< יִרְמְיָהוּ 13 >

כֹּֽה־אָמַ֨ר יְהוָ֜ה אֵלַ֗י הָל֞וֹךְ וְקָנִ֤יתָ לְּךָ֙ אֵז֣וֹר פִּשְׁתִּ֔ים וְשַׂמְתּ֖וֹ עַל־מָתְנֶ֑יךָ וּבַמַּ֖יִם לֹ֥א תְבִאֵֽהוּ׃ 1
ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
וָאֶקְנֶ֥ה אֶת־הָאֵז֖וֹר כִּדְבַ֣ר יְהוָ֑ה וָאָשִׂ֖ם עַל־מָתְנָֽי׃ ס 2
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
וַיְהִ֧י דְבַר־יְהוָ֛ה אֵלַ֖י שֵׁנִ֥ית לֵאמֹֽר׃ 3
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
קַ֧ח אֶת־הָאֵז֛וֹר אֲשֶׁ֥ר קָנִ֖יתָ אֲשֶׁ֣ר עַל־מָתְנֶ֑יךָ וְקוּם֙ לֵ֣ךְ פְּרָ֔תָה וְטָמְנֵ֥הוּ שָׁ֖ם בִּנְקִ֥יק הַסָּֽלַע׃ 4
“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
וָאֵלֵ֕ךְ וָאֶטְמְנֵ֖הוּ בִּפְרָ֑ת כַּאֲשֶׁ֛ר צִוָּ֥ה יְהוָ֖ה אוֹתִֽי׃ 5
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
וַיְהִ֕י מִקֵּ֖ץ יָמִ֣ים רַבִּ֑ים וַיֹּ֨אמֶר יְהוָ֜ה אֵלַ֗י ק֚וּם לֵ֣ךְ פְּרָ֔תָה וְקַ֤ח מִשָּׁם֙ אֶת־הָ֣אֵז֔וֹר אֲשֶׁ֥ר צִוִּיתִ֖יךָ לְטָמְנוֹ־שָֽׁם׃ 6
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
וָאֵלֵ֣ךְ פְּרָ֔תָה וָאֶחְפֹּ֗ר וָֽאֶקַּח֙ אֶת־הָ֣אֵז֔וֹר מִן־הַמָּק֖וֹם אֲשֶׁר־טְמַנְתִּ֣יו שָׁ֑מָּה וְהִנֵּה֙ נִשְׁחַ֣ת הָאֵז֔וֹר לֹ֥א יִצְלַ֖ח לַכֹּֽל׃ פ 7
ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।
וַיְהִ֥י דְבַר־יְהוָ֖ה אֵלַ֥י לֵאמֹֽר׃ 8
ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
כֹּ֖ה אָמַ֣ר יְהוָ֑ה כָּ֠כָה אַשְׁחִ֞ית אֶת־גְּא֧וֹן יְהוּדָ֛ה וְאֶת־גְּא֥וֹן יְרוּשָׁלִַ֖ם הָרָֽב׃ 9
ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
הָעָם֩ הַזֶּ֨ה הָרָ֜ע הַֽמֵּאֲנִ֣ים ׀ לִשְׁמ֣וֹעַ אֶת־דְּבָרַ֗י הַהֹֽלְכִים֙ בִּשְׁרִר֣וּת לִבָּ֔ם וַיֵּלְכ֗וּ אַֽחֲרֵי֙ אֱלֹהִ֣ים אֲחֵרִ֔ים לְעָבְדָ֖ם וּלְהִשְׁתַּחֲוֹ֣ת לָהֶ֑ם וִיהִי֙ כָּאֵז֣וֹר הַזֶּ֔ה אֲשֶׁ֥ר לֹא־יִצְלַ֖ח לַכֹּֽל׃ 10
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
כִּ֡י כַּאֲשֶׁר֩ יִדְבַּ֨ק הָאֵז֜וֹר אֶל־מָתְנֵי־אִ֗ישׁ כֵּ֣ן הִדְבַּ֣קְתִּי אֵ֠לַי אֶת־כָּל־בֵּ֨ית יִשְׂרָאֵ֜ל וְאֶת־כָּל־בֵּ֤ית יְהוּדָה֙ נְאֻם־יְהוָ֔ה לִֽהְי֥וֹת לִי֙ לְעָ֔ם וּלְשֵׁ֥ם וְלִתְהִלָּ֖ה וּלְתִפְאָ֑רֶת וְלֹ֖א שָׁמֵֽעוּ׃ 11
କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।
וְאָמַרְתָּ֨ אֲלֵיהֶ֜ם אֶת־הַדָּבָ֣ר הַזֶּ֗ה ס כֹּֽה־אָמַ֤ר יְהוָה֙ אֱלֹהֵ֣י יִשְׂרָאֵ֔ל כָּל־נֵ֖בֶל יִמָּ֣לֵא יָ֑יִן וְאָמְר֣וּ אֵלֶ֔יךָ הֲיָדֹ֙עַ֙ לֹ֣א נֵדַ֔ע כִּ֥י כָל־נֵ֖בֶל יִמָּ֥לֵא יָֽיִן׃ 12
ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
וְאָמַרְתָּ֨ אֲלֵיהֶ֜ם כֹּֽה־אָמַ֣ר יְהוָ֗ה הִנְנִ֣י מְמַלֵּ֣א אֶת־כָּל־יֹשְׁבֵ֣י הָאָ֪רֶץ הַזֹּ֟את וְאֶת־הַמְּלָכִ֣ים הַיֹּשְׁבִים֩ לְדָוִ֨ד עַל־כִּסְא֜וֹ וְאֶת־הַכֹּהֲנִ֣ים וְאֶת־הַנְּבִיאִ֗ים וְאֵ֛ת כָּל־יֹשְׁבֵ֥י יְרוּשָׁלִָ֖ם שִׁכָּרֽוֹן׃ 13
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।
