< יְשַׁעְיָהוּ 4 >

וְהֶחֱזִיקוּ֩ שֶׁ֨בַע נָשִׁ֜ים בְּאִ֣ישׁ אֶחָ֗ד בַּיּ֤וֹם הַהוּא֙ לֵאמֹ֔ר לַחְמֵ֣נוּ נֹאכֵ֔ל וְשִׂמְלָתֵ֖נוּ נִלְבָּ֑שׁ רַ֗ק יִקָּרֵ֤א שִׁמְךָ֙ עָלֵ֔ינוּ אֱסֹ֖ף חֶרְפָּתֵֽנוּ׃ ס 1
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”
בַּיּ֣וֹם הַה֗וּא יִֽהְיֶה֙ צֶ֣מַח יְהוָ֔ה לִצְבִ֖י וּלְכָב֑וֹד וּפְרִ֤י הָאָ֙רֶץ֙ לְגָא֣וֹן וּלְתִפְאֶ֔רֶת לִפְלֵיטַ֖ת יִשְׂרָאֵֽל׃ 2
ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
וְהָיָ֣ה ׀ הַנִּשְׁאָ֣ר בְּצִיּ֗וֹן וְהַנּוֹתָר֙ בִּיר֣וּשָׁלִַ֔ם קָד֖וֹשׁ יֵאָ֣מֶר ל֑וֹ כָּל־הַכָּת֥וּב לַחַיִּ֖ים בִּירוּשָׁלִָֽם׃ 3
ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ;
אִ֣ם ׀ רָחַ֣ץ אֲדֹנָ֗י אֵ֚ת צֹאַ֣ת בְּנוֹת־צִיּ֔וֹן וְאֶת־דְּמֵ֥י יְרוּשָׁלִַ֖ם יָדִ֣יחַ מִקִּרְבָּ֑הּ בְּר֥וּחַ מִשְׁפָּ֖ט וּבְר֥וּחַ בָּעֵֽר׃ 4
ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
וּבָרָ֣א יְהוָ֡ה עַל֩ כָּל־מְכ֨וֹן הַר־צִיּ֜וֹן וְעַל־מִקְרָאֶ֗הָ עָנָ֤ן ׀ יוֹמָם֙ וְעָשָׁ֔ן וְנֹ֛גַהּ אֵ֥שׁ לֶהָבָ֖ה לָ֑יְלָה כִּ֥י עַל־כָּל־כָּב֖וֹד חֻפָּֽה׃ 5
ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
וְסֻכָּ֛ה תִּהְיֶ֥ה לְצֵל־יוֹמָ֖ם מֵחֹ֑רֶב וּלְמַחְסֶה֙ וּלְמִסְתּ֔וֹר מִזֶּ֖רֶם וּמִמָּטָֽר׃ פ 6
ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।

< יְשַׁעְיָהוּ 4 >