< אִיּוֹב 40 >

וַיַּ֖עַן יְהוָ֥ה אֶת־אִיּ֗וֹב וַיֹּאמַֽר׃ 1
ଆହୁରି, ସଦାପ୍ରଭୁ ଆୟୁବକୁ ଉତ୍ତର କରି କହିଲେ,
הֲ֭רֹב עִם־שַׁדַּ֣י יִסּ֑וֹר מוֹכִ֖יחַ אֱל֣וֹהַּ יַעֲנֶֽנָּה׃ פ 2
“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”
וַיַּ֖עַן אִיּ֥וֹב אֶת־יְהוָ֗ה וַיֹּאמַֽר׃ 3
ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
הֵ֣ן קַ֭לֹּתִי מָ֣ה אֲשִׁיבֶ֑ךָּ יָ֝דִ֗י שַׂ֣מְתִּי לְמוֹ־פִֽי׃ 4
“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
אַחַ֣ת דִּ֭בַּרְתִּי וְלֹ֣א אֶֽעֱנֶ֑ה וּ֝שְׁתַּ֗יִם וְלֹ֣א אוֹסִֽיף׃ פ 5
ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
וַיַּֽעַן־יְהוָ֣ה אֶת־אִ֭יּוֹב מִ֥ן ׀ סְעָרָ֗ה וַיֹּאמַֽר׃ 6
ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
אֱזָר־נָ֣א כְגֶ֣בֶר חֲלָצֶ֑יךָ אֶ֝שְׁאָלְךָ֗ וְהוֹדִיעֵֽנִי׃ 7
“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
הַ֭אַף תָּפֵ֣ר מִשְׁפָּטִ֑י תַּ֝רְשִׁיעֵ֗נִי לְמַ֣עַן תִּצְדָּֽק׃ 8
ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?
וְאִם־זְר֖וֹעַ כָּאֵ֥ל ׀ לָ֑ךְ וּ֝בְק֗וֹל כָּמֹ֥הוּ תַרְעֵֽם׃ 9
ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?
עֲדֵ֥ה נָ֣א גָֽא֣וֹן וָגֹ֑בַהּ וְה֖וֹד וְהָדָ֣ר תִּלְבָּֽשׁ׃ 10
ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
הָ֭פֵץ עֶבְר֣וֹת אַפֶּ֑ךָ וּרְאֵ֥ה כָל־גֵּ֝אֶ֗ה וְהַשְׁפִּילֵֽהוּ׃ 11
ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।
רְאֵ֣ה כָל־גֵּ֭אֶה הַכְנִיעֵ֑הוּ וַהֲדֹ֖ךְ רְשָׁעִ֣ים תַּחְתָּֽם׃ 12
ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।
טָמְנֵ֣ם בֶּעָפָ֣ר יָ֑חַד פְּ֝נֵיהֶ֗ם חֲבֹ֣שׁ בַּטָּמֽוּן׃ 13
ସେମାନଙ୍କୁ ଏକତ୍ର ଧୂଳିରେ ଲୁଚାଇ ଦିଅ; ଗୁପ୍ତ ସ୍ଥାନରେ ସେମାନଙ୍କ ମୁଖ ବାନ୍ଧି ପକାଅ।
וְגַם־אֲנִ֥י אוֹדֶ֑ךָּ כִּֽי־תוֹשִׁ֖עַ לְךָ֣ יְמִינֶֽךָ׃ 14
ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।
הִנֵּה־נָ֣א בְ֭הֵמוֹת אֲשֶׁר־עָשִׂ֣יתִי עִמָּ֑ךְ חָ֝צִ֗יר כַּבָּקָ֥ר יֹאכֵֽל׃ 15
ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
הִנֵּה־נָ֣א כֹח֣וֹ בְמָתְנָ֑יו וְ֝אֹנ֗וֹ בִּשְׁרִירֵ֥י בִטְנֽוֹ׃ 16
ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।
יַחְפֹּ֣ץ זְנָב֣וֹ כְמוֹ־אָ֑רֶז גִּידֵ֖י פַחֲדָ֣יו יְשֹׂרָֽגוּ׃ 17
ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।
עֲ֭צָמָיו אֲפִיקֵ֣י נְחוּשָׁ֑ה גְּ֝רָמָ֗יו כִּמְטִ֥יל בַּרְזֶֽל׃ 18
ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।
ה֭וּא רֵאשִׁ֣ית דַּרְכֵי־אֵ֑ל הָ֝עֹשׂוֹ יַגֵּ֥שׁ חַרְבּֽוֹ׃ 19
ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ୍ଗ ତାହାକୁ ସ୍ପର୍ଶ କରିପାରେ।
כִּֽי־ב֭וּל הָרִ֣ים יִשְׂאוּ־ל֑וֹ וְֽכָל־חַיַּ֥ת הַ֝שָּׂדֶ֗ה יְשַֽׂחֲקוּ־שָֽׁם׃ 20
ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।
תַּֽחַת־צֶאֱלִ֥ים יִשְׁכָּ֑ב בְּסֵ֖תֶר קָנֶ֣ה וּבִצָּֽה׃ 21
ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ।
יְסֻכֻּ֣הוּ צֶאֱלִ֣ים צִֽלֲל֑וֹ יְ֝סֻבּ֗וּהוּ עַרְבֵי־נָֽחַל׃ 22
ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।
הֵ֤ן יַעֲשֹׁ֣ק נָ֭הָר לֹ֣א יַחְפּ֑וֹז יִבְטַ֓ח ׀ כִּֽי־יָגִ֖יחַ יַרְדֵּ֣ן אֶל־פִּֽיהוּ׃ 23
ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।
בְּעֵינָ֥יו יִקָּחֶ֑נּוּ בְּ֝מֽוֹקְשִׁ֗ים יִנְקָב־אָֽף׃ 24
ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ?

< אִיּוֹב 40 >