וְנִפַּצְתִּים֩ אִ֨ישׁ אֶל־אָחִ֜יו וְהָאָב֧וֹת וְהַבָּנִ֛ים יַחְדָּ֖ו נְאֻם־יְהוָ֑ה לֹֽא־אֶחְמ֧וֹל וְלֹֽא־אָח֛וּס וְלֹ֥א אֲרַחֵ֖ם מֵהַשְׁחִיתָֽם׃ ס 14
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
שִׁמְע֥וּ וְהַאֲזִ֖ינוּ אַל־תִּגְבָּ֑הוּ כִּ֥י יְהוָ֖ה דִּבֵּֽר׃ 15
ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
תְּנוּ֩ לַיהוָ֨ה אֱלֹהֵיכֶ֤ם כָּבוֹד֙ בְּטֶ֣רֶם יַחְשִׁ֔ךְ וּבְטֶ֛רֶם יִֽתְנַגְּפ֥וּ רַגְלֵיכֶ֖ם עַל־הָ֣רֵי נָ֑שֶׁף וְקִוִּיתֶ֤ם לְאוֹר֙ וְשָׂמָ֣הּ לְצַלְמָ֔וֶת וְשִׁ֖ית לַעֲרָפֶֽל׃ 16
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
וְאִם֙ לֹ֣א תִשְׁמָע֔וּהָ בְּמִסְתָּרִ֥ים תִּבְכֶּֽה־נַפְשִׁ֖י מִפְּנֵ֣י גֵוָ֑ה וְדָמֹ֨עַ תִּדְמַ֜ע וְתֵרַ֤ד עֵינִי֙ דִּמְעָ֔ה כִּ֥י נִשְׁבָּ֖ה עֵ֥דֶר יְהוָֽה׃ ס 17
ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
אֱמֹ֥ר לַמֶּ֛לֶךְ וְלַגְּבִירָ֖ה הַשְׁפִּ֣ילוּ שֵׁ֑בוּ כִּ֤י יָרַד֙ מַרְאֲשׁ֣וֹתֵיכֶ֔ם עֲטֶ֖רֶת תִּֽפְאַרְתְּכֶֽם׃ 18
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।
עָרֵ֥י הַנֶּ֛גֶב סֻגְּר֖וּ וְאֵ֣ין פֹּתֵ֑חַ הָגְלָ֧ת יְהוּדָ֛ה כֻּלָּ֖הּ הָגְלָ֥ת שְׁלוֹמִֽים׃ ס 19
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
שְׂא֤וּ עֵֽינֵיכֶם֙ וּרְא֔וּ הַבָּאִ֖ים מִצָּפ֑וֹן אַיֵּ֗ה הָעֵ֙דֶר֙ נִתַּן־לָ֔ךְ צֹ֖אן תִּפְאַרְתֵּֽךְ׃ 20
ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
מַה־תֹּֽאמְרִי֙ כִּֽי־יִפְקֹ֣ד עָלַ֔יִךְ וְ֠אַתְּ לִמַּ֨דְתְּ אֹתָ֥ם עָלַ֛יִךְ אַלֻּפִ֖ים לְרֹ֑אשׁ הֲל֤וֹא חֲבָלִים֙ יֹאחֱז֔וּךְ כְּמ֖וֹ אֵ֥שֶׁת לֵדָֽה׃ 21
ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
וְכִ֤י תֹאמְרִי֙ בִּלְבָבֵ֔ךְ מַדּ֖וּעַ קְרָאֻ֣נִי אֵ֑לֶּה בְּרֹ֧ב עֲוֹנֵ֛ךְ נִגְל֥וּ שׁוּלַ֖יִךְ נֶחְמְס֥וּ עֲקֵבָֽיִךְ׃ 22
ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ, ) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
הֲיַהֲפֹ֤ךְ כּוּשִׁי֙ עוֹר֔וֹ וְנָמֵ֖ר חֲבַרְבֻּרֹתָ֑יו גַּם־אַתֶּם֙ תּוּכְל֣וּ לְהֵיטִ֔יב לִמֻּדֵ֖י הָרֵֽעַ׃ 23
କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
וַאֲפִיצֵ֖ם כְּקַשׁ־עוֹבֵ֑ר לְר֖וּחַ מִדְבָּֽר׃ 24
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
זֶ֣ה גוֹרָלֵ֧ךְ מְנָת־מִדַּ֛יִךְ מֵֽאִתִּ֖י נְאֻם־יְהוָ֑ה אֲשֶׁר֙ שָׁכַ֣חַתְּ אוֹתִ֔י וַֽתִּבְטְחִ֖י בַּשָּֽׁקֶר׃ 25
ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
וְגַם־אֲנִ֛י חָשַׂ֥פְתִּי שׁוּלַ֖יִךְ עַל־פָּנָ֑יִךְ וְנִרְאָ֖ה קְלוֹנֵֽךְ׃ 26
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
נִֽאֻפַ֤יִךְ וּמִצְהֲלוֹתַ֙יִךְ֙ זִמַּ֣ת זְנוּתֵ֔ךְ עַל־גְּבָעוֹת֙ בַּשָּׂדֶ֔ה רָאִ֖יתִי שִׁקּוּצָ֑יִךְ א֥וֹי לָךְ֙ יְר֣וּשָׁלִַ֔ם לֹ֣א תִטְהֲרִ֔י אַחֲרֵ֥י מָתַ֖י עֹֽד׃ פ 27
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”

< יִרְמְיָהוּ 13 >