< בְּרֵאשִׁית 28 >
וַיִּקְרָ֥א יִצְחָ֛ק אֶֽל־יַעֲקֹ֖ב וַיְבָ֣רֶךְ אֹת֑וֹ וַיְצַוֵּ֙הוּ֙ וַיֹּ֣אמֶר ל֔וֹ לֹֽא־תִקַּ֥ח אִשָּׁ֖ה מִבְּנ֥וֹת כְּנָֽעַן׃ | 1 |
ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
ק֥וּם לֵךְ֙ פַּדֶּ֣נָֽה אֲרָ֔ם בֵּ֥יתָה בְתוּאֵ֖ל אֲבִ֣י אִמֶּ֑ךָ וְקַח־לְךָ֤ מִשָּׁם֙ אִשָּׁ֔ה מִבְּנ֥וֹת לָבָ֖ן אֲחִ֥י אִמֶּֽךָ׃ | 2 |
ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
וְאֵ֤ל שַׁדַּי֙ יְבָרֵ֣ךְ אֹֽתְךָ֔ וְיַפְרְךָ֖ וְיַרְבֶּ֑ךָ וְהָיִ֖יתָ לִקְהַ֥ל עַמִּֽים׃ | 3 |
ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
וְיִֽתֶּן־לְךָ֙ אֶת־בִּרְכַּ֣ת אַבְרָהָ֔ם לְךָ֖ וּלְזַרְעֲךָ֣ אִתָּ֑ךְ לְרִשְׁתְּךָ֙ אֶת־אֶ֣רֶץ מְגֻרֶ֔יךָ אֲשֶׁר־נָתַ֥ן אֱלֹהִ֖ים לְאַבְרָהָֽם׃ | 4 |
ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
וַיִּשְׁלַ֤ח יִצְחָק֙ אֶֽת־יַעֲקֹ֔ב וַיֵּ֖לֶךְ פַּדֶּ֣נָֽה אֲרָ֑ם אֶל־לָבָ֤ן בֶּן־בְּתוּאֵל֙ הָֽאֲרַמִּ֔י אֲחִ֣י רִבְקָ֔ה אֵ֥ם יַעֲקֹ֖ב וְעֵשָֽׂו׃ | 5 |
ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
וַיַּ֣רְא עֵשָׂ֗ו כִּֽי־בֵרַ֣ךְ יִצְחָק֮ אֶֽת־יַעֲקֹב֒ וְשִׁלַּ֤ח אֹתוֹ֙ פַּדֶּ֣נָֽה אֲרָ֔ם לָקַֽחַת־ל֥וֹ מִשָּׁ֖ם אִשָּׁ֑ה בְּבָרֲכ֣וֹ אֹת֔וֹ וַיְצַ֤ו עָלָיו֙ לֵאמֹ֔ר לֹֽא־תִקַּ֥ח אִשָּׁ֖ה מִבְּנ֥וֹת כְּנָֽעַן׃ | 6 |
ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
וַיִּשְׁמַ֣ע יַעֲקֹ֔ב אֶל־אָבִ֖יו וְאֶל־אִמּ֑וֹ וַיֵּ֖לֶךְ פַּדֶּ֥נָֽה אֲרָֽם׃ | 7 |
ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍ ଅରାମକୁ ପ୍ରସ୍ଥାନ କରିଅଛି,
וַיַּ֣רְא עֵשָׂ֔ו כִּ֥י רָע֖וֹת בְּנ֣וֹת כְּנָ֑עַן בְּעֵינֵ֖י יִצְחָ֥ק אָבִֽיו׃ | 8 |
ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
וַיֵּ֥לֶךְ עֵשָׂ֖ו אֶל־יִשְׁמָעֵ֑אל וַיִּקַּ֡ח אֶֽת־מָחֲלַ֣ת ׀ בַּת־יִשְׁמָעֵ֨אל בֶּן־אַבְרָהָ֜ם אֲח֧וֹת נְבָי֛וֹת עַל־נָשָׁ֖יו ל֥וֹ לְאִשָּֽׁה׃ ס | 9 |
ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।
וַיֵּצֵ֥א יַעֲקֹ֖ב מִבְּאֵ֣ר שָׁ֑בַע וַיֵּ֖לֶךְ חָרָֽנָה׃ | 10 |
ଏଥିଉତ୍ତାରେ ଯାକୁବ ବେର୍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।
וַיִּפְגַּ֨ע בַּמָּק֜וֹם וַיָּ֤לֶן שָׁם֙ כִּי־בָ֣א הַשֶּׁ֔מֶשׁ וַיִּקַּח֙ מֵאַבְנֵ֣י הַמָּק֔וֹם וַיָּ֖שֶׂם מְרַֽאֲשֹׁתָ֑יו וַיִּשְׁכַּ֖ב בַּמָּק֥וֹם הַהֽוּא׃ | 11 |
ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
