֣י יְהוִ֑ה וְהִנֵּ֖ה כְּל֥וּב קָֽיִץ׃ 1
ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
וַיֹּ֗אמֶר מָֽה־אַתָּ֤ה רֹאֶה֙ עָמ֔וֹס וָאֹמַ֖ר כְּל֣וּב קָ֑יִץ וַיֹּ֨אמֶר יְהוָ֜ה אֵלַ֗י בָּ֤א הַקֵּץ֙ אֶל־עַמִּ֣י יִשְׂרָאֵ֔ל לֹא־אוֹסִ֥יף ע֖וֹד עֲב֥וֹר לֽוֹ׃ 2
ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”
וְהֵילִ֜ילוּ שִׁיר֤וֹת הֵיכָל֙ בַּיּ֣וֹם הַה֔וּא נְאֻ֖ם אֲדֹנָ֣י יְהוִ֑ה רַ֣ב הַפֶּ֔גֶר בְּכָל־מָק֖וֹם הִשְׁלִ֥יךְ הָֽס׃ פ 3
ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
שִׁמְעוּ־זֹ֕את הַשֹּׁאֲפִ֖ים אֶבְי֑וֹן וְלַשְׁבִּ֖ית עֲנִיֵּי אָֽרֶץ׃ 4
ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
לֵאמֹ֗ר מָתַ֞י יַעֲבֹ֤ר הַחֹ֙דֶשׁ֙ וְנַשְׁבִּ֣ירָה שֶּׁ֔בֶר וְהַשַּׁבָּ֖ת וְנִפְתְּחָה־בָּ֑ר לְהַקְטִ֤ין אֵיפָה֙ וּלְהַגְדִּ֣יל שֶׁ֔קֶל וּלְעַוֵּ֖ת מֹאזְנֵ֥י מִרְמָֽה׃ 5
“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?
לִקְנ֤וֹת בַּכֶּ֙סֶף֙ דַּלִּ֔ים וְאֶבְי֖וֹן בַּעֲב֣וּר נַעֲלָ֑יִם וּמַפַּ֥ל בַּ֖ר נַשְׁבִּֽיר׃ 6
ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
נִשְׁבַּ֥ע יְהוָ֖ה בִּגְא֣וֹן יַעֲקֹ֑ב אִם־אֶשְׁכַּ֥ח לָנֶ֖צַח כָּל־מַעֲשֵׂיהֶֽם׃ 7
ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
הַ֤עַל זֹאת֙ לֹֽא־תִרְגַּ֣ז הָאָ֔רֶץ וְאָבַ֖ל כָּל־יוֹשֵׁ֣ב בָּ֑הּ וְעָלְתָ֤ה כָאֹר֙ כֻּלָּ֔הּ וְנִגְרְשָׁ֥ה וְנִשְׁקְעָ֖ה כִּיא֥וֹר מִצְרָֽיִם׃ ס 8
ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।”
וְהָיָ֣ה ׀ בַּיּ֣וֹם הַה֗וּא נְאֻם֙ אֲדֹנָ֣י יְהוִ֔ה וְהֵבֵאתִ֥י הַשֶּׁ֖מֶשׁ בַּֽצָּהֳרָ֑יִם וְהַחֲשַׁכְתִּ֥י לָאָ֖רֶץ בְּי֥וֹם אֽוֹר׃ 9
ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
וְהָפַכְתִּ֨י חַגֵּיכֶ֜ם לְאֵ֗בֶל וְכָל־שִֽׁירֵיכֶם֙ לְקִינָ֔ה וְהַעֲלֵיתִ֤י עַל־כָּל־מָתְנַ֙יִם֙ שָׂ֔ק וְעַל־כָּל־רֹ֖אשׁ קָרְחָ֑ה וְשַׂמְתִּ֙יהָ֙ כְּאֵ֣בֶל יָחִ֔יד וְאַחֲרִיתָ֖הּ כְּי֥וֹם מָֽר׃ 10
ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
הִנֵּ֣ה ׀ יָמִ֣ים בָּאִ֗ים נְאֻם֙ אֲדֹנָ֣י יְהוִ֔ה וְהִשְׁלַחְתִּ֥י רָעָ֖ב בָּאָ֑רֶץ לֹֽא־רָעָ֤ב לַלֶּ֙חֶם֙ וְלֹֽא־צָמָ֣א לַמַּ֔יִם כִּ֣י אִם־לִשְׁמֹ֔עַ אֵ֖ת דִּבְרֵ֥י יְהוָֽה׃ 11
ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
וְנָעוּ֙ מִיָּ֣ם עַד־יָ֔ם וּמִצָּפ֖וֹן וְעַד־מִזְרָ֑ח יְשֽׁוֹטְט֛וּ לְבַקֵּ֥שׁ אֶת־דְּבַר־יְהוָ֖ה וְלֹ֥א יִמְצָֽאוּ׃ 12
ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
בַּיּ֨וֹם הַה֜וּא תִּ֠תְעַלַּפְנָה הַבְּתוּלֹ֧ת הַיָּפ֛וֹת וְהַבַּחוּרִ֖ים בַּצָּמָֽא׃ 13
ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
הַנִּשְׁבָּעִים֙ בְּאַשְׁמַ֣ת שֹֽׁמְר֔וֹן וְאָמְר֗וּ חֵ֤י אֱלֹהֶ֙יךָ֙ דָּ֔ן וְחֵ֖י דֶּ֣רֶךְ בְּאֵֽר־שָׁ֑בַע וְנָפְל֖וּ וְלֹא־יָק֥וּמוּ עֽוֹד׃ ס 14
ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”

< עָמוֹס 8 >