< יְשַׁעְיָהוּ 54 >
רָנִּ֥י עֲקָרָ֖ה לֹ֣א יָלָ֑דָה פִּצְחִ֨י רִנָּ֤ה וְצַהֲלִי֙ לֹא־חָ֔לָה כִּֽי־רַבִּ֧ים בְּֽנֵי־שׁוֹמֵמָ֛ה מִבְּנֵ֥י בְעוּלָ֖ה אָמַ֥ר יְהוָֽה׃ | 1 |
“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।
הַרְחִ֣יבִי ׀ מְק֣וֹם אָהֳלֵ֗ךְ וִירִיע֧וֹת מִשְׁכְּנוֹתַ֛יִךְ יַטּ֖וּ אַל־תַּחְשֹׂ֑כִי הַאֲרִ֙יכִי֙ מֵֽיתָרַ֔יִךְ וִיתֵדֹתַ֖יִךְ חַזֵּֽקִי׃ | 2 |
ତୁମ୍ଭେ ଆପଣା ତମ୍ବୁର ସ୍ଥାନ ବଢ଼ାଅ ଓ ସେମାନେ ତୁମ୍ଭ ବାସସ୍ଥାନର ଯବନିକାସବୁ ବିସ୍ତାର କରନ୍ତୁ; ବ୍ୟୟର ଆଶଙ୍କା କର ନାହିଁ; ତୁମ୍ଭର ଦଉଡ଼ିସବୁ ଲମ୍ବାଇ ଦିଅ ଓ କିଳାସବୁ ଦୃଢ଼ କର।
כִּי־יָמִ֥ין וּשְׂמֹ֖אול תִּפְרֹ֑צִי וְזַרְעֵךְ֙ גּוֹיִ֣ם יִירָ֔שׁ וְעָרִ֥ים נְשַׁמּ֖וֹת יוֹשִֽׁיבוּ׃ | 3 |
କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।
אַל־תִּֽירְאִי֙ כִּי־לֹ֣א תֵב֔וֹשִׁי וְאַל־תִּכָּלְמִ֖י כִּ֣י לֹ֣א תַחְפִּ֑ירִי כִּ֣י בֹ֤שֶׁת עֲלוּמַ֙יִךְ֙ תִּשְׁכָּ֔חִי וְחֶרְפַּ֥ת אַלְמְנוּתַ֖יִךְ לֹ֥א תִזְכְּרִי־עֽוֹד׃ | 4 |
ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
כִּ֤י בֹעֲלַ֙יִךְ֙ עֹשַׂ֔יִךְ יְהוָ֥ה צְבָא֖וֹת שְׁמ֑וֹ וְגֹֽאֲלֵךְ֙ קְד֣וֹשׁ יִשְׂרָאֵ֔ל אֱלֹהֵ֥י כָל־הָאָ֖רֶץ יִקָּרֵֽא׃ | 5 |
କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
כִּֽי־כְאִשָּׁ֧ה עֲזוּבָ֛ה וַעֲצ֥וּבַת ר֖וּחַ קְרָאָ֣ךְ יְהוָ֑ה וְאֵ֧שֶׁת נְעוּרִ֛ים כִּ֥י תִמָּאֵ֖ס אָמַ֥ר אֱלֹהָֽיִךְ׃ | 6 |
କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
בְּרֶ֥גַע קָטֹ֖ן עֲזַבְתִּ֑יךְ וּבְרַחֲמִ֥ים גְּדֹלִ֖ים אֲקַבְּצֵֽךְ׃ | 7 |
ଆମ୍ଭେ ଅଳ୍ପକ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।
בְּשֶׁ֣צֶף קֶ֗צֶף הִסְתַּ֨רְתִּי פָנַ֥י רֶ֙גַע֙ מִמֵּ֔ךְ וּבְחֶ֥סֶד עוֹלָ֖ם רִֽחַמְתִּ֑יךְ אָמַ֥ר גֹּאֲלֵ֖ךְ יְהוָֽה׃ ס | 8 |
ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି।
כִּי־מֵ֥י נֹ֙חַ֙ זֹ֣את לִ֔י אֲשֶׁ֣ר נִשְׁבַּ֗עְתִּי מֵעֲבֹ֥ר מֵי־נֹ֛חַ ע֖וֹד עַל־הָאָ֑רֶץ כֵּ֥ן נִשְׁבַּ֛עְתִּי מִקְּצֹ֥ף עָלַ֖יִךְ וּמִגְּעָר־בָּֽךְ׃ | 9 |
କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