וַֽיַּחֲלֹ֗ם וְהִנֵּ֤ה סֻלָּם֙ מֻצָּ֣ב אַ֔רְצָה וְרֹאשׁ֖וֹ מַגִּ֣יעַ הַשָּׁמָ֑יְמָה וְהִנֵּה֙ מַלְאֲכֵ֣י אֱלֹהִ֔ים עֹלִ֥ים וְיֹרְדִ֖ים בּֽוֹ׃ | 12 |
ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
וְהִנֵּ֨ה יְהוָ֜ה נִצָּ֣ב עָלָיו֮ וַיֹּאמַר֒ אֲנִ֣י יְהוָ֗ה אֱלֹהֵי֙ אַבְרָהָ֣ם אָבִ֔יךָ וֵאלֹהֵ֖י יִצְחָ֑ק הָאָ֗רֶץ אֲשֶׁ֤ר אַתָּה֙ שֹׁכֵ֣ב עָלֶ֔יהָ לְךָ֥ אֶתְּנֶ֖נָּה וּלְזַרְעֶֽךָ׃ | 13 |
ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
וְהָיָ֤ה זַרְעֲךָ֙ כַּעֲפַ֣ר הָאָ֔רֶץ וּפָרַצְתָּ֛ יָ֥מָּה וָקֵ֖דְמָה וְצָפֹ֣נָה וָנֶ֑גְבָּה וְנִבְרֲכ֥וּ בְךָ֛ כָּל־מִשְׁפְּחֹ֥ת הָאֲדָמָ֖ה וּבְזַרְעֶֽךָ׃ | 14 |
ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
וְהִנֵּ֨ה אָנֹכִ֜י עִמָּ֗ךְ וּשְׁמַרְתִּ֙יךָ֙ בְּכֹ֣ל אֲשֶׁר־תֵּלֵ֔ךְ וַהֲשִׁ֣בֹתִ֔יךָ אֶל־הָאֲדָמָ֖ה הַזֹּ֑את כִּ֚י לֹ֣א אֶֽעֱזָבְךָ֔ עַ֚ד אֲשֶׁ֣ר אִם־עָשִׂ֔יתִי אֵ֥ת אֲשֶׁר־דִּבַּ֖רְתִּי לָֽךְ׃ | 15 |
ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
וַיִּיקַ֣ץ יַעֲקֹב֮ מִשְּׁנָתוֹ֒ וַיֹּ֕אמֶר אָכֵן֙ יֵ֣שׁ יְהוָ֔ה בַּמָּק֖וֹם הַזֶּ֑ה וְאָנֹכִ֖י לֹ֥א יָדָֽעְתִּי׃ | 16 |
ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
וַיִּירָא֙ וַיֹּאמַ֔ר מַה־נּוֹרָ֖א הַמָּק֣וֹם הַזֶּ֑ה אֵ֣ין זֶ֗ה כִּ֚י אִם־בֵּ֣ית אֱלֹהִ֔ים וְזֶ֖ה שַׁ֥עַר הַשָּׁמָֽיִם׃ | 17 |
ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
וַיַּשְׁכֵּ֨ם יַעֲקֹ֜ב בַּבֹּ֗קֶר וַיִּקַּ֤ח אֶת־הָאֶ֙בֶן֙ אֲשֶׁר־שָׂ֣ם מְרַֽאֲשֹׁתָ֔יו וַיָּ֥שֶׂם אֹתָ֖הּ מַצֵּבָ֑ה וַיִּצֹ֥ק שֶׁ֖מֶן עַל־רֹאשָֽׁהּ׃ | 18 |
ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
וַיִּקְרָ֛א אֶת־שֵֽׁם־הַמָּק֥וֹם הַה֖וּא בֵּֽית־אֵ֑ל וְאוּלָ֛ם ל֥וּז שֵׁם־הָעִ֖יר לָרִאשֹׁנָֽה׃ | 19 |
ପୁଣି, ସେହି ସ୍ଥାନର ନାମ ବେଥେଲ୍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
וַיִּדַּ֥ר יַעֲקֹ֖ב נֶ֣דֶר לֵאמֹ֑ר אִם־יִהְיֶ֨ה אֱלֹהִ֜ים עִמָּדִ֗י וּשְׁמָרַ֙נִי֙ בַּדֶּ֤רֶךְ הַזֶּה֙ אֲשֶׁ֣ר אָנֹכִ֣י הוֹלֵ֔ךְ וְנָֽתַן־לִ֥י לֶ֛חֶם לֶאֱכֹ֖ל וּבֶ֥גֶד לִלְבֹּֽשׁ׃ | 20 |
ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
וְשַׁבְתִּ֥י בְשָׁל֖וֹם אֶל־בֵּ֣ית אָבִ֑י וְהָיָ֧ה יְהוָ֛ה לִ֖י לֵאלֹהִֽים׃ | 21 |
ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,
וְהָאֶ֣בֶן הַזֹּ֗את אֲשֶׁר־שַׂ֙מְתִּי֙ מַצֵּבָ֔ה יִהְיֶ֖ה בֵּ֣ית אֱלֹהִ֑ים וְכֹל֙ אֲשֶׁ֣ר תִּתֶּן־לִ֔י עַשֵּׂ֖ר אֲעַשְּׂרֶ֥נּוּ לָֽךְ׃ | 22 |
ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”