< מִשְׁלֵי 12 >
אֹהֵ֣ב מ֭וּסָר אֹ֣הֵֽב דָּ֑עַת וְשֹׂנֵ֖א תוֹכַ֣חַת בָּֽעַר׃ | 1 |
ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
ט֗וֹב יָפִ֣יק רָ֭צוֹן מֵיְהוָ֑ה וְאִ֖ישׁ מְזִמּ֣וֹת יַרְשִֽׁיעַ׃ | 2 |
ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
לֹא־יִכּ֣וֹן אָדָ֣ם בְּרֶ֑שַׁע וְשֹׁ֥רֶשׁ צַ֝דִּיקִ֗ים בַּל־יִמּֽוֹט׃ | 3 |
ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
אֵֽשֶׁת־חַ֭יִל עֲטֶ֣רֶת בַּעְלָ֑הּ וּכְרָקָ֖ב בְּעַצְמוֹתָ֣יו מְבִישָֽׁה׃ | 4 |
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
מַחְשְׁב֣וֹת צַדִּיקִ֣ים מִשְׁפָּ֑ט תַּחְבֻּל֖וֹת רְשָׁעִ֣ים מִרְמָֽה׃ | 5 |
ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
דִּבְרֵ֣י רְשָׁעִ֣ים אֱרָב־דָּ֑ם וּפִ֥י יְ֝שָׁרִ֗ים יַצִּילֵֽם׃ | 6 |
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
הָפ֣וֹךְ רְשָׁעִ֣ים וְאֵינָ֑ם וּבֵ֖ית צַדִּיקִ֣ים יַעֲמֹֽד׃ | 7 |
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
לְֽפִי־שִׂ֭כְלוֹ יְהֻלַּל־אִ֑ישׁ וְנַעֲוֵה־לֵ֝֗ב יִהְיֶ֥ה לָבֽוּז׃ | 8 |
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
ט֣וֹב נִ֭קְלֶה וְעֶ֣בֶד ל֑וֹ מִ֝מְּתַכַּבֵּ֗ד וַחֲסַר־לָֽחֶם׃ | 9 |
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
יוֹדֵ֣עַ צַ֭דִּיק נֶ֣פֶשׁ בְּהֶמְתּ֑וֹ וְֽרַחֲמֵ֥י רְ֝שָׁעִ֗ים אַכְזָרִֽי׃ | 10 |
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
עֹבֵ֣ד אַ֭דְמָתוֹ יִֽשְׂבַּֽע־לָ֑חֶם וּמְרַדֵּ֖ף רֵיקִ֣ים חֲסַר־לֵֽב׃ | 11 |
ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
חָמַ֣ד רָ֭שָׁע מְצ֣וֹד רָעִ֑ים וְשֹׁ֖רֶשׁ צַדִּיקִ֣ים יִתֵּֽן׃ | 12 |
ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
בְּפֶ֣שַׁע שְׂ֭פָתַיִם מוֹקֵ֣שׁ רָ֑ע וַיֵּצֵ֖א מִצָּרָ֣ה צַדִּֽיק׃ | 13 |
ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
מִפְּרִ֣י פִי־אִ֭ישׁ יִשְׂבַּע־ט֑וֹב וּגְמ֥וּל יְדֵי־אָ֝דָ֗ם יָשִׁ֥יב לֽוֹ׃ | 14 |
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
דֶּ֣רֶךְ אֱ֭וִיל יָשָׁ֣ר בְּעֵינָ֑יו וְשֹׁמֵ֖עַ לְעֵצָ֣ה חָכָֽם׃ | 15 |
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
אֱוִ֗יל בַּ֭יּוֹם יִוָּדַ֣ע כַּעְס֑וֹ וְכֹסֶ֖ה קָל֣וֹן עָרֽוּם׃ | 16 |
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
יָפִ֣יחַ אֱ֭מוּנָה יַגִּ֣יד צֶ֑דֶק וְעֵ֖ד שְׁקָרִ֣ים מִרְמָֽה׃ | 17 |
ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
יֵ֣שׁ בּ֭וֹטֶה כְּמַדְקְר֣וֹת חָ֑רֶב וּלְשׁ֖וֹן חֲכָמִ֣ים מַרְפֵּֽא׃ | 18 |
କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
שְֽׂפַת־אֱ֭מֶת תִּכּ֣וֹן לָעַ֑ד וְעַד־אַ֝רְגִּ֗יעָה לְשׁ֣וֹן שָֽׁקֶר׃ | 19 |
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
מִ֭רְמָה בְּלֶב־חֹ֣רְשֵׁי רָ֑ע וּֽלְיֹעֲצֵ֖י שָׁל֣וֹם שִׂמְחָֽה׃ | 20 |
ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
לֹא־יְאֻנֶּ֣ה לַצַּדִּ֣יק כָּל־אָ֑וֶן וּ֝רְשָׁעִ֗ים מָ֣לְאוּ רָֽע׃ | 21 |
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
תּוֹעֲבַ֣ת יְ֭הוָה שִׂפְתֵי־שָׁ֑קֶר וְעֹשֵׂ֖י אֱמוּנָ֣ה רְצוֹנֽוֹ׃ | 22 |
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
אָדָ֣ם עָ֭רוּם כֹּ֣סֶה דָּ֑עַת וְלֵ֥ב כְּ֝סִילִ֗ים יִקְרָ֥א אִוֶּֽלֶת׃ | 23 |
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
יַד־חָרוּצִ֥ים תִּמְשׁ֑וֹל ו֝רְמִיָּ֗ה תִּהְיֶ֥ה לָמַֽס׃ | 24 |
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
דְּאָגָ֣ה בְלֶב־אִ֣ישׁ יַשְׁחֶ֑נָּה וְדָבָ֖ר ט֣וֹב יְשַׂמְּחֶֽנָּה׃ | 25 |
ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
יָתֵ֣ר מֵרֵעֵ֣הוּ צַדִּ֑יק וְדֶ֖רֶךְ רְשָׁעִ֣ים תַּתְעֵֽם׃ | 26 |
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
לֹא־יַחֲרֹ֣ךְ רְמִיָּ֣ה צֵיד֑וֹ וְהוֹן־אָדָ֖ם יָקָ֣ר חָרֽוּץ׃ | 27 |
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
בְּאֹֽרַח־צְדָקָ֥ה חַיִּ֑ים וְדֶ֖רֶךְ נְתִיבָ֣ה אַל־מָֽוֶת׃ | 28 |
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।