כִּ֤י הֶֽהָרִים֙ יָמ֔וּשׁוּ וְהַגְּבָע֖וֹת תְּמוּטֶ֑נָה וְחַסְדִּ֞י מֵאִתֵּ֣ךְ לֹֽא־יָמ֗וּשׁ וּבְרִ֤ית שְׁלוֹמִי֙ לֹ֣א תָמ֔וּט אָמַ֥ר מְרַחֲמֵ֖ךְ יְהוָֽה׃ ס | 10 |
ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
עֲנִיָּ֥ה סֹעֲרָ֖ה לֹ֣א נֻחָ֑מָה הִנֵּ֨ה אָנֹכִ֜י מַרְבִּ֤יץ בַּפּוּךְ֙ אֲבָנַ֔יִךְ וִיסַדְתִּ֖יךְ בַּסַּפִּירִֽים׃ | 11 |
ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
וְשַׂמְתִּ֤י כַּֽדְכֹד֙ שִׁמְשֹׁתַ֔יִךְ וּשְׁעָרַ֖יִךְ לְאַבְנֵ֣י אֶקְדָּ֑ח וְכָל־גְּבוּלֵ֖ךְ לְאַבְנֵי־חֵֽפֶץ׃ | 12 |
ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭର ଚୂଡ଼ା ଓ ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାରସକଳ ଓ ମନୋହର ପ୍ରସ୍ତରରେ ତୁମ୍ଭର ସମସ୍ତ ସୀମା ନିର୍ମାଣ କରିବା।
וְכָל־בָּנַ֖יִךְ לִמּוּדֵ֣י יְהוָ֑ה וְרַ֖ב שְׁל֥וֹם בָּנָֽיִךְ׃ | 13 |
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
בִּצְדָקָ֖ה תִּכּוֹנָ֑נִי רַחֲקִ֤י מֵעֹ֙שֶׁק֙ כִּֽי־לֹ֣א תִירָ֔אִי וּמִ֨מְּחִתָּ֔ה כִּ֥י לֹֽא־תִקְרַ֖ב אֵלָֽיִךְ׃ | 14 |
ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ; ତୁମ୍ଭେ ଉପଦ୍ରବଠାରୁ ଦୂରରେ ରହିବ, କାରଣ ତୁମ୍ଭେ ଭୀତ ହେବ ନାହିଁ; ପୁଣି ତ୍ରାସଠାରୁ ଦୂରରେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
הֵ֣ן גּ֥וֹר יָג֛וּר אֶ֖פֶס מֵֽאוֹתִ֑י מִי־גָ֥ר אִתָּ֖ךְ עָלַ֥יִךְ יִפּֽוֹל׃ | 15 |
ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।
הִנֵּ֤ה אָֽנֹכִי֙ בָּרָ֣אתִי חָרָ֔שׁ נֹפֵ֙חַ֙ בְּאֵ֣שׁ פֶּחָ֔ם וּמוֹצִ֥יא כְלִ֖י לְמַעֲשֵׂ֑הוּ וְאָנֹכִ֛י בָּרָ֥אתִי מַשְׁחִ֖ית לְחַבֵּֽל׃ | 16 |
ଦେଖ, ଯେଉଁ ଲୌହକାର କୋଇଲାକୁ ଅଗ୍ନି ଦେଇ ତାତିରେ ଓ ଆପଣା କାର୍ଯ୍ୟ ନିମନ୍ତେ ଅସ୍ତ୍ର ନିର୍ମାଣ କରେ, ଆମ୍ଭେ ତାହାର ସୃଷ୍ଟି କରିଅଛୁ ଓ ବିନାଶକରଣାର୍ଥେ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
כָּל־כְּלִ֞י יוּצַ֤ר עָלַ֙יִךְ֙ לֹ֣א יִצְלָ֔ח וְכָל־לָשׁ֛וֹן תָּֽקוּם־אִתָּ֥ךְ לַמִּשְׁפָּ֖ט תַּרְשִׁ֑יעִי זֹ֡את נַחֲלַת֩ עַבְדֵ֨י יְהוָ֧ה וְצִדְקָתָ֛ם מֵאִתִּ֖י נְאֻם־יְהוָֽה׃ ס | 17 |
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।